ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ପରଲୋକ
ବର୍ଷିୟାନ ଅଭିନେତା ମିହିର ଦାସଙ୍କ ପରଲୋକ । ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ଅଭିନେତା ମିହିର ଦାସଙ୍କ ପରଲୋକ ହୋଇଯାଇଛି। ଚିକିତ୍ସାଧୀନ ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି।
ଭୁବନେଶ୍ୱର: ବର୍ଷିୟାନ ଅଭିନେତା ମିହିର ଦାସଙ୍କ ପରଲୋକ । ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ଅଭିନେତା ମିହିର ଦାସଙ୍କ ପରଲୋକ ହୋଇଯାଇଛି। ଚିକିତ୍ସାଧୀନ ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା। ମଲ୍ଟି ଅର୍ଗାନ ଫେଲୁଅର ରୋଗରେ ପୀଡିତ ଥିଲେ ମିହିର ଦାସ । କିଛିଦିନ ତଳେ ଆଇସିୟୁରେ ଥିଲେ ମିହିର ଦାସ ।

ତାଙ୍କ ପରଲୋକରେ ଓଡ଼ିଆ ସିନେ ଜଗତରେ ଏକ ବଡ଼ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି। ମଙ୍ଗଳବାର ଅପରାହ୍ଣ ୩.୨୫ ମିନିଟରେ ମିହିର ଦାସ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କ ପାଖରେ ପୁଅ ଅମ୍ଳାନ ଉପସ୍ଥିତ ଥିଲେ।












Click it and Unblock the Notifications