ରାଜ୍ୟସ୍ତରୀୟ ଗୁରୁ ଦିବସ ପାଳିତ: ଆଦର୍ଶ ବିଦ୍ୟାଳୟରେ ୪୪୩ ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆଜି ଲୋକସେବା ଭବନର କନଭେନସନ୍ ସେଣ୍ଟରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଓଡିଶା ଆଦର୍ଶ ବିଦ୍ୟାଳୟ ଗୁଡିକରେ ୪୪୩ ଜଣ ଶିକ୍ଷକ ନିଯୁକ୍ତି ପ୍ରଦାନ କରାଯାଇଛି । ଏହି ଅବସରରେ ନବନିଯୁକ୍ତ ଶିକ୍ଷକ ମାନଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ରାଜ୍ୟର ସବୁ ଅଞ୍ଚଳର ମେଧାବୀ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ମୋର ଲକ୍ଷ୍ୟ ।

ଗୁରୁ ଦିବସ ଓଡିଶା

ଏହି ଉଦ୍ଦେଶ୍ୟରେ ରାଜ୍ୟରେ ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ଓଡିଶା ଆଦର୍ଶ ବିଦ୍ୟାଳୟ ଜରିଆରେ ଇଂରାଜୀ ମାଧ୍ୟମରେ ଶିକ୍ଷା ପ୍ରଦାନ କରାଯାଉଛି। ବିଶେଷକରି ଗ୍ରାମାଞ୍ଚଳ ଓ ଅର୍ଦ୍ଧ ସହରାଂଚଳର ମେଧାବୀ ଛାତ୍ରଛାତ୍ରୀମାନେ ଏହାଦ୍ବାରା ଉପକୃତ ହେଉଛନ୍ତି । ଗୁଣାତ୍ମକ ଶିକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ସାରା ଦେଶରେ ଆଦର୍ଶ ବିଦ୍ୟାଳୟ ଗୁଡିକ ଏକ ରୋଲ ମଡେଲ ହେଉ ବୋଲି ସେ ଚାହାଁନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ଦେଶର ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜାତୀୟ ସ୍ତରର ବିଭିନ୍ନ ପ୍ରବେଶିକା ପରୀକ୍ଷାରେ ସଫଳତା ହାସଲ କରିବା ପାଇଁ ଏହି ବିଦ୍ୟାଳୟ ଗୁଡିକୁ ସବୁପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯାଉଛି ।

ପିଲାମାନଙ୍କ ମନରେ ଯେପରି ଆଶା ଓ ଆତ୍ମବିଶ୍ବାସ ବୃଦ୍ଧି ହେବ ଏବଂ ସେମାନେ ଏହି ପ୍ରତିଯୋଗୀତାମୂଳକ ଦୁନିଆରେ ସବୁପ୍ରକାର ବାଧାବିଘ୍ନକୁ ଅତିକ୍ରାନ୍ତ କରି ସଫଳତାର ପାହାଚ ଚଢିପାରିବେ ତାହା ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। ପିଲାମାନଙ୍କୁ ଭବିଷ୍ୟତର ସଫଳତା ପାଇଁ ଠିକ୍‌ ଭାବରେ ଗାଇଡ କରିବାକୁ ମୁଖ୍ୟମନ୍ତ୍ରୀ ଶିକ୍ଷକ ମାନଙ୍କୁ ପରାମର୍ଶ ଦେଇଥିଲେ ।

