ଦୀପାବଳି ପରେ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ
ଦୀପାବଳି ପରେ ରାଜ୍ୟରେ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ । ସେହିପରି ନୂଆବର୍ଷ ପରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିପାରେ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ପ୍ରଦାନ କରିଛନ୍ତି ।
ଭୁବନେଶ୍ବର: ଦୀପାବଳି ପରେ ରାଜ୍ୟରେ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ । ସେହିପରି ନୂଆବର୍ଷ ପରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିପାରେ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ପ୍ରଦାନ କରିଛନ୍ତି । ମନ୍ତ୍ରୀ କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ଷଷ୍ଠରୁ ସପ୍ତମ କ୍ଲାସ ଖୋଲିବ । ପ୍ରଥମ ଶ୍ରେଣୀ ପିଲା କରୋନା ଗାଇଡଲାଇନ୍ ସଂପର୍କରେ ଜାଣିପାରିବେ ନାହିଁ ।

ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ନେଇ ପର୍ଯ୍ୟାୟ କ୍ରମେ ସ୍କୁଲ ଖୋଲିବାକୁ ଯୋଜନା ହୋଇଥିଲା । ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବିଚାର ବିମର୍ଶ କରାଯାଉଥିଲା ବୋଲି ମନ୍ତ୍ରୀ ସୂଚନା ଦେଇଥିଲେ । ରାଜ୍ୟରେ ଅଷ୍ଟମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲରେ ପାଠପଢା ଆରମ୍ଭ ହୋଇଛି ।
ସେପଟେ ଦରବୃଦ୍ଧି ପାଇଁ ମଧ୍ୟାହ୍ନ ଭୋଜନ ପ୍ରଭାବିତ ହେଉଥିବା ସ୍ୱୀକାର କରିଛନ୍ତି ମନ୍ତ୍ରୀ । ଏହା ଜାତୀୟ ପଲିସି ହୋଇଥିବାରୁ ଓଡ଼ିଶା ସହ ବିଭିନ୍ନ ରାଜ୍ୟ କେନ୍ଦ୍ରକୁ ଅବଗତ କରାଯାଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି ।
ଏହା ସହ ନଭେମ୍ବର ଭିତରେ ୧୬ ହଜାର ଶିକ୍ଷକ ନିଯୁକ୍ତି ସରିବ ବୋଲି ମନ୍ତ୍ରୀ କହିଛନ୍ତି । ଡିସେମ୍ବର ମାସ ପୂର୍ବରୁ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଶେଷ ହେବ । ଏହା ଫଳରେ ଶିକ୍ଷକ ଅଭାବ ସମସ୍ୟା ରହିବନାହିଁ ବୋଲି ମନ୍ତ୍ରୀ କହିଛନ୍ତି ।
ସୂଚନାଥାଉ କି, ଗତ ୨୫ତାରିଖରୁ ରାଜ୍ୟରେ ଅଷ୍ଟମ ଶ୍ରେଣୀ ଗୃହ ପାଠପଢା ଆରମ୍ଭ ହୋଇଛି । ସ୍କୁଲରେ ଏବେ ଛାତ୍ରଛାତ୍ରୀଙ୍କ ଉପସ୍ଥାପନ ଭଲ ରହୁଛି । ପ୍ରାୟ ୭୦ ପ୍ରତିଶତ ଛାତ୍ରଛାତ୍ରୀ ବିଦ୍ୟାଳୟ ଆସୁଛନ୍ତି । ପିଲାଙ୍କ ମଧ୍ୟରେ ସ୍କୁଲ ଆସିବାକୁ ଆଗ୍ରହ ଅଛି ।












Click it and Unblock the Notifications