ରାଇମୋହନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଓଲିଉଡ ଅଭିନେତା ରାଇମୋହନ ପରିଡାଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଜଣାଇଲେ ସମବେଦନା ।

ଭୁବନେଶ୍ୱର: ଓଲିଉଡ ଅଭିନେତା ରାଇମୋହନ ପରିଡାଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଜଣାଇଲେ ସମବେଦନା । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନିଖୁଣ ଅଭିନୟ ପାଇଁ ସ୍ମରଣୀୟ ହୋଇ ରହିବେ ରାଇମୋହନ ।

Raimohan Parida

ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି ଯେ, ବିଶିଷ୍ଟ ଅଭିନେତା ରାଇମୋହନ ପରିଡ଼ାଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଦୁଃଖିତ। ନାଟକଠୁ ଆରମ୍ଭ କରି ଯାତ୍ରା, ଚଳଚ୍ଚିତ୍ର ପରି କଳାର ବିଭିନ୍ନ କ୍ଷେତ୍ରରେ ତାଙ୍କର ଅନୁପସ୍ଥିତି ସର୍ବଦା ଅନୁଭବ ହେବ। ତାଙ୍କ ନିଖୁଣ ଅଭିନୟ ପାଇଁ ସେ ସ୍ମରଣୀୟ ରହିବେ। ଅମର ଆତ୍ମାର ସଦଗତି କାମନା ସହ ଶୋକାକୁଳ ପରିବାରବର୍ଗଙ୍କ ପ୍ରତି ମୋ ସମବେଦନା ଜଣାଉଛି ବୋଲି ଟ୍ୱିଟ୍ କରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ତେବେ ବରିଷ୍ଠ ଅଭିନେତା ରାଇମୋହନ ପରିଡ଼ାଙ୍କ ବିୟୋଗରେ ଓଲିଉଡ ଜଗତକୁ ଶକ୍ତ ଝଟକା ଲାଗିଛି । ରାଇମୋହନଙ୍କ ମୃତ୍ୟୁ ପରେ ଚାରିଆଡ଼େ ଖେଳିଯାଇଛି ଶୋକର ଛାୟା । ବରିଷ୍ଠ ବ୍ୟକ୍ତି ବିଶେଷମାନେ ତଥା ତାଙ୍କର ଅନେକ ସାଥି କଳାକାରମାନେ ଶୋକ ପ୍ରକାଶ କରିଛନ୍ତି ।

ଆଜି (ଶୁକ୍ରବାର) ଓଡ଼ିଆ ଅଭିନେତା ରାଇମୋହନ ପରିଡ଼ା ଆତ୍ମହତ୍ୟା କରିଥିବା ସୂଚନା ମିଳିଥିଲା । ଭୁବନେଶ୍ୱର ପ୍ରାଚୀ ବିହାର ସ୍ଥିତ ନିଜ ଘରେ ଆତ୍ମହତ୍ୟା କରିଥିବା ସୂଚନା ମିଳିଥିଲା । ପାରିବାରିକ କଳହରୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଭୁବନେଶ୍ୱର ସ୍ଥିତ ପ୍ରାଚୀ ବିହାର ଘରୁ ରାଇମୋହନଙ୍କ ଝୁଲନ୍ତା ମୃତଦେହ ମିଳିଛି। ଖବରପାଇ ଘଟଣାସ୍ଥଳରେ ମଞ୍ଚେଶ୍ୱର ଥାନା ପୋଲିସ ପହଞ୍ଚିଛି।

ଓଲିଉଡର ଲୋକପ୍ରିୟ ଅଭିନେତା ଭାବେ ରାଇମୋହନ ବେଶ୍‌ ଜଣାଶୁଣା। ଯାତ୍ରା ଜଗତରେ ବି ସେ ବେଶ୍‌ ପରିଚିତ ଥିଲେ। ଖଳ ଚରିତ୍ରରେ ତାଙ୍କ ଅଭିନୟ ଥିଲା ବେଶ ଚମତ୍କାର । ତାଙ୍କର ପ୍ରଥମ ଓଡିଆ ଫିଲ୍ମ ହେଉଛି ପକା କମ୍ବଳ ପୋତ ଛତା । ସେଥିରେ ସେ ଖଳନାୟକ ଭୂମିକାରେ ଅଭିନୟ କରିଥିଲେ । ଏହା ପରେ ୧୯୯୨ ମସିହାରେ ସାଗର ଭୂମିକାରେ ଅଭିନୟ କରିଥିଲେ । ୧୦୦ ରୁ ଉର୍ଦ୍ଧ ଓଡିଆ ଫିଲ୍ମ ରେ ସେ ଅଭିନୟ କରିଛନ୍ତି । ୨୦୦୨ ମସିହାରେ ସେ ଓଡିଆ ଫିଲ୍ମ ଛାଡି ଯାତ୍ରାରେ ଅଭିନୟ ଆରମ୍ଭ କରିଥିଲେ । ସେ ଓଡିଆ ଯାତ୍ରା ଓ ଫିଲ୍ମ ସହ କିଛି ହିନ୍ଦୀ ଫିଲ୍ମ ରେ ମଧ୍ୟ ଅଭିନୟ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+