ପ୍ରକାଶ ପାଇଲା +2 ରେଜଲ୍ଟ : ବିଜ୍ଞାନରେ ୯୪%, ବାଣିଜ୍ୟରେ ୮୯% ପାସ୍
ପ୍ରକାଶ ପାଇଲା ଯୁକ୍ତ ଦୁଇ ରେଜଲ୍ଟ (+2 ରେଜଲ୍ଟ) । ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ଏକାସାଙ୍ଗରେ ପ୍ରକାଶ ପାଇଛି । ଆନୁଷ୍ଠାନିକ ଭାବେ ପରୀକ୍ଷାଫଳ ଘୋଷଣା କରିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।
ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ଦୁଇ ରେଜଲ୍ଟ (+2 ରେଜଲ୍ଟ) । ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ଏକାସାଙ୍ଗରେ ପ୍ରକାଶ ପାଇଛି । ଆନୁଷ୍ଠାନିକ ଭାବେ ପରୀକ୍ଷାଫଳ ଘୋଷଣା କରିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଚଳିତ ବର୍ଷ ବିଜ୍ଞାନରେ ମୋଟ୍ ୯୪ ପ୍ରତିଶତ ଏବଂ ବାଣିଜ୍ୟରେ ୮୯ ପ୍ରତିଶତ ପାସ୍ ହାର ହୋଇଛି । ବିଜ୍ଞାନ ବିଭାଗର ୭୮ ହଜାର ଓ ବାଣିଜ୍ୟର ୨୪ ହଜାର ଛାତ୍ରଛାତ୍ରୀଙ୍କୁ ମିଶାଇ ପାଖାପାଖି ୧ ଲକ୍ଷ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇଛି ।

www.orissaresults.nic.in ଏବଂ SAMS e space ୱେବସାଇଟରେ ଛାତ୍ରଛାତ୍ରୀଙ୍କ ପାଇଁ ରେଜଲ୍ଟ ଉପଲବ୍ଧ ହୋଇଛି । ଛାତ୍ରଛାତ୍ରୀମାନେ ଅଫିସିଆଲ୍ ୱେବ୍ସାଇଟ୍ orissaresults.nic.in କୁ ଯାଇ ରେଜଲ୍ଟ ଦେଖିପାରିବେ ।
ଚଳିତ ବର୍ଷ ରାଜ୍ୟର ୧୧ଶହ ୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ ୩ ଲକ୍ଷ ୨୧ ହଜାର ୫୦୮ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । କଳାରେ ୨ ଲକ୍ଷ ୧୩ ହଜାର ୪୩୨, ବିଜ୍ଞାନରେ ୭୮ ହଜାର ୭୩ ଜଣ, ବାଣିଜ୍ୟରେ ୨୪ ହଜାର ୧୩୬ ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ପରୀକ୍ଷାର୍ଥୀ ରହିଛନ୍ତି । ଚଳିତ ବର୍ଷ ମୂଲ୍ୟାୟନ ନିମନ୍ତେ ଦୁଇ ପ୍ରକାରର ପଦ୍ଧତି ଗ୍ରହଣ କରାଯାଇଥିଲା । ଯେଉଁଥିରେ ପିଲାଙ୍କ ମାର୍କ ଅଧିକ ହେବ ତାକୁ ସଂପୃକ୍ତ ବିଷୟର ଚୁଡାନ୍ତ ମାର୍କ ଭାବେ ବିଚାର କରାଯାଇଛି । ମହାମାରୀ ପାଇଁ ଲଗାତର ୨ବର୍ଷ ଧରି ଅନଲାଇନ୍ ପରୀକ୍ଷା ପରେ ଏଥର ଅଫଲାଇନ୍ ପରୀକ୍ଷା ଦେଇଥିଲେ ଛାତ୍ରୀଛାତ୍ରୀ ।












Click it and Unblock the Notifications