For Quick Alerts
Turn On Notification  
For Daily Alerts
Oneindia App Download

ପ୍ରତ୍ୟକ ଜିଲ୍ଲାରେ ପ୍ରଦର୍ଶିତ ହେବ ଓଡ଼ିଆ ଚଳଚ୍ଚିତ୍ର 'ଦମନ'

ପ୍ରତ୍ୟକ ଜିଲ୍ଲାରେ ପ୍ରଦର୍ଶିତ ହେବ ଓଡ଼ିଆ ଚଳଚ୍ଚିତ୍ର 'ଦମନ'

|

ଭୁବନେଶ୍ୱର: ଓଡ଼ିଶା ସିନେମା 'ଦମନ'ର ଲୋକପ୍ରିୟତା ଓ ଏବଂ ପ୍ରେରଣାଦାୟୀ ବିଷୟବସ୍ତୁକୁ ଲକ୍ଷ୍ୟକରି ଏହାକୁ ଜିଲ୍ଲା ଉପଖଣ୍ତ ସ୍ତରରେ ରିଲିଜ୍ କରାଯିବା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଏଥି ପାଇଁ ଉପଯୁକ୍ତ ସିନେମା ଥିଏଟର ବୁକ୍ କରିବା ନିମନ୍ତେ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Daman

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମ୍ୟାଲେରିଆ ନିରାକରଣ ପାଇଁ ୨୦୧୬ରେ ରାଜ୍ୟ ସରକାର ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । ଏଥିରେ ବିଶେଷତଃ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ତି, ଗଜପତି, ନୂଆପଡା ଏବଂ କନ୍ଦମାଳ ଆଦି ଆଠଟି ଜିଲ୍ଲାର ପ୍ରାୟ ୮୦୦୦ ମ୍ୟାଲେରିଆ ପ୍ରବଣ ଗାଁକୁ ଏହି ଘାତକ ଜ୍ୱରରେ ନିରାକରଣ ଉପରେ ଅଧିକ ଗୁରୁତ୍ୱ ଆରୋପ କରାଯାଇଥିଲା । କ୍ଷେତ୍ରସ୍ତରରେ କାର୍ଯ୍ୟରତ ଡାକ୍ତର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ବିଭିନ୍ନ ବିଭାଗର କର୍ମଚାରୀମାନଙ୍କ ମିଳିତ ଉଦ୍ୟମ ଫଳରେ ମ୍ୟାଲେରିଆ ନିରାକରଣ ଦିଗରେ ଉଲ୍ଲେଖନୀୟ ସଫଳତା ମିଳିଥିଲା । ହେଲେ ଏହି ଯୋଜନାର କାର୍ଯ୍ୟାୟନ ସହଜ ଓ ସୁଗମ ନଥିଲା । ପାହାଡ, ଜଙ୍ଗଲ, ନଦୀ ଓ ଝରଣା ପରିବେଷ୍ଟିତ ଦୂରାନ୍ତ ଗାଁମାନଙ୍କରେ ପ୍ରଚଳିତ ଅନ୍ଧବିଶ୍ୱାସ, ଅସ୍ୱାସ୍ଥ୍ୟକର ଜୀବନ-କାର୍ଯ୍ୟ, ଯୋଗାଯୋଗର ଅଭାବ ଏ ଦିଗରେ ବଡ଼ ବଡ଼ ପ୍ରତିବନ୍ଧକ ସାଜିଥିଲା ।

ଏହି ସତ୍ୟ କାହାଣୀକୁ ଆଧାର କରି ଚଳଚ୍ଚିତ୍ର ଲେଖକ ଦେବୀ ପ୍ରସାଦ ଲେଖା, ନିର୍ଦ୍ଦେଶକ ଦୀପେନ୍ଦ୍ର ସାମଲ, ନିର୍ଦ୍ଦେଶକ ବିଶାଳ ମୌର୍ଯ୍ୟ ଓଡ଼ିଆ ଫିଲ୍ମ ଦମନ ପ୍ରସ୍ତୁତ କରିଥିଲେ । ସିନେମାର କାହାଣୀ ଏହଂ ବାସ୍ତୁବିକ କଥାବସ୍ତୁ ଦର୍ଶକମାନଙ୍କୁ ବେଶ୍ ଛୁଇଁଥିଲା । ଚଳଚ୍ଚିତ୍ରର ଲୋକପ୍ରିୟତା ଦିନକୁ ଦିନ ବଢିବାରେ ଲାଗିଛି । ଗତ ରବିବାର ଏହି ସିନେମାକୁ ଲୋକସେବା ଭବନରେ ପ୍ରଦର୍ଶିତ କରାଯାଇଥିଲା । ମୁଖ୍ୟ ଶାସନ ସଚିବ ଶୁରେଶ ଚନ୍ଦ୍ର ମହାପାତ୍ରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଏହି ସିନେମା ଦେଖି ଏହାର ଉଚ୍ଚ ପ୍ରଶଂସା କରିଥିଲେ । ଯାହା ପରେ ଏହି ସିନେମାକୁ ରାଜ୍ୟର ପ୍ରତ୍ୟକ ଜିଲ୍ଲାରେ ପ୍ରଦର୍ଶନ କରିବା ପାଇଁ ସୁରେଶ ଚନ୍ଦ୍ର ମହାପାତ୍ର ପରାମର୍ଶ ଦେଇଥିଲେ ।

ବିଭିନ୍ନ ସ୍ତରରୁ ଆସିଥିବା ମତାମତକୁ ବିଚାରକରି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମାଧ୍ୟମରେ ଏହି ସିନେମାକୁ ଜିଲ୍ଲା ଉପଖଣ୍ତ ସ୍ତରରେ ପ୍ରଦର୍ଶିତ କରିବା ପାଇଁ ସ୍ଥିର କରାଯାଇଛି । ଏଥିପାଇଁ ରାଜ୍ୟର ପ୍ରତ୍ୟକ ଜିଲ୍ଲାରେ ସିନେମା ହଲ୍ ବୁକ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ସୁନ୍ଦରଗଡ଼ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତା ୨୭ ତାରିଖ ରବିବାର ଦିନ ସନ୍ଧ୍ୟା ୬ଟାରେ ସ୍ଥାନୀୟ ସିନେମା ହଲରେ 'ଦମନ' ସ୍କ୍ରିନିଂ କରାଯିବ । ସୁନ୍ଦରଗଡ଼ ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀ 'ଦମନ' ଫିଲ୍ମ ଦେଖିବେ । ରାଜ୍ୟ ସଂସ୍କୃତି ବିଭାଗ ଚିଠିକୁ ଆଧାର କରି ଏପରି ନିଷ୍ପତ୍ତି ନିଆଯାଇଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Odia Film 'Daman' Will Be Screened In each District At Odisha
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X