For Quick Alerts
Turn On Notification  
For Daily Alerts
Oneindia App Download

5-Tରେ ଯୋଡ଼ି ହେଲା 5ଟି ସେବା: 'ପୁଷ୍ଟି ବଜେଟ୍ କରିବାରେ ଓଡ଼ିଶା ଦେଶରେ ପ୍ରଥମ'

ଆଜି 5-T ଟି ଉପକ୍ରମ ଅଧିନରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ୫ ଗୋଟି ନୁଆ ଅନଲାଇନ ସେବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକାର୍ପିତ ହୋଇଛି ।

|

ଭୁବନେଶ୍ୱର: ରାଜ୍ୟ ସରକାରଙ୍କର ୫-ଟି ଉପକ୍ରମ ଜରିଆରେ ବିଭିନ୍ନ ବିଭାଗର କାର୍ଯ୍ୟଦକ୍ଷତାରେ ଉନ୍ନତି ପାଇଁ ନିରନ୍ତର ପ୍ରୟାସ ଜାରି ରହିଛି । ଆଜି 5-T ଟି ଉପକ୍ରମ ଅଧିନରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ୫ ଗୋଟି ନୁଆ ଅନଲାଇନ ସେବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକାର୍ପିତ ହୋଇଛି ।

ସେହି ୫ ଗୋଟି ସେବା ଗୁଡ଼ିକ ହେଲା-

  • (୧) ଇ-କଳିକା
  • (୨) ମୋ ଛତୁଆ ଆପ୍
  • (୩) ଇ-ମାନଦେୟ ପୋର୍ଟାଲ
  • (୪) ମମତା ଆପ୍‌
  • (୫) ମୋ ଶିଶୁ ପୋର୍ଟାଲ
Naveen Patnaik

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ରାଜ୍ୟ ସରକାର ଗତ ୨୦ ବର୍ଷ ଧରି ମହିଳାମାନଙ୍କର ସଶକ୍ତିକରଣ ଏବଂ ଶିଶୁମାନଙ୍କର କଲ୍ୟାଣକୁ ସର୍ବାଧିକ ପ୍ରାଥମିକତା ଦେଇ କାର୍ଯ୍ୟ କରି ଆସୁଛି । ଏଥିପାଇଁ ପଞ୍ଚାୟତ ଅନୁଷ୍ଠାନ ମାନଙ୍କରେ ମହିଳାମାନଙ୍କ ପାଇଁ ସଂରକ୍ଷଣ ଠାରୁ ଆରମ୍ଭ କରି ମିଶନ ଶକ୍ତି କାର୍ଯ୍ୟକ୍ରମ ଜରିଆରେ ୭୦ଲକ୍ଷ ମହିଳାଙ୍କୁ ସଶକ୍ତ କରାଯାଇଛି । ରାଜ୍ୟ ସରକାରଙ୍କର ଉଦ୍ୟମରେ ଓଡ଼ିଶା ଆଜି ମହିଳା ସଶକ୍ତି କରଣ, ଶିଶୁମାନଙ୍କର ଯତ୍ନ ଏବଂ ପୁଷ୍ଟି କ୍ଷେତ୍ରରେ ସାରା ଦେଶରେ ଏକ ଆଦର୍ଶ ରାଜ୍ୟ ହୋଇପାରିଛି । ସାରା ଦେଶରେ ଏ ପର୍ଯ୍ୟନ୍ତ କେବଳ ଓଡ଼ିଶାରେ ହିଁ ପୁଷ୍ଟି ବଜେଟ୍ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଇ-କଳିକା ଆପ ଜରିଆରେ କ୍ରେଚ୍‌ରେ ରହୁଥିବା ୩ ବର୍ଷରୁ କମ୍ ବୟସ୍କ ଶିଶୁମାନଙ୍କ ପାଇଁ ଥିବା ଆନୁସାଙ୍ଗିକ ବ୍ୟବସ୍ଥା ପାଇଁ ତଦାରଖ କରାଯାଇପାରିବ । ଏଥିରେ ମା ମାନଙ୍କୁ ଶିଶୁ ମାନଙ୍କ ଯତ୍ନ, ତତ୍ ସମ୍ବନ୍ଧୀୟ ତଥ୍ୟ, ପ୍ରତି ଶିଶୁର ଶାରୀରିକ ତଥା ବୌଦ୍ଧିକ ବିକାଶକୁ ନଜର
ରଖାଯାଇପାରିବ । ମୋ-ଛତୁଆ ଆପ୍ ଜରିଆରେ ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ଦ୍ୱାରା ପ୍ରସ୍ତୁତ ଛତୁଆ ଓ ଏହାର ଯୋଗାଣ ପଦ୍ଧତିକୁ ଅଧିକ ବ୍ୟବସ୍ଥିତ ଓ ପାରିଦର୍ଶି କରିବା ପାଇଁ ଲକ୍ଷ୍ୟ ରଖାଯାଇଛି ।

ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କର୍ମୀ, ମିନି ଅଙ୍ଗନବାଡ଼ି କର୍ମୀ ଓ ଅଙ୍ଗନବାଡ଼ି ସହାୟକ ମାନଙ୍କୁ ମାନଦେୟ / ପ୍ରୋତ୍ସାହନ ପାଇଁ ଇ-ମାନଦେୟ ପୋର୍ଟାଲ କାର୍ଯ୍ୟକାରୀ କରାଯାଉଅଛି । ଏହାଦ୍ୱାରା ରାଜ୍ୟର ୧ ଲକ୍ଷ ୩୪ ହଜାର ୭୫୮ ଜଣ ଅଙ୍ଗନ ବାଡ଼ି କର୍ମୀ, ମିନି ଅଙ୍ଗନବାଡ଼ି କର୍ମୀ ଓ ଅଙ୍ଗନବାଡ଼ି ସହାୟକ ଉପକୃତ ହେବେ । ରାଜ୍ୟ ସରକାରଙ୍କର ଅନ୍ୟତମ ଲୋକପ୍ରିୟ କାର୍ଯ୍ୟକ୍ରମ ମମତାକୁ ଆହୁରି ଲୋକାଭିମୁଖୀ ଓ ସେବା କୈନ୍ଦ୍ରିକ କରିବା ପାଇଁ ମମତା ମୋବାଇଲ ଆପ୍ ଖୋଲାଯାଇଛି । ଏଥିରେ ଘରେ ବସି ମା ମାନେ ପଞ୍ଜିକରଣ ଠାରୁ ଆରମ୍ଭ କରି ବ୍ୟାଙ୍କ ଖାତାରେ ଟଙ୍କା ଦାଖଲ ପର୍ଯ୍ୟନ୍ତ ସବୁ ତଥ୍ୟ ପାଇପାରିବେ ଏବଂ ଅଭିଯୋଗ ପାଇଁ ୧୮୧ ହେଲ୍ପଲାଇନକୁ ମଧ୍ୟ ବ୍ୟବହାର କରିପାରିବେ ।

ସେହିପରି ମୋ ଶିଶୁ ପୋର୍ଟାଲ ଶିଶୁ ସୁରକ୍ଷା ସେବାକୁ ତଦାରଖ ଓ ଦ୍ରୁତଗାମୀ କରିବା ପାଇଁ ଏକ ସରଳ ବ୍ୟବସ୍ଥା । ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଶିଶୁମାନେ ଏହାଦ୍ୱାରା ଉପକୃତ ହୋଇପାରିବେ । ଶିଶୁ ମଙ୍ଗଳ କମିଟି ଓ କିଶୋର ନ୍ୟାୟ ବୋର୍ଡ଼ ମଧ୍ୟ ଅନଲାଇନରେ ବିଭିନ୍ନ ତଥ୍ୟକୁ ଅନୁଧ୍ୟାନ କରି ଶିଶୁମାନଙ୍କ ଥଇଥାନ କାର୍ଯ୍ୟକାରୀ କରିପାରିବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମହିଳା ଶିଶୁ ବିଭାଗରେ ୫-ଟି କାର୍ଯ୍ୟକ୍ରମ ସମ୍ପର୍କିତ ଏକ
ପୁସ୍ତିକ ଉନ୍ମୋଚନ କରିଥିଲେ ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
5 more services added to 5-T
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X