ଠିକା ନିଯୁକ୍ତି ଉଚ୍ଛେଦ ନେଇ ବିଜ୍ଞପ୍ତି ପ୍ରକାଶ; ଜାଣନ୍ତୁ, କେଉଁମାନେ ହେଲେ ନିୟମିତ କର୍ମଚାରୀ ?

ଠିକା ନିଯୁକ୍ତି ଉଚ୍ଛେଦ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି । ୫୭ ହଜାରରୁ ଅଧିକ ