Get Updates
Get notified of breaking news, exclusive insights, and must-see stories!

କମିଲା ରେସିଡେନ୍ସି ପିରିଅଡ, ପଦୋନ୍ନତି ପାଇବେ 63,303 ଶିକ୍ଷକ

ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡିକର ଶିକ୍ଷକ ମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ୍ କରାଯାଇଛି । ଏହାଦ୍ବାରା ରାଜ୍ୟର 63 ହଜାର 303 ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ ।

ଭୁବନେଶ୍ୱର : ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡିକର ଶିକ୍ଷକ ମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ୍ କରାଯାଇଛି । ଏହାଦ୍ବାରା ରାଜ୍ୟର 63 ହଜାର 303 ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ । ଏହା ସହିତ ଉଚ୍ଚପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ ପଦବୀ ପୂରଣ ହେବ ଏବଂ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀ ଗୁଡିକ ମଧ୍ୟ ପୂରଣ ହୋଇପାରିବ । ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ବିଭିନ୍ନ ସ୍ତରରେ ଶିକ୍ଷକ ଅଭାବ ପୂରଣ ହେବା ଦ୍ବାରା ପ୍ରାଥମିକ ବିଦ୍ୟାଳୟ ଗୁଡିକର ପରିଚାଳନାରେ ଉନ୍ନତି ଆସିବା ସହିତ ଶୈକ୍ଷିକ ପରିବେଶରେ ମଧ୍ୟ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

teacher

ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେବା ଦ୍ୱାରା 5(ଏ) ସ୍ତରରେ ଥିବା 29 ହଜାର 759 ଜଣ ସହକାରୀ ଶିକ୍ଷକ 5(ବି) ସ୍ତରକୁ ପଦୋନ୍ନତି ପାଇବେ । ସେହିପରି 5(ବି) ସ୍ତରରେ ଥିବା 29 ହଜାର 759 ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଲେଭେଲ-4 କୁ ପଦୋନ୍ନତି ପାଇବେ । ଏହାସହିତ ଲେଭେଲ IVରେ ଥିବା 3785 ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ଲେଭେଲ-3 କୁ ପଦୋନ୍ନତି ପାଇବେ । ଲେଭେଲ 5(ବି) ରେ ଥିବା ସହକାରୀ ଶିକ୍ଷକ ମାନଙ୍କ ପାଇଁ ରେସିଡେସନ୍‌ସି ପିରିଅଡକୁ ଏକ ବର୍ଷରୁ 6 ମାସ କରାଯାଇଥିବା ବେଳେ, ଲେଭେଲ-4 ରୁ ଲେଭେଲ-3 କୁ ପଦୋନ୍ନତି ପାଇବା ପାଇଁ ରେସିଡ଼େନସି ପିରିଅଡର ସୀମା 2 ବର୍ଷରୁ 1 ବର୍ଷ କରାଯାଇଛି ।

ସୂଚନାଯୋଗ୍ୟ ଯେ 2019 ରେ ପ୍ରାଥମିକ ଶିକ୍ଷକ ମାନଙ୍କ କ୍ୟାଡରର ପୁନର୍ଗଠନ କରାଯାଇ ଲେଭେଲ-4 ରେ 21 ହଜାର 463 ଶିକ୍ଷକ ପଦବୀ ସ୍ଥାନରେ 51 ହଜାର 164 ଟି ପଦବୀ ସୃଷ୍ଟି କରାଯାଇଥିଲା ଏବଂ ଲେଭେଲ-3 ରେ ଥିବା 9305 ଟି ପଦବୀ ସ୍ଥାନରେ 18 ହଜାର 769 ଶିକ୍ଷକ ପଦବୀ ସୃଷ୍ଟି କରାଯାଇଥିଲା ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପଦୋନ୍ନତି ପାଇବାକୁ ଯାଉଥିବା ସବୁ ଶିକ୍ଷକ ମାନଙ୍କୁ ଅଭିନନ୍ଦନ ଜଣାଇବା ସହ ଗୁଣାତ୍ମକ ଶିକ୍ଷାଦାନ ଦିଗରେ ରାଜ୍ୟ ସରକାରଙ୍କ ଉଦ୍ୟମର ସଫଳତା ରେ ସମସ୍ତ ଙ୍କ ସହଯୋଗ କାମନା କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+