ଏଣିକି ଠକି ପାରିବେନି କେହି: ରାଜ୍ୟର ସମସ୍ତ ସ୍କୁଲରେ ଲାଗୁ ହେବ ଇ-ଉପସ୍ଥାନ
ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଇ-ଉପସ୍ଥାନ ଉନ୍ମୋଚନ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ, ରାଜ୍ୟର ସମସ୍ତ ସ୍କୁଲରେ ଶିକ୍ଷକ ଏବଂ ଛାତ୍ରଛାତ୍ରୀମାନଙ୍କର ଉପସ୍ଥାନ ଏହି ଆପ୍ ମାଧ୍ୟମରେ ଗ୍ରହଣ କରାଯାଇପାରିବ ।
ଭୁବନେଶ୍ୱର: ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଇ-ଉପସ୍ଥାନ ଉନ୍ମୋଚନ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ, ରାଜ୍ୟର ସମସ୍ତ ସ୍କୁଲରେ ଶିକ୍ଷକ ଏବଂ ଛାତ୍ରଛାତ୍ରୀମାନଙ୍କର ଉପସ୍ଥାନ ଏହି ଆପ୍ ମାଧ୍ୟମରେ ଗ୍ରହଣ କରାଯାଇପାରିବ । ଏହା ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଆଣିବା ପାଇଁ ଏକ ଅଭିନବ ପଦକ୍ଷେପ ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ଭର୍ଚୁଆଲ ମାଧ୍ୟମରେ ଯୋଗଦେଇ କେମିତି ଏହାକୁ ଡିଜିଟାଲ୍ ମାଧ୍ୟମ ଯଥା- ସ୍ମାର୍ଟଫୋନ, କମ୍ପୁ୍ୟଟର, ସାଧାରଣ ମୋବାଇଲ୍ ଫୋନ୍ ବ୍ୟବହାର କରିହେବ ସେ ବିଷୟରେ ସୂଚନା ଦେଇଛନ୍ତି । ଏହି ଇ-ଉପସ୍ଥାନ କାର୍ଯ୍ୟକ୍ରମ ରାଜ୍ୟର ସମସ୍ତ ଜିଲ୍ଲାରେ ସୁଚାରୁ ରୂପେ କାର୍ଯ୍ୟକାରୀ କରିବା ପାଇଁ ସମସ୍ତ ଶିକ୍ଷକଶିକ୍ଷୟତ୍ରୀମାନଙ୍କ ପାଇଁ ପ୍ରଶିକ୍ଷଣର ବ୍ୟବସ୍ଥା କରାଯାଇଛି ବୋଲି ସେ କହିଛନ୍ତି ।












Click it and Unblock the Notifications