Get Updates
Get notified of breaking news, exclusive insights, and must-see stories!

ମାର୍ଚ୍ଚ ପହିଲାରୁ ଯୁକ୍ତ ୨ ପରୀକ୍ଷା: ଆଜି ଠାରୁ ପରୀକ୍ଷା କେନ୍ଦ୍ରକୁ ଯିବ ପ୍ରଶ୍ନପତ୍ର

ଆସନ୍ତା ମାର୍ଚ୍ଚ ପହିଲାରୁ ଯୁକ୍ତ ୨ ଥିଓରି ପରୀକ୍ଷା। ଆଜିଠୁ ଫେବ୍ରୁଆରି ୨୭ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟରେ ପରୀକ୍ଷା ପରିଚାଳନା ହବ୍‌ (ଇଏମ୍‌ଏଚ୍‌) ଗୁଡ଼ିକୁ ପ୍ରଶ୍ନପତ୍ର ସମେତ ଅନ୍ୟାନ୍ୟ ଜରୁରୀ କାଗଜପତ୍ର ପଠାଯିବ ।

Plus Two Exam

ଭୁବନେଶ୍ବର: ଆସନ୍ତା ମାର୍ଚ୍ଚ ପହିଲାରୁ ଯୁକ୍ତ ୨ ଥିଓରି ପରୀକ୍ଷା। ଆଜିଠୁ ଫେବ୍ରୁଆରି ୨୭ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟରେ ପରୀକ୍ଷା ପରିଚାଳନା ହବ୍‌ (ଇଏମ୍‌ଏଚ୍‌) ଗୁଡ଼ିକୁ ପ୍ରଶ୍ନପତ୍ର ସମେତ ଅନ୍ୟାନ୍ୟ ଜରୁରୀ କାଗଜପତ୍ର ପଠାଯିବ । ତାହାକୁ ନଜରରେ ରଖି ହବ୍ ଗୁଡ଼ିକର ସୁରକ୍ଷା ସହ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ପରିଷଦ ପକ୍ଷରୁ ସମସ୍ତ ହବ୍‌ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଏଥର ପରୀକ୍ଷା ପାଇଁ ୨୦୨ଟି ହବ୍‌ କରାଯାଇଛି । ସେଥିମଧ୍ୟରୁ ୨୦୧ଟି ଯୁକ୍ତ ଦୁଇ କଲେଜ ତଥା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ସ୍ବୟଂଶାସିତ କଲେଜ, ବିଶ୍ବବିଦ୍ୟାଳୟରେ ହୋଇଥିବା ବେଳେ ଗୋଟିଏ ସବ୍‌-ଟ୍ରେଜେରିକୁ ହବ୍‌ ଭାବେ ଚିହ୍ନଟ କରାଯାଇଛି। ଏ ବର୍ଷ ୧ ହଜାର ୧୪୫ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ସେଗୁଡିକ ୨୦୨ଟି ହବ୍‌ ଅଧୀନରେ ରହିଛି । ୨୦୧ ଜଣ ଯୁକ୍ତ ଦୁଇ କଲେଜ ଅଧ୍ୟକ୍ଷ ହବ୍‌ ସୁପରଭାଇଜର ଭାବେ ନିଯୁକ୍ତ ହୋଇଛନ୍ତି । ଯେଉଁଠାରେ ଅଧ୍ୟକ୍ଷ ଦାୟିତ୍ବରେ ନାହାନ୍ତି, ସେଠାରେ ବରିଷ୍ଠ ଅଧ୍ୟାପକଙ୍କୁ ସୁପରଭାଇଜର ଦାୟିତ୍ବରେ ରଖାଯାଇଛି । ହବର ଷ୍ଟ୍ରଙ୍ଗ୍‌ ରୁମରେ ୨୪ ଘଣ୍ଟିଆ ସିସିଟିଭି କ୍ୟାମେରା ସହ ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ପୁଲିସ ପହରା ବ୍ୟବସ୍ଥା କରାଯିବ ।

