୩ ଓଡ଼ିଆ ଚଳଚ୍ଚିତ୍ରକୁ ଜାତୀୟ ପୁରସ୍କାର, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଚଳଚ୍ଚିତ୍ର ନିର୍ମାତା, ନିର୍ଦ୍ଦେଶକ ଓ ସମସ୍ତ କଳାକାରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଭୁବନେଶ୍ବର: ୬୭ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ୩ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କୃତ ହୋଇଛି । ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ 'ଶଲା ବୁଢ଼ାର ବଦଲା' କାଲିର ଅତୀତ'କୁ ପୁରସ୍କାର ପ୍ରଦାନ କରାଯାଇଛି । ଅନ୍ୟ ପକ୍ଷରେ ଶ୍ରେଷ୍ଠ କଳା ଓ ସାଂସ୍କୃତିକ ଚଳଚ୍ଚିତ୍ର ଭାବେ ବେଷ୍ଟ ଆର୍ଟ ଆଣ୍ଡ କଲଚର ଫିଲ୍ମ ଭାବେ 'ଶ୍ରୀକ୍ଷେତ୍ରରୁ ସାହି ଯାତ'କୁ ଜାତୀୟ ଫିଲ୍ମ ପୁରସ୍କୃତ ହୋଇଛି । ଏହି ଅବସରରେ ଚଳଚ୍ଚିତ୍ର ନିର୍ମାତା, ନିର୍ଦ୍ଦେଶକ ଓ ସମସ୍ତ କଳାକାରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଟ୍ୱିଟ୍ ଯୋଗେ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଥିବା ବେଳେ ଏହାର ରାଜ୍ୟ ପାଇଁ ଗୌରବର ବିଷୟ ବୋଲି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ 'ଶଲା ବୁଢ଼ାର ବଦଲା' ଓ 'କାଲିର ଅତୀତ' ଏବଂ ଶ୍ରେଷ୍ଠ କଳା ଓ ସାଂସ୍କୃତିକ ଚଳଚ୍ଚିତ୍ର ଭାବେ 'ଶ୍ରୀକ୍ଷେତ୍ରରୁ ସାହିଯାତ' ୬୭ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୧ ହାସଲ କରିବା ଓଡ଼ିଶା ପାଇଁ ଗୌରବର ବିଷୟ। ଚଳଚ୍ଚିତ୍ର ନିର୍ମାତା, ନିର୍ଦ୍ଦେଶକ ଓ ସମସ୍ତ କଳାକାରଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ।
ଅନ୍ୟପକ୍ଷରେ ବଲିଉଡର ଭର୍ସଟାଇଲ ଅଭିନେତା ମନୋଜ ବାଜପେୟୀ ଶ୍ରେଷ୍ଠ ଅଭିନେତା ରୂପେ ପୁରସ୍କୃତ ହୋଇଛନ୍ତି । ଫିଲ୍ମ 'ଭୋସଲେ' ପାଇଁ ତାଙ୍କୁ ଏହି ପୁରସ୍କାର ମିଳିଛି। ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ତାଙ୍କୁ ପରୁସ୍କାର ପ୍ରଦାନ କରିଛନ୍ତି। ସେହିପରି ସାଉଥ ସୁପରଷ୍ଟାର ଧନୁଷଙ୍କୁ ମଧ୍ୟ ଶ୍ରେଷ୍ଠ ଅଭିନେତା ରୂପେ ଫିଲ୍ମ 'ଅସୁରନ୍' ପାଇଁ ଜାତୀୟ ଫିଲ୍ମ ପୁରସ୍କାର ମିଳିଥିବା ବେଳେ କଙ୍ଗନା ରଣାୱତଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ମିଳିଛି। ତାଙ୍କୁ ଫିଲ୍ମ 'ପଙ୍ଗା' ଓ 'ମଣିକର୍ଣ୍ଣିକା' ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ବଲିଉଡ ଦିଂବଗତ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଫିଲ୍ମ ଛିଛୋରେ'କୁ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଅନ୍ୟପଟେ ସାଉଥର ସୁପରଷ୍ଟାର ତଥା ଥଲାଇଭା ରଜନୀକାନ୍ତଙ୍କୁ ମିଳିଛି ୫୧ତମ ଦାଦା ସାହେବ ଫାଲକେ ଆୱାର୍ଡ।












Click it and Unblock the Notifications