ବୈତରଣୀ ଜଳବିଦ୍ୟୁତ ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର ଜିଲ୍ଲା ଆନନ୍ଦପୁର ସିଂହନାଳୀରେ 24 ମେଗାଓ୍ୱାଟ୍ ବିଶିଷ୍ଟ ବୈତରଣୀ ଜଳ ବିଦ୍ୟୁତ୍ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି | ଭିଡିଓ କନଫରେନ୍ସିଂ ଜରିଆରେ ଉଦଘାଟନକରି ସେ କହିଛନ୍ତି, ଏହି ଜଳବିଦ୍ୟୁତ୍ ପ୍ରକଳ୍ପ ସବୁଜ ଓ ପୁନଃ ବ୍ୟବହାରକ୍ଷମ ଶକ୍ତି କ୍ଷେତ୍ରରେ କାର୍ଯ୍ୟ କରିବ |
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ସିଂହନାଳୀରେ 24 ମେଗାଓ୍ୱାଟ୍ ବିଶିଷ୍ଟ ବୈତରଣୀ ଜଳ ବିଦ୍ୟୁତ୍ ପ୍ରକଳ୍ପକୁ ଉଦଘାଟନ କରିଛନ୍ତି | ଭିଡିଓ କନଫରେନ୍ସିଂ ଜରିଆରେ ଉଦଘାଟନକରି ସେ କହିଛନ୍ତି, ଏହି ଜଳବିଦ୍ୟୁତ୍ ପ୍ରକଳ୍ପ ସବୁଜ ଓ ପୁନଃ ବ୍ୟବହାରକ୍ଷମ ଶକ୍ତି କ୍ଷେତ୍ରରେ କାର୍ଯ୍ୟ କରିବ | ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କେନ୍ଦୁଝର ଜିଲ୍ଲାର ଉଭୟ ଦେଶ ଓ ରାଜ୍ୟ ଅର୍ଥନୀତିରେ ବିଶେଷ ଅବଦାନ ରହିଛି । ଜିଲ୍ଲାର ଖଣିଜ ପାଣ୍ଠି ଲୋକଙ୍କର | ଏହାର ସମସ୍ତ ଟଙ୍କା ଜନସାଧାରଣଙ୍କ ହିତ ପାଇଁ ଖର୍ଚ୍ଚ ହେବ |
ଲୋଅର ବୈତରଣୀ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ହେଉଛି ସବୁଜ ଓ ପୁନଃ ବ୍ୟବହାରକ୍ଷମ ଶକ୍ତି କ୍ଷେତ୍ରରେ ଏକ ମାଇଲ ଖୁଣ୍ଟ। ବୈତରଣୀ ନଦୀ ଉପରେ ନିର୍ମିତ ଏହି ପ୍ରକଳ୍ପ ହାଇଦ୍ରାବାଦସ୍ଥିତ ବୈତରଣୀ ପାୱାର ପ୍ରୋଜେକ୍ଟ ପ୍ରାଇଭେଟ ଲିମିଟେଡ ଦ୍ବାରା ସ୍ଥାପନ କରାଯାଇଛି। ଏଥିରୁ ରାଜ୍ୟ ଗ୍ରୀଡ ବର୍ଷକୁ ୧୦୦ ମିଲିଅନ ୟୁନିଟ ବିଜୁଳି ପାଇପାରିବ।
— I & PR Department, Odisha (@IPR_Odisha) November 7, 2020
ଏହି ପ୍ରକଳ୍ପର ବିଶେଷତ୍ୱ ହେଲା ଏହା ଦ୍ୱାରା କେହି ବିସ୍ଥାପିତ ହୋଇନାହାନ୍ତି | ଜିଲ୍ଲାରେ ଏକ ମେଡିକାଲ କଲେଜ ଓ ହସ୍ପିଟାଲ କାର୍ଯ୍ୟ ଜାରି ରହିଛି । ଏତି ସହିତ ଜିଲ୍ଲାର ସମସ୍ତ ରାସ୍ତାର ଉନ୍ନତିକରଣ ପାଇଁ ପଦକ୍ଷେପ ନିଆଯାଇଛି | ସେହିପରି ମେଗା ପିଇବା ପାଣି ପ୍ରକଳ୍ପରେ ଜିଲ୍ଲାର ସବୁ ଘର ଗାଁ ଓ ସହରର ସବୁ ଅଞ୍ଚଳରେ ପାଇପ ପାଣି ଯୋଗାଇ ଦେବା ପାଇଁ କାମ ଚାଲିଛି |

-
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
୬୯ ମଣ୍ଡି ନୋଡାଲ ଅଫିସର୍ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ, ଦରମା ବନ୍ଦ କଲେ ଜିଲ୍ଲାପାଳ -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା -
IPL 2026: ଏହି ଦିନ ଘୋଷଣା ହେଵ କାର୍ଯ୍ୟସୂଚୀ !












Click it and Unblock the Notifications