ଷ୍ଟ୍ରଙ୍ଗ୍‌ରୁମ୍‌କୁ ଅସ୍ଥାୟୀ ଟ୍ରେଜର ଭାବେ ଘୋଷଣା କରାଯିବ। ପ୍ରତି ହବ୍‌ରେ ଅଧ୍ୟାପକମାନଙ୍କୁ ନେଇ ଗୋଟିଏ ପ୍ୟାନେଲ୍‌ ଗଠନ କରାଯିବ, ଯେଉଁମାନେ କି ଅବଜରଭର୍‌ ଭାବେ ପରୀକ୍ଷା କେନ୍ଦ୍ରଗୁଡ଼ିକୁ ପ୍ରଶ୍ନପତ୍ର ନେଇ ଯିବେ ଏବଂ ସେଠାରେ ପରୀକ୍ଷା ପରିଚାଳନାର ତଦାରଖ କରିବେ। ହବ୍‌ କେନ୍ଦ୍ର ଲାଗି କୌଣସି ଅବଜରଭର୍‌ ନିଯୁକ୍ତ ହେବେ ନାହିଁ। ବରଂ ଟ୍ୟାଗ୍‌ କଲେଜ ପାଇଁ କେବଳ ଅବଜରଭର କାମ କରିବେ। ପରୀକ୍ଷା ଦିନ ସକାଳ ୮ଟା ୩୦ ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ଯେପରି ପ୍ରଶ୍ନପତ୍ର ପହଞ୍ଚିବ ସେଦିଗରେ ହବ୍‌ ସୁପରଭାଇଜର ଗୁରୁତ୍ବ ଦେବେ। କୌଣସି ବି ପରିସ୍ଥିତିରେ ହବ୍‌ର ସିସିଟିଭି କ୍ୟାମେରାରେ ରେକର୍ଡିଂ ବନ୍ଦ ହେବନି ଏବଂ ରାତ୍ରିକାଳୀନ ପାଟ୍ରୋଲିଂ ଉପରେ ସ୍ଥାନୀୟ ପୁଲିସ ଗୁରୁତ୍ବ ଦେବାକୁ ପରିଷଦ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

ପ୍ରଶ୍ନପତ୍ର ଗ୍ରହଣ କରିବା ଦିନଠାରୁ ହିଁ ହବ୍‌ଗୁଡ଼ିକ କାର୍ଯ୍ୟକ୍ଷମ ହେବ। କୌଣସି ବି ପରିସ୍ଥିତିରେ ହବ୍‌ ସୁପରଭାଇଜର କିମ୍ବା ଡେପୁଟି ସୁପରଭାଇଜର ଷ୍ଟ୍ରଙ୍ଗ୍‌ ରୁମ୍‌କୁ ଏକା ଖୋଲି ପ୍ରବେଶ କରିପାରିବେ ନାହିଁ। ଯେତେବେଳେ ବି ଷ୍ଟ୍ରଙ୍ଗ୍‌ରୁମ୍‌ ଖୋଲାଯିବ ସେତେବେଳେ ଉଭୟ ଉପସ୍ଥିତ ରହିବା ବାଧ୍ୟତାମୂଳକ। ସେହିପରି ଉଭୟ ମିଳିତ ଭାବେ ପରିଷଦ କର୍ମଚାରୀଙ୍କଠାରୁ ପ୍ରଶ୍ନପତ୍ର ପ୍ୟାକେଟ୍‌ ଗ୍ରହଣ କରିବେ। ପରିଷଦ କିମ୍ବା ପରୀକ୍ଷା ପରିଚାଳନା ହବ୍‌(ଇଏମ୍‌ଏଚ୍‌)ସ୍ତରରେ ପ୍ରଶ୍ନପତ୍ର ପ୍ୟାକେଟ୍‌ ଖୋଲାଯାଇପାରିବ ନାହିଁ। ପରୀକ୍ଷା କେନ୍ଦ୍ରଗୁଡ଼ିକୁ କିଭଳି ପ୍ରଶ୍ନପତ୍ର ଯିବ ସୁପରଭାଇଜରମାନେ ରୁଟ୍‌ଚାର୍ଟ ପ୍ରସ୍ତୁତ କରିବେ। ପରୀକ୍ଷା କେନ୍ଦ୍ର ସୁପରିଟେଣ୍ଡେଣ୍ଟ ସିଲ୍‌ ଥିବା ପ୍ରଶ୍ନପତ୍ର ଗ୍ରହଣ କରିବେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+