For Quick Alerts
Turn On Notification  
For Daily Alerts
Oneindia App Download

କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟାନ୍ୟ କର୍ମଚାରୀଙ୍କ ପାଇଁ ୯୨.୩୭ କୋଟି ଟଙ୍କାର ସହାୟତା ଘୋଷଣା

କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟାନ୍ୟ କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୯୨.୩୭ କୋଟି ଟଙ୍କାର ବୋନସ ଏବଂ ଅନ୍ୟାନ୍ୟ ସହାୟତା ଘୋଷଣା କରିଛନ୍ତି ।

|

ଭୁବନେଶ୍ବର: କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟାନ୍ୟ କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୯୨.୩୭ କୋଟି ଟଙ୍କାର ବୋନସ ଏବଂ ଅନ୍ୟାନ୍ୟ ସହାୟତା ଘୋଷଣା କରିଛନ୍ତି । ତନ୍ମଧ୍ୟରୁ କେବଳ ବୋନସର ପରିମାଣ ୫୯.୭୮ କୋଟି ଟଙ୍କା । ଏହା ସହିତ କେନ୍ଦୁପତ୍ର କର୍ମଚାରୀଙ୍କ ମୃତ୍ୟୁ ବା ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମତା କ୍ଷେତ୍ରରେ ଅନୁକମ୍ପାମୂଳକ ସହାୟତାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଏକ ଲକ୍ଷ ଟଙ୍କାରୁ ଦୁଇ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ।

Naveen Patnaik

ଆଜି କେନ୍ଦୁପତ୍ର କଲ୍ୟାଣ ବୋର୍ଡରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ଭିଡିଓ କନ୍‌ଫରେନସିଂ ଜରିଆରେ ଅନୁଷ୍ଠିତ ବୈଠକରେ ମୁଖ୍ୟମନ୍ତ୍ରୀ ଅଧ୍ୟକ୍ଷତା କରିଥିଲେ । କେନ୍ଦୁପତ୍ର ତୋଳାଳୀ, ବନ୍ଧେଇ ଶ୍ରମିକ ଓ ସାମୟିକ କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ଚଳିତ ବର୍ଷ ବୋନସ୍‌, ଅନ୍ୟାନ୍ୟ ସହାୟତା ଓ ଭିତ୍ତିଭୁମି ବିକାଶ ଉଦ୍ଦେଶ୍ୟରେ ୯୨.୩୭ କୋଟି ଟଙ୍କା ବୋର୍ଡ ମଞ୍ଜୁର କରିଛି । କେନ୍ଦୁପତ୍ର ସଂଗ୍ରହ, ବନ୍ଧେଇ ଓ ପ୍ରକ୍ରିୟାକରଣ କାର୍ଯ୍ୟରେ ସାଧାରଣତଃ ଗରିବ ଲୋକମାନେ ନିୟୋଜିତ ହୋଇଥାନ୍ତି । ସେମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ସବୁବେଳେ ଉଦ୍ୟମ ଜାରି ରଖିଛନ୍ତି । ୨୦୧୪ ମସିହାରେ ଏକ ଐତିହାସିକ ନିଷ୍ପତ୍ତି ନେଇ ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟରୁ ପାଉଥିବା ଲାଭାଂଶରେ କେନ୍ଦୁପତ୍ର ତୋଳାଳୀମାନଙ୍କୁ ସାମିଲ କରିଛନ୍ତି ।

କୋଭିଡ୍‌ ମହାମାରୀ ସମୟରେ ବିଭାଗ ୬୦ ଲକ୍ଷରୁ ଅଧିକ କର୍ମ ଦିବସ ସୃଷ୍ଟି କରିପାରିଥିଲା । ଏହା ଦ୍ବାରା ୭ ଲକ୍ଷ ୫୪ ହଜାରେ ୬୩୧ କେନ୍ଦୁପତ୍ର ତୋଳାଳୀ, ୧୮୨୨୩ ବନ୍ଧେଇ ଶ୍ରମିକ ଏବଂ ୧୬୫୩୩ ଜଣ ସାମୟିକ କର୍ମଚାରୀ ଉପକୃତ ହୋଇଛନ୍ତି । ୨୦୨୦ ଶସ୍ୟ ବର୍ଷରେ ଏ ବାବଦରେ ୨୫୦ କୋଟି ଟଙ୍କା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ DBT ଜରିଆରେ ପଇଠ କରାଯାଇଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
A total of Rs 92.38 crore has been announced for centrifuge workers and other employees
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X