Get Updates
Get notified of breaking news, exclusive insights, and must-see stories!

ଶିଶୁ ଓ ମହିଳାଙ୍କ ପ୍ରତି ଅପରାଧ ରୋକିବା ପାଇଁ ଖୋଲିବ ସ୍ବତନ୍ତ୍ର ଶାଖା, ୬୨ଟି ପଦବୀକୁ ମଞ୍ଜୁର ଦେଲେ ମୁଖ୍ୟମନ୍ତ୍ରୀ

ମହିଳା ଓ ଶିଶୁ ମାନଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ଯେପରି ଫଳପ୍ରଦ ଭାବରେ ରୋକାଯାଇପାରିବ, ତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥି ନିମନ୍ତେ ରାଜ୍ୟ ପୋଲିସରେ ଏକ ସ୍ବତନ୍ତ୍ର ଶାଖା ଖୋଲିବା ପାଇଁ ଘୋଷଣା କରିଛନ୍ତି ।

ଭୁବନେଶ୍ବର: ଶିଶୁ ଓ ମହିଳା ମାନଙ୍କ ସୁରକ୍ଷା ଉପରେ ରାଜ୍ୟ ସରକାର ସର୍ବୋଚ୍ଚ ପ୍ରାଥମିକତା ଦେଇ ଆସିଛନ୍ତି । ମହିଳା ଓ ଶିଶୁ ମାନଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ତଥା ସେ ସଂକ୍ରାନ୍ତୀୟ ଅପରାଧକୁ ଯେପରି ଫଳପ୍ରଦ ଭାବରେ ରୋକାଯାଇପାରିବ ଏବଂ ଅଭିଯୋଗର ଉଚିତ ଭାବରେ ତଦନ୍ତ କରାଯାଇପାରିବ, ତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥି ନିମନ୍ତେ ରାଜ୍ୟ ପୋଲିସରେ ଏକ ସ୍ବତନ୍ତ୍ର ଶାଖା ଖୋଲିବା ପାଇଁ ଘୋଷଣା କରିଛନ୍ତି ।

crime against children and women

ମୁଖ୍ୟମନ୍ତ୍ରୀ ଆଜି ଏହି ସ୍ବତନ୍ତ୍ର ଶାଖା ପାଇଁ ୬୨ଟି ବିଭିନ୍ନ ପଦବୀକୁ ମଂଜୁର କରିଛନ୍ତି । ଏଥିରେ ପୋଲିସ ବିଭାଗର 60ଟି ପଦବୀ ସହିତ ସାଇବର ଫରେନସିକ (Cyber Forensic) ଏବଂ IT ବିଶେଷଜ୍ଞ ପାଇଁ ୨ଟି ପଦବୀକୁ ମଧ୍ୟ ମଞ୍ଜୁର କରାଯାଇଛି। ଜଣେ ଆଇ.ଜି ପାହ୍ୟାର ଅଧିକାରୀଙ୍କ ନେତୃତ୍ବରେ ଏହି ଶାଖା ପରିଚାଳିତ ହେବ । ଏଥିରେ ଦୁଇ ଜଣ ଅତିରିକ୍ତ ଏସ୍.ପି, ୧୦ ଜଣ ଡ଼ି.ଏସ୍.ପି, ୯ ଜଣ ଇନ୍ସପେକ୍ଟର, ୧୦ ଜଣ ସବ୍ ଇନ୍ସପେକ୍ଟର, ୮ ଜଣ ଏ.ଏସ୍.ଆଇ ଓ ୧୪ ଜଣ କନେଷ୍ଟବଳଙ୍କୁ ନିୟୋଜିତ କରାଯିବ। ଏହା ସହିତ ୫ଜଣ ମନ୍ତ୍ରୀଳୟସ୍ତରୀ କର୍ମଚାରୀ ପଦବୀକୁ ମଧ୍ୟ ମଂଜୁର କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+