For Quick Alerts
Turn On Notification  
For Daily Alerts
Oneindia App Download

ଓଡିଶା ବିଶ୍ୱବିଦ୍ୟାଳୟ ଅଧିନିୟମ: UGCର ତାଗିଦ୍, ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ବନ୍ଦ କର

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଏବଂ ଓପିଏସସି ଉଲ୍ଲଙ୍ଘନ କରୁଥିବା ଅଭିଯୋଗ । ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ୍ ୨୦୨୦ର ଉଲ୍ଲଂଘନକୁ ନେଇ ୟୁଜିସି ରାଜ୍ୟ ଶିକ୍ଷା ବିଭାଗ ଓ ଓପିଏସସିକୁ ଏକ ତାଗିଦ୍ ପତ୍ର ଦେଇଛି।

|

ଭୁବନେଶ୍ୱର: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଏବଂ ଓପିଏସସି ଉଲ୍ଲଙ୍ଘନ କରୁଥିବା ଅଭିଯୋଗ । ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ୍ ୨୦୨୦ର ଉଲ୍ଲଂଘନକୁ ନେଇ ୟୁଜିସି ରାଜ୍ୟ ଶିକ୍ଷା ବିଭାଗ ଓ ଓପିଏସସିକୁ ଏକ ତାଗିଦ୍ ପତ୍ର ଦେଇଛି। ସୁପ୍ରିମକୋର୍ଟରେ ମାମଲା ବିଚାରାଧୀନ ଥିବା ବେଳେ ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତିକୁ ନେଇ ୟୁଜିସି କ୍ଷୋଭ ପ୍ରକାଶ କରିଛି ।

Higher Education

ଗତ ୨୦ ତାରିଖରେ ଏହା ଉପରେ ସୁପ୍ରିମକୋର୍ଟ ରହିତାଦେଶ ଲଗାଇଥିଲେ । ସୁପ୍ରିମକୋର୍ଟଙ୍କ ଏହି ନିର୍ଦ୍ଦେଶକୁ ରାଜ୍ୟ ଶିକ୍ଷା ବିଭାଗ ଏବଂ ଓପିଏସସି ଉଲ୍ଲଙ୍ଘନ କରୁଥିବା ନେଇ ୟୁଜିସି ପକ୍ଷରୁ କୁହାଯାଇଛି ।

ଦୁଇଟି ଚିଠି ଲେଖି ୟୁଜିସି ପକ୍ଷରୁ କୁହାଯାଇଛି ଯେ ମେ' ୨୩ ତାରିଖରେ ଓପିଏସସି ସମାଜ ବିଜ୍ଞାନର ଆସିଷ୍ଟାଣ୍ଡ ପ୍ରଫେସର ନିଯୁକ୍ତିର ଫଳାଫଳ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ସେହିପରି ୨୪ ତାରିଖରେ ବାଣିଜ୍ୟର ଆସିଷ୍ଟାଣ୍ଡ ପ୍ରଫେସର ଡକ୍ୟୁମେଣ୍ଟ ଭେରିଫିକେସ୍ ପାଇଁ ବିଜ୍ଞପ୍ତି ବାହାରିଥିଲା । ସୁପ୍ରିମକୋର୍ଟରେ ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ ନେଇ ଏସ୍ଏଲପି ବିଚାରଧୀନ ରହିଛି । ରାଜ୍ୟ ଶିକ୍ଷା ବିଭାଗ ଏବଂ ଓପିଏସସି ଉଲ୍ଲଙ୍ଘନ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶର ଉଲ୍ଲଙ୍ଘନ କରୁଛି ବୋଲି ୟୁଜିସି ପକ୍ଷରୁ କୁହାଯାଇଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
UGC Asks OPSC and Higher Education Dept To Stop Teacher Recruitment
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X