ଆସନ୍ତା ୯ରୁ ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ, ହେଲେ...
ଆସନ୍ତା ୯ ତାରିଖରୁ ରାଜ୍ୟରେ ସମସ୍ତ ବୈଷୟିକ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବ । ହେଲେ କେବଳ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ଖୋଲିବ ଶିକ୍ଷାନୁଷ୍ଠାନ। ଏନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଭୁବନେଶ୍ୱର: ଆସନ୍ତା ୯ ତାରିଖରୁ ରାଜ୍ୟରେ ସମସ୍ତ ବୈଷୟିକ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବ । ହେଲେ କେବଳ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ଖୋଲିବ ଶିକ୍ଷାନୁଷ୍ଠାନ। ଏନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ କରୋନା ପ୍ରକୋପ ସାମାନ୍ୟ କମିଥିବାରୁ ଧୀରେ ଧୀରେ ଖୋଲୁଛି ଶିକ୍ଷାନୁଷ୍ଠାନ । ଦଶମ, ଦ୍ୱାଦଶ ଶ୍ରେଣୀ ଖୋଲିସାରିଛି । ଅଗଷ୍ଟର କୋଭିଡ୍ ଗାଇଡଲାଇନ୍ ମାନି ୯ ତାରିଖରୁ କେବଳ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କୁ ପ୍ରବେଶ ପାଇଁ ଅନୁମତି ଦିଆଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନ ତଥା ରାଜ୍ୟ ବାହାରୁ ମଧ୍ୟ ଛାତ୍ରଛାତ୍ରୀ ଆସିବାକୁ ଥିବାରୁ ବୈଷୟିକ ଶିକ୍ଷାନୁଷ୍ଠାନ ସହ ହଷ୍ଟେଲ ମଧ୍ୟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। କୋଭିଡ ଗାଇଡଲାଇନ୍ ଅନୁଯାୟୀ, ସିଟିଂ ଆରେଞ୍ଜମେଣ୍ଟ କରାଯିବ। ସାମାଜିକ ଦୂରତା ଅବଳମ୍ବନ କରାଯିବ। ଲାବରୋଟୋରୀକୁ ସମ୍ପୂର୍ଣ୍ଣ ବିଶୋଧନ କରାଯିବ।












Click it and Unblock the Notifications