ସରକାର କରୁଛନ୍ତି ସ୍ୱତନ୍ତ୍ର ବ୍ଲୁପ୍ରିଣ୍ଟ୍ : ନିଶାମୁକ୍ତ ହେବ ସବୁ କ୍ୟାମ୍ପସ, ବୈଷୟିକ ଶିକ୍ଷାନୁଷ୍ଠାନ ପାଇଁ ସ୍ୱତନ୍ତ୍ର ଡ୍ରାଇଭ
ରାଜ୍ୟର ସମସ୍ତ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ଡ୍ରଗ ଫ୍ରି ହେବ । ଏଥିପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରୁଛନ୍ତି ।
ଭୁବନେଶ୍ୱର : ରାଜ୍ୟର ସମସ୍ତ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ଡ୍ରଗ ଫ୍ରି ହେବ । ଏଥିପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରୁଛନ୍ତି । ଆସନ୍ତା ଶିକ୍ଷା ବର୍ଷରୁ ସବୁ ଶିକ୍ଷାନୁଷ୍ଠାନ ନିଶାମୁକ୍ତ ହେବା । ଆଜି ଭୁବନେଶ୍ୱରରେ ଅନୁଷ୍ଠିତ ଜାତୀୟ ସେବା ଯୋଜନା, NSSର ସମୀକ୍ଷା କରି ଏହି ବିବୃତି ଦେଇଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ । ନିଶାମୁକ୍ତ କ୍ୟାମ୍ପସ ନେଇ ଖୁବଶୀଘ୍ର ଗାଇଡ ଲାଇନ୍ ଜାରି କରିବ ଉଚ୍ଚ ଶିକ୍ଷା ବିଭାଗ ବୋଲି ଏହି ଅବସରରେ ସେ କହିଛନ୍ତି । ଏଠାରେ ସୂଚନାଥାଉକି, କିଛି ଦିନ ତଳେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଉଚ୍ଚ ଶିକ୍ଷା ବିଭାଗକୁ ଡ୍ରଗ ସଚେତନତା ପ୍ରଥମେ କ୍ୟାମ୍ପସରୁ ଆରମ୍ଭ କରିବାକୁ ଚିଠି ହୋଇଥିଲା ।

ରାଜ୍ୟରେ ଥିବା ବୈଷୟିକ ଶିକ୍ଷାନୁଷ୍ଠାନ ଓ ହଷ୍ଟେଲରେ ଛାତ୍ରଛାତ୍ରୀ ନିଶାସକ୍ତ ହେଉଛନ୍ତି । ଏହାକୁ ରୋକିବା ଲାଗି କ୍ୟାମ୍ପସରେ ସ୍ୱତନ୍ତ୍ର ଡ୍ରାଇଭ ଆରମ୍ଭ କରାଯିବ । ଅନ୍ୟ ରାଜ୍ୟ ତୁଳନାରେ ଓଡିଶାର ଶିକ୍ଷାନୁଷ୍ଠାନ ଗୁଡିକରେ ନିଶା ସେବନ ହାର ଯଥେଷ୍ଟ କମ୍ ରହିଛି । ତଥାପି ଏହି ହାରକୁ ଜିରୋରେ ପହଞ୍ଚାଇବା ପାଇଁ ଏନ୍ଏସ୍ଏସର ସ୍ୱେଚ୍ଛାସେବୀ ମାନେ କ୍ୟାମ୍ପସରେ ସକ୍ରିୟ ଭାବେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ ଅରୁଣ । ବର୍ତ୍ତମାନ ରାଜ୍ୟର 21ଟି ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟରେ ଏକ ଲକ୍ଷ 15 ହଜାର 5ଶହ ଏନ୍ଏସ୍ଏସ୍ ସ୍ୱେଚ୍ଛାସେବୀ କାର୍ଯ୍ୟରତ ଅଛନ୍ତି । କ୍ୟାମ୍ପସ ପରିସରରେ ଡ୍ରଗ, ଗୁଟଖା ଆଦି ମାଦକ ଦ୍ରବ୍ୟକୁ ବନ୍ଦ କରିବାକୁ ଏକ ସଚେତନ କାର୍ଯ୍ୟକ୍ରମ କରାଯିବ । ଏନଏସଏସ୍ ସ୍ୱେଚ୍ଛାସେବୀଙ୍କୁ ଏହି କାର୍ଯ୍ୟକ୍ରମରେ ସାମିଲ କରିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଅନୁରୋଧକୁ ପାଳନ କରାଯିବ ବୋଲି ସେ କହିଛନ୍ତି ।
-
କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ପ୍ରତିକ୍ରିୟା, କହିଲେ ବିଜେପି... -
କଟକ SCB ଅଗ୍ନିକାଣ୍ଡ ; ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି,ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ -
ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ନବୀନଙ୍କ ଅଭିଯୋଗ -
୨ ମାସ ତଳୁ ଯୋଜନା ପ୍ରସ୍ତୁତ ହୋଇଥିଲା, ଜିତିବା ପାଇଁ ଲଢୁଥିଲୁ;ବିଜୟ ମହାପାତ୍ର -
କ୍ରସ୍ ଭୋଟିଂକୁ ନେଇ ପିସିସି ସଭାପତିଙ୍କ ବିସ୍ଫୋରକ ବୟାନ -
ଅଣ୍ଡା ପ୍ରେମୀଙ୍କ ପାଇଁ ଖୁସି ଖବର ; କମିଲା ରେଟ, ଜାଣନ୍ତୁ କେତେ? -
ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ -
କ୍ରସ୍ ଭୋଟିଂ ପାଇଁ କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ -
ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ -
ଦିଲ୍ଲୀ ହାଇକୋର୍ଟରେ ୧୦କୋଟି ଟଙ୍କାର କେସ୍ ଦାଏର କଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଝିଅ, ଜାଣନ୍ତୁ ପୁରା ଘଟଣା -
ନିର୍ବାଚନ ପୂର୍ବରୁ ମମତାଙ୍କୁ ଝଟକା, ଆକ୍ସନ ମୁଡକୁ ଆସିଲେ ନିର୍ବାଚନ କମିଶନ -
ସାବଧାନ ! ଖାଉଛନ୍ତି କଞ୍ଚା ଆମ୍ବ ତେବେ ନିହାତି ଜାଣନ୍ତୁ ଏହି କଥା, ନଚେତ୍...












Click it and Unblock the Notifications