କଟକ ଖାନନଗରରେ ନେତାଜୀଙ୍କ ନାମରେ ନିର୍ମିତ ହେବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ

କଟକର ଖାନନଗର ଠାରେ 12 ଏକର ଜମିରେ ନିର୍ମାଣ କରାଯିବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ ।ମହାନ୍‌ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ବୋଷଙ୍କ ନାମରେ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ନାମିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ଭୁବନେଶ୍ବର : କଟକର ଖାନନଗର ଠାରେ 12 ଏକର ଜମିରେ ନିର୍ମାଣ କରାଯିବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ । ମହାନ୍‌ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ବୋଷଙ୍କ ନାମରେ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ନାମିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୁଧବାର ଏକ ବୈଠକରେ ଘୋଷଣା କରିଛନ୍ତି । ଏହି ବସ୍ ଟର୍ମିନାଲ ମିର୍ମାଣ ପାଇଁ ଖର୍ଚ୍ଚ ହେବ 65 କୋଟି ଟଙ୍କା । ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହା କାର୍ଯ୍ୟକାରୀ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Naveen Patnaik
ବାଦାମବାଡି ବସ୍‌ଷ୍ଟାଣ୍ଡ ଜନଗହଳି ବୃଦ୍ଧି ସହିତ ସ୍ଥାନ ଅଭାବ ଦୃଷ୍ଟିରୁ ଜନସାଧାରଣ ଓ ଯାତ୍ରୀ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ଖାନନଗରରେ ପ୍ରତିଷ୍ଠା କରିବାପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହି ବସ୍‌ ଟର୍ମିନାଲରେ ଯାତ୍ରୀମାନଙ୍କର ସୁବିଧା ପାଇଁ ସମସ୍ତ ପ୍ରକାର ଅତ୍ୟାଧୁନିକ ବ୍ୟବସ୍ଥା ରହିବ । ଏଥିରେ ଏକ ବୃହତ ଟର୍ମିନାଲ ବିଲ୍‌ଡିଂ, ସାଧାରଣ ଯାତ୍ରୀବାହୀ ବସ୍‌ ପାଇଁ ସ୍ଥାନ (Regular Bus Bay), ସ୍ଥାନୀୟ ଓ ମୋ ବସ୍‌ ସେବା ପାଇଁ ସ୍ଥାନ, ଯାନ ମରାମତି ଓ ରକ୍ଷଣାବେକ୍ଷଣ ବ୍ଲକ୍‌, ଚାରି ଚକିଆ ଯାନ ଓ ଅଟୋ ପାଇଁ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯିବ । 1 ଲକ୍ଷ 18 ହଜାର ବର୍ଗ ଫୁଟରେ ଏଥିପାଇଁ 3 ମହଲା ବିଶିଷ୍ଟ ଟର୍ମିନାଲ ବିଲ୍‌ଡିଂ ନିର୍ମାଣ କରାଯିବ, ଯେଉଁଥିରେ ଯାତ୍ରୀ ବିଶ୍ରାମସ୍ଥଳ, ଫୁଡ କୋର୍ଟ, କ୍ଲକ୍ ରୁମ୍, ଟିକେଟ ଗୃହ, ଇ-ଯାନ ଚାର୍ଜିଂ ପଏଣ୍ଟ, ଛାତ ଉପରେ ବର୍ଷା ଜଳ ସଂରକ୍ଷଣ ଏବଂ ସୌର ପ୍ୟାନେଲ ବ୍ୟବସ୍ଥ ମଧ୍ୟ କରାଯିବ । ଏହି ଟର୍ମିନାଲରେ ଏକ ସମୟରେ 180ଟି ବସ୍‌ ପାର୍କିଂର ବ୍ୟବସ୍ଥା ରହିବ । ଯାତ୍ରୀମାନଙ୍କ ସୁବିଧା ପାଇଁ Integrated Information Management system ମଧ୍ୟ ରହିବ ବୋଲି ସେ କହିଛନ୍ତି । ଏଥିସହିତ ଏହି ନିର୍ମାଣ ପାଇଁ କଟରର ରିଙ୍ଗ ରୋଡକୁ ଆଉ ଦୁଇ କିଲୋମିଟର ସଂପ୍ରସାରଣ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି ।
khannagar-bus-terminal

ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲରେ ନେତାଜୀଙ୍କ ଜୀବନ ଓ ସଂଗ୍ରାମ ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ପାଇଁ ଏକ ସ୍ବତନ୍ତ୍ର Kiosk କରିବା ପାଇଁ ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଟର୍ମିନାଲର ବିଭିନ୍ନ ସ୍ଥାନରେ ନେତାଜୀଙ୍କ ଆଦର୍ଶ ଓ ଜୀବନୀ ସଂପର୍କରେ ପ୍ରଚାର ପ୍ରସାର ପାଇଁ ବିଭିନ୍ନ Motif ଓ painting ରଖାଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ ଯେ ଆଗାମୀ ଜାନୁଆରୀ ୨୩ ତାରିଖ ଦିନ ନେତାଜୀଙ୍କ ଜୟନ୍ତୀ ପାଳନ କରାଯିବ ଏବଂ ଚଳିତ ବର୍ଷ ସମଗ୍ର ଦେଶ ନେତାଜୀଙ୍କର 125ତମ ଜୟନ୍ତୀ ପାଳନ କରିବାକୁ ଯାଉଛି । ଆମ ସ୍ବାଧୀନତା ସଂଗ୍ରାମର ଅନ୍ୟତମ ସେନାପତି ଓ ମହାନ୍‌ ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷ କଟକ ଓଡିଆ ବଜାରରେ ଜନ୍ମଗ୍ରହଣ କରିଥିଲେ ଏବଂ କଟକରେ ବାଲ୍ୟ ଶିକ୍ଷା ଲାଭ କରିଥିଲେ ।

ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ସଂଚାଳନା କରିଥିଲେ । ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଗୃହ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ, ଅର୍ଥ ବିଭାଗର ପ୍ରମୁଖ ସଚିବ ଏବଂ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର, କଟକ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ । ପୂର୍ତ୍ତ ସଚିବ ଏହି ପ୍ରକଳ୍ପ ସଂପର୍କରେ ଉପସ୍ଥାପନା ରଖିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+