ପ୍ରତି ଛାତ୍ରଛାତ୍ରୀଙ୍କ ସ୍ବପ୍ନ କୁ ସାକାର କରିବା ପାଇଁ ଆମର ଉଦ୍ୟମ ହେବ ନୂଆ ଓ ରୂପାନ୍ତରିତ ଓଡଶା ଗଠନରେ ବଳିଷ୍ଠ ପଦକ୍ଷେପ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।ଏବଂ ଏଦିଗରେ ଶିକ୍ଷକ ମାନେ ସେମାନଙ୍କ ଗୁରୁ ଦାୟିତ୍ୱ ନିର୍ବାହ କରିବାକୁ ଆଗେଇ ଆସିବାକୁ ଆହ୍ଵାନ ଜଣାଇଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଦର୍ଶ ବିଦ୍ୟାଳୟ ଗୁଡିକ ପାଇଁ ଏକ ଦଶ ସୂତ୍ରୀ ଲକ୍ଷ୍ୟ ଘୋଷଣା କରିଥିଲେ ।ଏଥିରେ ପିଲାମାନଙ୍କୁ ରକ୍ତଦାନ, ପରିବେଶ ସୁରକ୍ଷା ,ସହିତ ସାକ୍ଷରତା ଅଭିଯାନରେ ସାମିଲ କରିବା ଯୋଗ ,କ୍ରୀଡା ଓ ସୁସ୍ଥ ଜୀବନଶୈଳୀ ଆଦି ପାଇଁ ଉତ୍ସାହିତ କରିବା ଜାତୀୟ ଅନ୍ତଜାତୀୟ ପ୍ରତିଯୋଗିତାରେ ସଫଳତା ପାଇଁ ପିଲାଙ୍କୁ ପ୍ରସ୍ତୁତ କରିବା ,ସ୍କୁଲ ସମୟରୁ ଦକ୍ଷତା ର ବିକାଶ ପ୍ରତି ଯତ୍ନବାନ ହେବା ଆଦି ବିଭିନ୍ନ ବିଷୟ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି ।ଏତଦବ୍ୟତୀତ ପ୍ରତି ଆଦର୍ଶ ବିଦ୍ୟାଳୟ କୁ ଏକ ଦଶ ବର୍ଷିଆ ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

Guru divas Odisha

ଏହି ଅବସରରେ ୨୦୨୧ର ଜାତୀୟ ଶିକ୍ଷକ ପୁରସ୍କାର ପାଇଥିବା ଶିକ୍ଷକ ମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ। ସେମାନେ ହେଲେ - ଭଦ୍ରକ ଜିଲ୍ଲା ସ୍କୁଲର ସହକାରୀ ଶିକ୍ଷକ ଶ୍ରୀ ଅଶୋକ କୁମାର ତ୍ରିପାଠୀ ଓ ଛତ୍ରପୁର ୟୁ.ପି ସ୍କୁଲର ପ୍ରଧାନ ଶିକ୍ଷକ ଅଜିତ କୁମାର ସେଠୀ । ଏହି କାର୍ଯ୍ୟକ୍ରମ ରେ ମନ୍ତ୍ରୀ ଶ୍ରୀ ସମୀର ଦାଶ ,ଓଡ଼ିଶା ଆଦର୍ଶ ଵିଦ୍ୟା ଳୟ ସଗଠନର ଅଧ୍ୟକ୍ଷ ଶ୍ରୀ ଉପେନ୍ଦ୍ର ତ୍ରିପାଠୀ ପ୍ରମୁଖ ଉଦ୍ ବୋଧନ ଦେଇ ଆଦର୍ଶ ବିଦ୍ୟାଳୟ ପିଲାଙ୍କ ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିଛି ବୋଲି ମତ ଦେଇଥିଲେ । ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T ଭି.କେ ପାଣ୍ଡିଆନ୍ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।ନବନିଯୁକ୍ତ ଅଧ୍ୟକ୍ଷ ଓ ଶିକ୍ଷକ ମାନଙ୍କ ସହ ଆଲୋଚନା କରି ଶ୍ରୀ ପାଣ୍ଡିଆନ୍ ସେମାନଙ୍କୁ ରାଜ୍ୟ ସରକାରଙ୍କ ସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେବା ସହ ନୂଆ ଓଡ଼ିଶା ଗଠନ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ୟମ ରେ ଶିକ୍ଷା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥବାରୂ ଏ ଲକ୍ଷ୍ୟ ପୂରଣ ପାଇଁ କାମ କରିବାକୁ ପରାମର୍ଶ ଦେଇଥିଲେ । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପି କେ ଜେନା, ପ୍ରମୁଖ ଯୋଗ ଦେଇଥିଲେ । ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୂ ସ୍ବାଗତ ଭାଷଣ ଦେଇ ଥିଲେ । ସୂଚନାଯୋଗ୍ୟ ଯେ ଆଦର୍ଶ ବିଦ୍ୟାଳୟ ପାଇଁ 443ଶିକ୍ଷକ ଶିକ୍ଷୟତ୍ରୀ ଙ୍କୁ ନିଯୁକ୍ତି ପତ୍ର ଦିଆଯାଇଛି । ସୋମାନଙ୍କ ମଧ୍ୟରେ 156. ଜଣ ଶିକ୍ଷୟତ୍ରୀ ଅଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+