ଅକ୍ଷୟଙ୍କ ପରେ ଗୋବିନ୍ଦା କରୋନା ପଜିଟିଭ: କିଛି ଦିନ ତଳେ ଆସିଥିଲେ ଓଡ଼ିଶା, କଳାକାରଙ୍କ ସହ ଉଠାଇଥିଲେ ଫଟୋ
ଅଭିନେତା ଅକ୍ଷୟ କୁମାରଙ୍କ ପରେ ଏବେ ଗୋବିନ୍ଦା କରୋନା ସଂକ୍ରମିତ ହୋଇଛନ୍ତି । ଏବେ ଗୋବିନ୍ଦା ହୋମ୍ କ୍ୱାରେଣ୍ଟାଇନରେ ଥିବାବେଳେ ଘରେ ତାଙ୍କର ଚିକିତ୍ସା କରାଯାଉଛି ।
ମୁମ୍ବାଇ: ଅଭିନେତା ଅକ୍ଷୟ କୁମାରଙ୍କ ପରେ ଏବେ ଗୋବିନ୍ଦା କରୋନା ସଂକ୍ରମିତ ହୋଇଛନ୍ତି । ଏବେ ଗୋବିନ୍ଦା ହୋମ୍ କ୍ୱାରେଣ୍ଟାଇନରେ ଥିବାବେଳେ ଘରେ ତାଙ୍କର ଚିକିତ୍ସା କରାଯାଉଛି । ଗୋବିନ୍ଦା କରୋନା ସଂକ୍ରମିତ ହୋଇଥିବା ନେଇ ତାଙ୍କ ମୁଖପାତ୍ର ସୂଚନା ଦେଇଛନ୍ତି ।

ତେବେ ଗତ କିଛି ଦିନ ତଳେ ଓଡିଶା ଆସିଥିଲେ ଗୋବିନ୍ଦା । ଏକ ଘରୋଇ ଟେଲିଭିଜନର ଆୱାର୍ଡ ସେରିମନିରେ ଯୋଗ ଦେଇଥିଲେ । ଆଉ ଏବେ ସେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଗୋବିନ୍ଦାଙ୍କ ପତ୍ନୀ ସୁନୀତା ଆହୁଜା ଅଭିନେତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରିବାକୁ ଅନୁରୋଧ କରିଛନ୍ତି । ଏଥିସହ ଶୀଘ୍ର ଠିକ୍ ହେବା ନେଇ ଗୋବିନ୍ଦା ତାଙ୍କର ଫ୍ୟାନ୍ସଙ୍କ ଠାରୁ ଆଶୀର୍ବାଦ ମାଗିଛନ୍ତି ।
ଗୋବିନ୍ଦାଙ୍କ ପୂର୍ବରୁ ଅକ୍ଷୟ କୁମାର କୋଭିଡ୍ ସଂକ୍ରମିତ ହୋଇଥିଲେ । ଅକ୍ଷୟ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏନେଇ ସୂଚନା ଦେଇଥିଲେ । ସେ ଘରେ କ୍ୱାରେଣ୍ଟାଇନରେ ଅଛନ୍ତି । ଏପରିକି ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ କରୋନା ଟେଷ୍ଟ କରାଇନେବାକୁ କହିଛନ୍ତି ଅକ୍ଷୟ ।
-
ଟି୨୦ ବିଶ୍ବକପ ଫାଇନାଲରେ ଭାରତ, ଜାକବ ବେଥେଲଙ୍କ ଲଢ଼ୁଆ ଶତକ ସତ୍ତ୍ବେ ହାରିଲା ଇଂଲଣ୍ଡ -
ବଦଳିବ ପାଗ, ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା -
ଯୁଦ୍ଧ ଭିତରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବୟାନ, କହିଲେ -
ଭାରତକୁ ପ୍ରତିଦ୍ବନ୍ଦ୍ବୀ ହେବାକୁ ଦେବୁନାହିଁ: ଆମେରିକା -
ଭାରତ କିଣିବ ଋଷ ତେଲ, ଏମିତି କହିଲା ଆମେରିକା -
ବିବାହ ବନ୍ଧନରେ ବାନ୍ଧି ହେଲେ ଅର୍ଜୁନ-ସାନିୟା, ଗ୍ରାଣ୍ଡ ୱେଡିଂରେ ସାମିଲ ହେଲେ.... -
ପଶ୍ଚାତାପ ଆମେରିକା କରିବ ; ଇରାନ ବୈଦେଶିକ ମନ୍ତ୍ରୀ -
ବିଧାନସଭା ନିର୍ବାଚନ ପୂର୍ବରୁ ଇସ୍ତଫା ଦେଲେ ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ -
ବିଜୁ ବାବୁଙ୍କ ସହ ପୁରୁଣା ଫଟୋ ପୋଷ୍ଟ କଲେ ଦିଲ୍ଲୀପ ରାୟ, ଲେଖିଲେ ମନର କଥା -
ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗ ରାଜ୍ୟପାଳଙ୍କ ଇସ୍ତଫା ହଇଚଇ ସୃଷ୍ଟି କରିଛି, ପ୍ରଶ୍ନ ଉଠାଇଛନ୍ତି ମମତା ବାନାର୍ଜୀ -
କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି ୯ ରାଜ୍ୟରେ ନୂଆ ରାଜ୍ୟପାଳ ଓ ଉପ-ରାଜ୍ୟପାଳ -
ଇରାନର ଶକ୍ତିଶାଳୀ ଯୁଦ୍ଧ ଜାହାଜ ବୁଡ଼ିବା ଘଟଣା, ସମୁଦ୍ରରୁ ୮୭ ଜଣଙ୍କ ମୃତଦେହ ଉଦ୍ଧାର












Click it and Unblock the Notifications