କଟକ ଫ୍ୟାମିଲି କୋର୍ଟରେ ହାଜର ହେଲେ ବର୍ଷା-ଅନୁଭବ
ପୁଣି କୋର୍ଟରେ ହାଜର ହୋଇଛି କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ । ପାରିବାରିକ ବିବାଦ ଓ ବିବାହ ବିଚ୍ଛେଦ ମାମଲା ନେଇ ଉଭୟ କୋର୍ଟଙ୍କ ଆଶ୍ରୟ ନେଇଛନ୍ତି ।
କଟକ: ପୁଣି କୋର୍ଟରେ ହାଜର ହୋଇଛି କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ । ପାରିବାରିକ ବିବାଦ ଓ ବିବାହ ବିଚ୍ଛେଦ ମାମଲା ନେଇ ଉଭୟ କୋର୍ଟଙ୍କ ଆଶ୍ରୟ ନେଇଛନ୍ତି । ଆଜି ଉଭୟଙ୍କୁ ବିବାଦର ବୁଝାମଣା ପାଇଁ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଥିଲା । ଗତ ଶୁକ୍ରବାର ଉଭୟ ବର୍ଷା ଓ ଅନୁଭବ ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ । ମଧ୍ୟସ୍ଥତା କେନ୍ଦ୍ରରେ ଉଭୟ ହାଜର ହୋଇଥିଲେ । ତେବେ ୧୪ ତାରିଖରେ ପୁଣି ହାଜର ହେବାକୁ ଦିନ ଧାର୍ଯ୍ୟ କରଯାଉଥିଲା ତଦନୁଯାୟୀ ଉଭୟ ଆଜି କୋର୍ଟଙ୍କ ନିକଟରେ ହାଜର ହୋଇଛନ୍ତି ।

ଗତ ୯ ତାରିଖ ଦିନ ବିବାହ ବିଚ୍ଛେଦ ମାମଲାର ଆପୋଷ ବୁଝାମଣା କରିବା ପାଇଁ ଫ୍ୟାମିଲ କୋର୍ଟଙ୍କୁ ଉଭୟଙ୍କୁ ଡକା ଯାଇଥିଲା । ପ୍ରଥମ ଥର ପାଇଁ କୋର୍ଟ ରୁମରେ ଉଭୟ ସାମ୍ନା-ସାମ୍ନି ବସିଥିଲେ, ଅନୁଭବ କହିଥିଲେ, ସେ ବିବାହ ବିଚ୍ଛେଦ ଚାହାନ୍ତି କିନ୍ତୁ ବର୍ଷା ବିବାହ ବିଚ୍ଛେଦ ଚାହୁଁନଥିବା ଶୁଣିବାକୁ ମିଳିଥିଲା । ଆଜି ପୁଣି ଉଭୟଙ୍କୁ ସାମ୍ନା ସାମ୍ନି ବସାଇ କାଉନସେଲିଂ କରାଯିବ ବୋଲି ଜଣାପଡ଼ିଛି ।
ଆଜିର କାଉନସିଲେସନ୍ ପ୍ରକ୍ରିୟାରେ ଉଭୟଙ୍କ ମଧ୍ୟରେ ଥିବା ବିବାଦର ସମାଧାନ ପାଇଁ ପ୍ରୟାସ କରାଯିବ। ଯଦି ଆଜି କୌଣସି ସମାଧାନ ନହୁଏ, ତାହେଲେ ଉଭୟଙ୍କୁ ଆଉ ଗୋଟିଏ ତାରିଖ ଦିଆଯାଇପାରେ। ପରବର୍ତ୍ତୀ ତାରିଖରେ ଯଦି ମାମଲା ସମାଧାନ ନହୁଏ, ତାହାହେଲେ କୋର୍ଟ ପରବର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରିବେ ବୋଲି ଜଣାପଡ଼ିଛି।
ସୂଚନାରୁ ପ୍ରକାଶ, ଛାଡପତ୍ର ନେଇ କଟକ ଫ୍ୟାମିଲି କୋର୍ଟ ମାମଲା ଦାୟର ହୋଇଥିଲା। ମାତ୍ର ଫ୍ୟାମିଲି କୋର୍ଟ କମିଶନର ବହୁ ବାର କୋର୍ଟରେ ହାଜର ହେବାକୁ ନୋଟିସ୍ କରିଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ବର୍ଷା ହାଜର ହେଉଥିବା ବେଳେ ଅନୁଭବ ଆସୁନଥିଲେ। ଆଉ କେତେବେଳେ ଅନୁଭବ ଆସୁଥିଲା ବେଳେ ବର୍ଷା ହାଜର ହେଉନଥିଲେ। ଯେଉଁଥିପାଇଁ ଉଭୟଙ୍କ ଭିତରେ ଲାଗି ରହିଥିବା ଛାଡ଼ପତ୍ର ମାମଲାର ସମାଧାନ ହୋଇପାରୁନଥିଲା।












Click it and Unblock the Notifications