ପରଲୋକରେ ବର୍ଷୀଆନ୍ ଅଭିନେତ୍ରୀ ବେଲା ବୋଷ
ପରଲୋକରେ ବର୍ଷୀଆନ୍ ଅଭିନେତ୍ରୀ ବେଲା ବୋଷ । ୭୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି ।

ମୁମ୍ବାଇ:ପରଲୋକରେ ବର୍ଷୀଆନ୍ ଅଭିନେତ୍ରୀ ବେଲା ବୋଷ । ୭୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଗତକାଲି ନିଜ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଲୋକପ୍ରିୟ ଅଭିନେତ୍ରୀ ତଥା ଶାସ୍ତ୍ରୀୟ ନୃତ୍ୟ ଶିଳ୍ପୀ ବେଲା । ଅଭିନେତ୍ରୀଙ୍କର ପରଲୋକରେ ବଲିଉଡରେ ଶୋକର ଛାୟା ଖେଳିଯାଇଛି ।
୨୦୦ରୁ ଅଧିକ ଫିଲ୍ମରେ ଅଭିନୟ କରି ସେ ଜିଣିଥିଲେ ଦର୍ଶକଙ୍କ ମନ । ୧୯୫୦ ରୁ ୧୯୮୦ ଦଶକ ମଧ୍ୟରେ ସେ ଅନେକ ଫିଲ୍ମରେ କାମ କରିଥିଲେ । 'ଜୟ ସନ୍ତୋଷୀ ମା' 'ଶିକାର'ପରି ସୁପରହିଟ୍ ଫିଲ୍ମରେ ସେ ତାଙ୍କ ଅଭିନୟରେ ଦର୍ଶକଙ୍କୁ ମତୁଆଲା କରିଥିଲେ । ହେଲେ ସବୁଠୁ ଅଧିକ ଲୋକପ୍ରିୟତା ତାଙ୍କୁ ନିଜ ଡ୍ୟାନ୍ସ ପାଇଁ ମିଳିପାରିଥିଲା । ମଣିପୁରୀ କ୍ଲାସିକ୍ ଡ୍ୟାନ୍ସ ଜରିଆରେ ସେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ ।
ସୂଚନାଥାଉ ଯେ, ମାତ୍ର ୨୧ ବର୍ଷ ବୟସରେ ବେଲା ଚଳଚ୍ଚିତ୍ର ଜଗତରେ ପାଦ ଦେଇଥିଲେ । ତାଙ୍କର ପ୍ରଥମ ଫିଲ୍ମ ଥିଲା ସୌତେଲା ଭାଇ ।ଯାହା ୧୯୬୨ରେ ରିଲିଜ୍ ହୋଇଥିଲା । ଅଭିନେତ୍ରୀ ଫିଲ୍ମ ନିର୍ମାତା ଆଶିଷ କୁମାରଙ୍କୁ ବିବାହ କରିଥିଲେ । ତାଙ୍କର ଗୋଟିଏ ପୁଅ ଏବଂ ଝିଅ ଅଛନ୍ତି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications