ଆରମ୍ଭ ହେବ ୟୁଜି-ପିଜି ପାଠପଢା: ଜାଣନ୍ତୁ, କଣ ରହିଛି ଅପଡେଟ୍ ?

ନଭେମ୍ବର ୧ରୁ ୟୁଜି (ସ୍ନାତକ) ପ୍ରଥମ ବର୍ଷ ପିଲାଙ୍କ ପାଠପଢ଼ା ଶ୍ରେଣୀ ଗୃହ ପାଠପଢା ଆରମ୍ଭ ହେବ। ସେହିପରି ନଭେମ୍ବର ୧୫ରୁ ପିଜି (ସ୍ନାତ୍ତୋକତର) ପ୍ରଥମ ବର୍ଷ ପିଲାଙ୍କ ପାଠପଢ଼ା ଆରମ୍ଭ ହେବ।

ଭୁବନେଶ୍ୱର: ନଭେମ୍ବର ୧ରୁ ୟୁଜି (ସ୍ନାତକ) ପ୍ରଥମ ବର୍ଷ ପିଲାଙ୍କ ପାଠପଢ଼ା ଶ୍ରେଣୀ ଗୃହ ପାଠପଢା ଆରମ୍ଭ ହେବ। ସେହିପରି ନଭେମ୍ବର ୧୫ରୁ ପିଜି (ସ୍ନାତ୍ତୋକତର) ପ୍ରଥମ ବର୍ଷ ପିଲାଙ୍କ ପାଠପଢ଼ା ଆରମ୍ଭ ହେବ। ଏନେଇ ଆଜି ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି ଓ କଲେଜର ଅଧ୍ୟକ୍ଷମାନଙ୍କୁ ଚିଠି ଲେଖିଛନ୍ତି ଉଚ୍ଚ ଶିକ୍ଷା ସଚିବ ଶାଶ୍ୱତ ମିଶ୍ର।

college news

ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ରଖି ପାଠପଢା ହେବ । ସେହିପରି ହଷ୍ଟେଲଗୁଡିକୁ ମଧ୍ୟ ଖୋଲିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଶ୍ରେଣୀ ଗୃହ, ପାଠାଗାର ତଥା ଲାବୋରଟୋରୀ ଗୁଡ଼ିକରେ ଛାତ୍ରଛାତ୍ରୀମାନେ ସେମାନଙ୍କ ମଧ୍ୟରେ ସାମାଜିକ ଦୂରତା ବଜାୟ ରଖିବେ। କେହି କଲେଜ ବା ବିଶ୍ୱବିଦ୍ୟାଳୟ ପରିସର ମଧ୍ୟରେ ବାହାରେ ଏଣେତେଣେ ଛେପ ପକାଇ ପାରିବେ ନାହିଁ।

କାଶିବା ବା ଛିଙ୍କିବା ବେଳେ ରୁମାଲ ଆଦି ବ୍ୟବହାର କରିବାକୁ କୁହାଯାଇଛି। ତା'ସହିତ ଛାତ୍ରଛାତ୍ରୀମାନେ ନିଜ ସ୍ୱାସ୍ଥ୍ୟ ବିଷୟରେ ଯେପରି ସଚେତନ ରହିବେ, ସେଥିପାଇଁ ସେମାନଙ୍କୁ ପ୍ରୋତ୍ସାହିତ କରିବାକୁ ବିଶ୍ୱବିଦ୍ୟାଳୟ ଓ କଲେଜ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି। ସେହିପରି ଜରୁରୀ ସ୍ଥିତି ପାଇଁ ସବୁ କଲେଜ ଓ ବିଶ୍ୱବିଦ୍ୟାଳୟରେ ଏକ ନିର୍ଦ୍ଦିଷ୍ଟ କଠୋରୀକୁ ପ୍ରସ୍ତୁତ ରଖିବାକୁ ଉଚ୍ଚଶିକ୍ଷା ସଚିବ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+