ଆଜି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ
ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ । ଅପରାହ୍ନ 4ଟାରେ ପ୍ରକାଶ ପାଇବ ବିଜ୍ଞାନ ଓ ବାଣିଜ୍ୟ ଫଳ । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି।
ଭୁବନେଶ୍ବର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ । ଅପରାହ୍ନ 4ଟାରେ ପ୍ରକାଶ ପାଇବ ବିଜ୍ଞାନ ଓ ବାଣିଜ୍ୟ ଫଳ । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି ।

ଆଜି +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇବାର ସପ୍ତାହକ ପରେ ଯୁକ୍ତ ଦୁଇ କଳା ରେଜଲ୍ଟ ପ୍ରକାଶ ପାଇବ ବୋଲି ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । www.orissaresults.nic.in ଏବଂ SAMS e space ୱେବ୍ସାଇଟ୍ ମାଧ୍ୟମରେ ଛାତ୍ରଛାତ୍ରୀ ରେଜଲ୍ଟ ଜାଣି ପାରିବେ। ବିଜ୍ଞାନ ବିଭାଗର ୭୮ ହଜାର ଓ ବାଣିଜ୍ୟର ୨୪ ହଜାର ଛାତ୍ରଛାତ୍ରୀଙ୍କୁ ମିଶାଇ ପାଖାପାଖି ୧ ଲକ୍ଷ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ ।
ଚଳିତ ବର୍ଷ ରାଜ୍ୟର ୧୧ଶହ ୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍ ୩ ଲକ୍ଷ ୨୧ ହଜାର ୫୦୮ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଜଣ, ବିଜ୍ଞାନରେ ୭୮ ହଜାର ୭୩ ଜଣ, ବାଣିଜ୍ୟରେ ୨୪ ହଜାର ୧୩୬ ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ମୂଲ୍ୟାୟନ ନିମନ୍ତେ ଦୁଇ ପ୍ରକାରର ମୂଲ୍ୟାୟନ ପଦ୍ଧତି ଗ୍ରହଣ କରାଯାଇଛି । ଦୁଇଟି ପଦ୍ଧତି ମଧ୍ୟରୁ ଯେଉଁଥିରେ ପିଲାଙ୍କ ମାର୍କ ଅଧିକ ହେବ ତାହାକୁ ସମ୍ପୃକ୍ତ ବିଷୟର ଚୂଡ଼ାନ୍ତ ମାର୍କ ଭାବେ ବିଚାର କରାଯିବ ।
ସେହିପରି ଦିନ ସାଢ଼େ ୧୧ଟାରେ OJEE ରେଜଲ୍ଟ ପ୍ରକାଶ ପାଇବ। ରାଜ୍ୟ ବୈଷୟିକ ଶିକ୍ଷା ପରିଷଦ ଅଡିଟୋରିୟମରେ ବିଧିବଦ୍ଧ ଭାବେ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ରେଜଲ୍ଟ ପ୍ରକାଶ କରିବେ। ଜୁଲାଇ ୪ ତାରିଖରେ ହୋଇଥିବା OJEEରେ ପ୍ରାୟ ୫୮ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ରାଜ୍ୟର ୩୦ ଜିଲ୍ଲାରେ ୬୧ଟି କେନ୍ଦ୍ରରେ ପରୀକ୍ଷା ହୋଇଥିଲା। ଏହାଛଡ଼ା କୋଲକାତା, ରାଞ୍ଚି ଓ ପାଟନାରେ ଗୋଟିଏ ଗୋଟିଏ ପରୀକ୍ଷା କେନ୍ଦ୍ର କରାଯାଇଥିଲା।












Click it and Unblock the Notifications