ବଡ ଖବର: ଆସନ୍ତାକାଲି ଠାରୁ ୫ଦିନ ଯାଏଁ ସ୍କୁଲ ଛୁଟି
କାଲିଠୁ ୫ଦିନ ପାଇଁ ସ୍କୁଲ ଛୁଟି ଘୋଷଣା କଲେ ସରକାର । ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଫଳରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବଡ଼ ଘୋଷଣା ।
ଭୁବନେଶ୍ୱର: ସ୍କୁଲ ପିଲାଙ୍କ ପାଇଁ ବଡ ଖବର । କାଲିଠୁ ୫ଦିନ ପାଇଁ ସ୍କୁଲ ଛୁଟି ଘୋଷଣା କଲେ ସରକାର । ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଫଳରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବଡ଼ ଘୋଷଣା । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ।

ଏପ୍ରିଲ ୨୬ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଛି । ଲଗାତାର ୩ ଦିନ ଧରି ରାଜଧାନୀ ଭୁବନେଶ୍ୱର ରାଜ୍ୟର ଉତ୍ତପ୍ତ ସହର ଭାବେ ରେକର୍ଡ ହୋଇଛି । ସେପଟେ ଅନେକ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି । ତେଣୁ ଛାତ୍ରଛାତ୍ରୀ ସ୍କୁଲ ଯିବା ସମ୍ଭବପର ହେଉ ନାହିଁ ।
ଏହାପୂର୍ବରୁ ପ୍ରବଳ ଖରା ଯୋଗୁଁ ସ୍କୁଲ ଛୁଟି କରିବାକୁ ଅଭିଭାବକ ମାନେ ଦାବି କରିଥିଲେ । ଗଣଶିକ୍ଷା ବିଭାଗ ପକ୍ଷରୁ ସମୀକ୍ଷା କରାଯାଇ ନିଷ୍ପତି ନିଆଯିବ ବୋଲି କୁହାଯାଇଥିଲା । ତେବେ ଖରାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ ହେଉଥିଲା । କିନ୍ତୁ ଆସନ୍ତା ୫ ଦିନ ଅତ୍ୟଧିକ ଗ୍ରୀଷ୍ମପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯିବା ପରେ ସ୍କୁଲ ଛୁଟି ନିଷ୍ପତ୍ତି ନେଇଛି ଗଣଶିକ୍ଷା ବିଭାଗ ।
ସେପଟେ ଗଣଶିକ୍ଷା ବିଭାଗର ନିଷ୍ପତ୍ତି ମୁତାବକ ସ୍କୁଲ ଛୁଟି ରହିବ । ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବା ସ୍ୱତେ ଯୁକ୍ତ ୨ ଓ ମାଟ୍ରିକ ପରୀକ୍ଷା ଜାରି ରହିବ । ପରୀକ୍ଷାରେ କୌଣସି ବାଧା ସୃଷ୍ଟି ହେବ ନାହିଁ ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications