Get Updates
Get notified of breaking news, exclusive insights, and must-see stories!

ଜୀବନ ଯୁଦ୍ଧରେ ଝରିଗଲେ ଝରଣା, ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରୀୟ ମର୍ଯ୍ୟାଦାରେ ହେବ ଶେଷକୃତ୍ୟ

ଜୀବନ ଯୁଦ୍ଧରେ ଝରିଗଲେ ଝରଣା, ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରୀୟ ମର୍ଯ୍ୟାଦାରେ ହେବ ଶେଷକୃତ୍ୟ

ଭୁବନେଶ୍ୱର: ଜୀବନ ଯୁଦ୍ଧରେ ଝରିଗଲେ ଝରଣା । ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ଵର୍ଗତ ଝରଣା ଦାସଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି । ଝରଣା ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିହ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

 Odia Actress Jharana Das Passes Away

ଆକାଶବାଣୀ ସହିତ ଉଭୟ ମଞ୍ଚ ଓ ଚଳଚ୍ଚିତ୍ର ରେ ବିଭିନ୍ନ ଭୂମିକାରେ ତାଙ୍କର ପ୍ରଭାବଶାଳୀ ଅଭିନୟ ତାଙ୍କୁ ବିପୁଳ ଲୋକପ୍ରିୟତା ଆଣି ଦେଇଥିଲା । ଝରଣା ଦାସଙ୍କ ସ୍ଵର ଓ ଚମତ୍କାର ଅଭିନୟ ତାଙ୍କୁ ଜଣେ କିମ୍ବଦନ୍ତୀ ଅଭିନେତ୍ରୀ ଭାବରେ ଅଜସ୍ର ସୁନାମ ଦେଇଥିଲା । ତାଙ୍କର ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ତଥା ସାଂସ୍କୃତିକ, ଜଗତରେ ବିରାଟ ଶୂନ୍ୟତା ସ୍ରୁଷ୍ଟି କରିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି । ସ୍ଵର୍ଗତଃ ଝରଣା ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+