Get Updates
Get notified of breaking news, exclusive insights, and must-see stories!

ଯୁକ୍ତ ଦୁଇ ପରୀକ୍ଷା: ଜାନୁଆରୀ 2 ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା

ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ତାରିଖ । ଜାନୁଆରୀ 2 ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା ଆରମ୍ଭ ହେବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ଆସନ୍ତା 26 ତାରିଖ ଠାରୁ ପରୀକ୍ଷା କେନ୍ଦ୍ରଗୁଡ଼ିକୁ ପରୀକ୍ଷା ସମ୍ପର୍କିତ ଫର୍ମ, ପ୍ରଶ୍ନପତ୍ର, ଉତ୍ତରଖାତା ଆଦି ପଠାଯିବ । ଡିସେମ୍ବର 31 ସୁଦ୍ଧା ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଏହା ପହଞ୍ଚିବ ।

plus 2 exam

ପରୀକ୍ଷା ଅଧୀକ୍ଷକମାନେ ପ୍ରଶ୍ନପତ୍ର, ଉତ୍ତରଖାତା ସମେତ ଅନ୍ୟାନ୍ୟ କାଗଜପତ୍ର ଗ୍ରହଣ କରିବା ସମୟରେ ତାହାକୁ ଭଲ ଭାବେ ଯାଞ୍ଚ କରିବେ । ଯଦି କୌଣସି ସ୍ଥାନରେ ପ୍ରଶ୍ନପତ୍ର କିମ୍ବା ଉତ୍ତରଖାତା‌ରେ ତ୍ରୁଟି ରହିଥିବ ତେବେ ସଙ୍ଗେ ସଙ୍ଗେ ପରୀକ୍ଷା ନିୟନ୍ତ୍ରକଙ୍କୁ ଫୋନ୍‌ କରି ଜଣାଇବେ । ପରୀକ୍ଷା ସରିବା ପରେ ମଧ୍ୟ ପ୍ରଶ୍ନପତ୍ର ଓ ପ୍ୟାକେଟ୍‌ ସାମଗ୍ରୀକୁ ସେମାନେ ସାଇତି ରଖିବେ । 2024 ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବାର ଅତି କମ୍‌ରେ ଏକ ମାସ ପର୍ଯ୍ୟନ୍ତ ସେଗୁଡ଼ିକୁ ଯତ୍ନର ସହ ରଖିବେ ।

ଜାନୁଆରୀ 2 -12 ତାରିଖ ପର୍ଯ୍ୟନ୍ତ ବିଜ୍ଞାନ, କଳା ଓ ବାଣିଜ୍ୟ ବିଭାଗର ବିଭିନ୍ନ ବିଷୟର ପରୀକ୍ଷା ହେବ । ବିଜ୍ଞାନ ବିଭାଗର ପଦାର୍ଥବିଜ୍ଞାନ, ରସାୟନବିଜ୍ଞାନ, ଉଦ୍ଭିଦବିଜ୍ଞାନ, ପ୍ରାଣୀବିଜ୍ଞାନ, ଇଲେକ୍‌ଟ୍ରୋନିକ୍ସ, କମ୍ପ୍ୟୁଟର ସାଇନ୍ସ, ବାୟୋ-ଟେକ୍ନୋଲୋଜି, ପରିସଂଖ୍ୟାନ, ଭୂଗୋଳ, ଭୂତତ୍ତ୍ବ ବିଜ୍ଞାନ ଓ ଆଇଟି ବିଷୟର ପ୍ରାକ୍ଟିକାଲ ପରୀକ୍ଷା ହେବ । ସେହିପରି କଳା ବିଭାଗର ଶିକ୍ଷା, ଆଇଟି, ମନୋବିଜ୍ଞାନ, ନୃତତ୍ତ୍ବବିଜ୍ଞାନ, ଇଣ୍ଡିଆନ୍‌ ମ୍ୟୁଜିକ୍‌, ହୋମ୍‌ସାଇନ୍ସ, ପରିସଂଖ୍ୟାନ ଓ ଭୂଗୋଳ ବିଷୟ ଏବଂ ବାଣିଜ୍ୟ ବିଭାଗର ଆଇଟି ଓ କମ୍ପ୍ୟୁଟର ସାଇନ୍ସ ବିଷୟର ପ୍ରାକ୍ଟିକାଲ୍‌ ପରୀକ୍ଷା କରାଯିବ । ଇଣ୍ଟିଗ୍ରେଟେଡ୍‌ ଭୋକେସନାଲ ପାଠ୍ୟକ୍ରମର ପ୍ରାକ୍ଟିକାଲ୍‌ କରିବାକୁ ମଧ୍ୟ ନିଷ୍ପତ୍ତି ହୋଇଛି । 15 ମାର୍କ ବିଶିଷ୍ଟ ପ୍ରାକ୍ଟିକାଲ୍‌ ପାଇଁ 2 ଘଣ୍ଟା, ସମୟ ମିଳିବ । ସେହିପରି 60,30 ଓ 20 ମାର୍କ ପରୀକ୍ଷା ପାଇଁ 3 ଘଣ୍ଟା ଧାର୍ଯ୍ୟ ହୋଇଛି । ‌ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭିକୁ ବାଧ୍ୟତାମୂଳକ କରାଯାଇଛି । ଫେବ୍ରୁଆରି 16 ରୁ ଯୁକ୍ତ ଦୁଇ ଥିଓରି ପରୀକ୍ଷା ଆରମ୍ଭ ହେବ ବୋଲି ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+