Get Updates
Get notified of breaking news, exclusive insights, and must-see stories!

ରାଜ୍ୟରେ ବୁଲା ଗାଈ କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ 60 ଲଷ ଟଙ୍କା ସହାୟତା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ 48 ଟି ମ୍ୟୁନିସପାଲଟି ଓ 61 ଟିଏନ୍ଏସି ମାନଙ୍କୁ 60 ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି ।

ଭୁବନେଶ୍ୱର: କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକଡାଉନ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ 48 ଟି ମ୍ୟୁନିସପାଲଟି ଓ 61 ଟିଏନ୍ଏସି ମାନଙ୍କୁ 60 ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି ।

cm naveen

ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ । ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ 20 ହଜାର ଟଙ୍କା ,କଟକ ,ସମ୍ବଲପୁର,ରାଉରକେଲା, ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ 10 ହଜାର ଟଙ୍କା ,ମ୍ୟୁନିସପାଲଟି ମାନେ ଦୈନିକ 5 ହଜାର ଟଙ୍କା ଓ ଏନଏସି ମାନେ ଦୈନିକ 2 ହଜାର ଟଙ୍କା ଖର୍ଚ୍ଚ କରିପାରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+