Get Updates
Get notified of breaking news, exclusive insights, and must-see stories!

ସ୍ୱର୍ଗଦ୍ୱାରରେ ହେଲା ପିଣ୍ଟୁ ନନ୍ଦଙ୍କ ଶେଷକୃତ୍ୟ

ପଞ୍ଚଭୂତରେ ଲୀନ ହେଲେ ଅଭିନେତା ପିଣ୍ଟୁ ନନ୍ଦ । ପୁରୀ ସ୍ୱର୍ଗଦ୍ୱାରରେ ପିଣ୍ଟୁ ନନ୍ଦଙ୍କୁ ଅଶ୍ରୁଳ ବିଦାୟ ଦିଆଯାଇଛି । ପରିବାର, ପ୍ରୀୟଜନ, ବନ୍ଧୁ ତାଙ୍କ ଅନ୍ତିମ ସତ୍କାରରେ ସାମିଲ ହୋଇଛନ୍ତି ।

Pintu Nanda

ଭୁବନେଶ୍ୱର: ପଞ୍ଚଭୂତରେ ଲୀନ ହେଲେ ଅଭିନେତା ପିଣ୍ଟୁ ନନ୍ଦ । ପୁରୀ ସ୍ୱର୍ଗଦ୍ୱାରରେ ପିଣ୍ଟୁ ନନ୍ଦଙ୍କୁ ଅଶ୍ରୁଳ ବିଦାୟ ଦିଆଯାଇଛି । ପରିବାର, ପ୍ରୀୟଜନ, ବନ୍ଧୁ ତାଙ୍କ ଅନ୍ତିମ ସତ୍କାରରେ ସାମିଲ ହୋଇଛନ୍ତି । ଭୁବନେଶ୍ୱର କଳାରାହାଙ୍ଗ ସ୍ଥିତ ବାସଭବନରେ ପିଣ୍ଟୁଙ୍କୁ ଆଜି ଶହ ଶହ ଫ୍ୟାନ୍ସ ଓ ସମର୍ଥକ ଶେଷ ଦର୍ଶନ କରିଥିଲେ ।

ଗତକାଲି (ଗୁରୁବାର) ବିଳମ୍ବିତ ରାତିରେ ଭୁବନେଶ୍ୱରରେ ଅଭିନେତା ପିଣ୍ଟୁ ନନ୍ଦଙ୍କ ପାର୍ଥିବ ଶରୀର ପହଞ୍ଚିଥିଲା । ବିମାନବନ୍ଦରରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା । ଉପସ୍ଥିତ ଥିଲେ ସିନେ ଜଗତର ବହୁ କଳାକାର ଓ ପରିବାର ଲୋକ । ସମସ୍ତଙ୍କ ଆଖିରେ ଥିଲା ଲୁହ, ଝୁରୁଥିଲେ ତାଙ୍କ ପ୍ରିୟ ଅଭିନେତାଙ୍କୁ।

ଉଲ୍ଲେଖଯୋଗ୍ୟ ଯେ, ଲିଭର ସିରୋସିସ ରୋଗରେ ପୀଡ଼ିତ ଥିବା ପିଣ୍ଟୁଙ୍କ ବୁଧବାର ରାତି ପ୍ରାୟ ସାଢ଼େ ୧୧ଟାରେ ଦେହାନ୍ତ ହୋଇଥିଲା । ଲିଭର ଟ୍ରାନ୍ସପ୍ଲାଣ୍ଟ ପୂର୍ବରୁ ହାଇଦ୍ରାବାଦର ଯଶୋଦା ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପିଣ୍ଟୁଙ୍କର ପରଲୋକ ହୋଇଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୪୫ବର୍ଷ ହୋଇଥିଲା । ପିଣ୍ଟୁଙ୍କର ଲିଭର ଟ୍ରାନ୍ସପ୍ଲାଣ୍ଟ ହେବାକୁ ଥିବା ବେଳେ ଡୋନର ମିଳି ନଥିଲେ । ଫଳରେ ଚିକିତ୍ସାରେ ବିଳମ୍ବ ହୋଇଥିଲା । ଗତ କିଛିଦିନ ତଳେ ତାଙ୍କୁ ଭୁବନେଶ୍ବରରୁ ଦିଲ୍ଲୀ ସ୍ଥାନାନ୍ତର କରାଯାଇଥିଲା । କିନ୍ତୁ ସେଠାରେ ଲିଭର ଡୋନର ନମିଳିବାରୁ ତାଙ୍କୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଥିଲା ।

ଦୀର୍ଘ ବର୍ଷ ଧରି ଓଲିଉଡ ଜଗତରେ ସକ୍ରିୟ ଥିଲେ ପିଣ୍ଟୁ। ଦର୍ଶକ ପିଣ୍ଟୁ ନନ୍ଦଙ୍କୁ କେତେବେଳେ ଖଳନାୟକ, କେତେବେଳେ ସହନାୟକ ପୁଣି କେତେବେଳେ କମେଡିଆନ୍‌ ଚରିତ୍ରରେ ଦେଖିଛନ୍ତି । ପିଣ୍ଟୁ ବିଭିନ୍ନ ସମୟରେ ନାୟକ, ନାୟିକାଙ୍କ ଭାଇ, ଦାଦା ଭଳି ଚରିତ୍ରରେ ବି ନଜର ଆସିଛନ୍ତି । ପିଣ୍ଟୁ ନନ୍ଦ ଓଲିଉଡରେ ୩୦ରୁ ଅଧିକ ସିନେମାରେ ଅଭିନୟ କରିଛନ୍ତି । ତାଙ୍କ ଅଭିନୀତ 'ରାଣ୍ତି ପୁଅ ଅନନ୍ତା' ଦର୍ଶକଙ୍କ ମନକୁ ଛୁଇଁଥିଲା।

ସେହିପରି ଅନ୍ୟ ସିନେମା ଗୁଡିକ ହେଲା 'ଜୟ ଜଗନ୍ନାଥ', 'ବାହୁଡିବେ ମୋ ଜଗା ବଳିଆ', 'ଆଇ ଲଭ ମାଇଁ ଇଣ୍ତିଆ',' ସାଥୀରେ', 'ପ୍ରେମ ପାଇଁ ମହାଭାରତ', 'କଥାଦେଲି ମଥା ଛୁଇଁ', 'ଦୋସ୍ତି','ପ୍ରେମ ଋତୁ ଆସିଲାରେ','ହାତଧରି ଚାଲୁଥା','ରଙ୍ଗ ନମ୍ବର'ଏବଂ 'ଲଭ ଏକ୍ସପ୍ରେସ' ଆଦି ଫିଲ୍ମରେ ଦମଦାର ଅଭିନୟ କରିଛନ୍ତି । ସେ ୧୯୯୬ରେ 'କୋଇଲି 'କଥାଚିତ୍ର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ପ୍ରବେଶ କରିଥିଲେ । କେବଳ ଫିଲ୍ମ ନୁହେଁ ଅନେକ ଆଲବମରେ ମଧ୍ୟ ସେ ଅଭିନୟ କରିଛନ୍ତି । ଓଡ଼ିଆ ଆଲବମ ଏ ଗଉରା ଗୀତ ପିଣ୍ଟୁଙ୍କୁ ଘରେ ଘରେ ପରିଚିତ କରାଇଥିଲା । ପିଣ୍ଟୁଙ୍କ ପରଲୋକରେ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଶୋକର ଛାୟା ଖେଳିଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+