ଲୋକାର୍ପିତ ହେଲା ୩୦୦୦ 'ମୋ ସେବା କେନ୍ଦ୍ର" ଓ OdishaOne Portal
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦୦୦ରୁ ଅଧିକ ମୋ ସେବାକେନ୍ଦ୍ର ଓ ଓଡ଼ିଶା ୱାନ୍ ପୋର୍ଟାଲ ଲୋକାର୍ପିତ କରିଛନ୍ତି । 5T ଉପକ୍ରମ ଅନୁଯାୟୀ ଏହି କାର୍ଯ୍ୟକ୍ରମ ଆରମ୍ବ କରାଯାଇଛି ।
ଭୁବନେଶ୍ବର: ଆଜି ହେଉଛି ଜନନାୟକ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମ ଦିବସ । ଆଜିର ଦିନକୁ ରାଜ୍ୟ, ପଞ୍ଚାୟତିରାଜ ଓ ଲୋକ ସେବା ଦିବସ ଭାବରେ ପାଳନ କରୁଛି । ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦୦୦ରୁ ଅଧିକ ମୋ ସେବାକେନ୍ଦ୍ର ଓ ଓଡ଼ିଶା ୱାନ୍ ପୋର୍ଟାଲ ଲୋକାର୍ପିତ କରିଛନ୍ତି । 5T ଉପକ୍ରମ ଅନୁଯାୟୀ ଏହି କାର୍ଯ୍ୟକ୍ରମ ଆରମ୍ବ କରାଯାଇଛି ।

ସେବା ଓ ସମ୍ମାନ ହେଉଛି ତାଙ୍କ ସରକାରର ମୁଳମନ୍ତ୍ର । ଗଣତନ୍ତ୍ରରେ ଲୋକ ହେଉଛନ୍ତି ମାଲିକ ବୋଲି ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି । ଲୋକଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବା ସହିତ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ । ଏହି ଲକ୍ଷ୍ୟ ନେଇ ଆମର "5T Initiative ଓ ମୋ ସରକାର" କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ସାଧାରଣ ଲୋକ ଯେପରି ସୁବିଧାରେ ଓ ସହଜରେ ବିଭିନ୍ନ ସରକାରୀ ସେବା ପାଇପାରିବେ ତା ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ତେବେ ଆଗାମୀ ଦିନରେ ରାଜ୍ୟର ସବୁ ପଞ୍ଚାୟତରେ ଗୋଟିଏ ଗୋଟିଏ ମୋ ସେବାକେନ୍ଦ୍ର ଖୋଲାଯିବ । ଏହା ଦ୍ବାରା ୮୦୦୦ ଯୁବକ ଯୁବତୀ ଆତ୍ମ ନିଯୁକ୍ତିର ସୁଯୋଗ ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେହିପରି ସହରବାସୀ ତଥା କମ୍ପୁଟର ଜାଣିଥିବା ଲୋକମାନଙ୍କ ପାଇଁ OdishaOne Portal ସେବା ଯୋଗାଇବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।












Click it and Unblock the Notifications