କୋଭିଡରେ ସ୍ୱାମୀଙ୍କୁ ହରାଇଥିବା ମହିଳା ଏବଂ ବାପା ମାଙ୍କୁ ହରାଇଥିବା ପିଲାମାନଙ୍କ ପାଇଁ 15 ଦିନ ଭିତରେ ପେନ୍‌ସନ୍‌

କୋଭିଡରେ ନିଜ ସ୍ବାମୀଙ୍କୁ ହରାଇଥିବା ମହିଳା ଏବଂ ବାପା ମାଙ୍କୁ ହରାଇଥିବା ପିଲାମାନଙ୍କୁ ପ୍ରାଥମିକତା ଭିତ୍ତିରେ ଚିହ୍ନଟ କରିବା ସହିତ ଆଗାମୀ 2 ସପ୍ତାହ ମଧ୍ୟରେ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ସେମାନଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି

ଭୁବନେଶ୍ୱର : ଓଡ଼ିଶା ସମେତ ସାରା ଦେଶ ବର୍ତ୍ତମାନ କରୋନାର ଦ୍ୱିତୀୟ ଲହର ସହ ଲଢେଇ କରୁଛି । ଏହି ମହାମାରୀରେ କିଏ ବାପା ମାଙ୍କୁ ହରାଇ ଅନାଥ ହୋଇଯାଇଛି କିଏ ସ୍ୱାମୀକୁ ହରାଇଛି । ସେମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବାନ ପଟ୍ଟନାୟକ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ।

କୋଭିଡରେ ନିଜ ସ୍ବାମୀଙ୍କୁ ହରାଇଥିବା ମହିଳା ଏବଂ ବାପା ମାଙ୍କୁ ହରାଇଥିବା ପିଲାମାନଙ୍କୁ ପ୍ରାଥମିକତା ଭିତ୍ତିରେ ଚିହ୍ନଟ କରିବା ସହିତ ଆଗାମୀ 2 ସପ୍ତାହ ମଧ୍ୟରେ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ସେମାନଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମଧୁବାବୁ ପେନସନ ଯୋଜନାରେ ସହାୟତା, ସାମାଜିକ ସୁରକ୍ଷା ହିତାଧିକାରୀଙ୍କୁ 3 ମାସର ଆଗୁଆ ଭତ୍ତା ଦେବାକୁ ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହି ପେନ୍‌ସନ ନଗଦ ଟଙ୍କା ଆକାରରେ ହିତାଧିକାରୀଙ୍କ ଗାଁରେ ହିଁ ଦିଆଯିବ ।

Naveen Patnaik

ଏହି ଅବସରରେ ଦେଶର ବିଭିନ୍ନ ରାଜ୍ୟରେ ବର୍ତ୍ତମାନ ବ୍ଲାକ ଫଙ୍ଗସର ରୋଗୀ ବହୁ ସଂଖ୍ୟାରେ ବାହାରୁଥିବାରୁ ମୁଖ୍ୟମନ୍ତ୍ରୀ ଉଦ୍‌ବେଗ ପ୍ରକାଶ କରିବା ସହିତ ରାଜ୍ୟରେ ଏହାର ମୁକାବିଲା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ତାଲିମପ୍ରାପ୍ତ ଡାକ୍ତର ଓ ମେଡିସିନ୍‌ ମହଜୁଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସେହିପରି ରାଜ୍ୟର ମେଡିକାଲ କଲେଜ ସମେତ ସବୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ ଓ ନନ୍‌-କୋଭିଡ ବ୍ଲାକ୍‌ ଫଙ୍ଗସ ରୋଗୀଙ୍କୁ ଚିହ୍ନଟ କରି ଅଲଗା ଅଲଗା ୱାର୍ଡରେ ସେମାନଙ୍କୁ ଚିକିତ୍ସା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ଆଗାମୀ ସପ୍ତାହ ମଧ୍ୟରେ ରାଜ୍ୟରେ କୋଭିଡ ଦ୍ବିତୀୟ ଲହରର ରୋଗୀଙ୍କ ସଂଖ୍ୟା ହ୍ରାସ ପାଇବ ବୋଲି ଆଶାବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଅଭିଜ୍ଞତାକୁ ଉପଯୋଗ କରି ଆମକୁ ତୃତୀୟ ଲହର ପାଇଁ ପ୍ରସ୍ତୁତ ରହିବାକୁ ହେବ । ପ୍ରତ୍ୟେକ ଜିଲ୍ଲାରେ ପିଲାମାନଙ୍କ ସ୍ବାସ୍ଥ୍ୟ ଉପରେ ସ୍ବତନ୍ତ୍ର ଫୋକସ ରଖି ବ୍ୟବସ୍ଥା କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ରାଜ୍ୟରେ ପଜିଟିଭିଟି ହାର 15 ପ୍ରତିଶତରୁ କମ୍‌ ରହିଛି ଏବଂ ଅଧିକାଂଶ ଜିଲ୍ଲାରେ ପଜିଟିଭ କେସ୍‌ ମଧ୍ୟ ହ୍ରାସ ପାଇଲାଣି । କିନ୍ତୁ ବାତ୍ୟା ପ୍ରଭାବିତ ଅଞ୍ଚଳରେ ଅଧିକ ଟେଷ୍ଟିଂ କରିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ତାସହିତ 24 ମଇରୁ ଆରମ୍ଭ ହୋଇଥିବା ଘରକୁ ଘର ବୁଲି ସର୍ଭେ କାର୍ଯ୍ୟ ସଂପର୍କରେ ବ୍ୟାପକ ସଚେତନତା କରାଯିବା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ । ଜିଲ୍ଲାପାଳ ମାନେ ଏହାକୁ ଅତ୍ୟନ୍ତ ଗୁରୁତ୍ବର ସହ ନେବା ସହିତ ଚିହ୍ନଟ ରୋଗୀ ମାନଙ୍କର ଚିକିତ୍ସା ପ୍ରାଥମିକତା ଭିତ୍ତିରେ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଥିଲେ । ବର୍ତ୍ତମାନ ପରିସ୍ଥିତିରେ ସଂକ୍ରମଣ ନିୟନ୍ତ୍ରଣ କାର୍ଯ୍ୟକ୍ରମରେ ଗୋଷ୍ଠୀକୁ ସକ୍ରିୟ ଭାବରେ ସାମିଲ କରିବା ଉପରେ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+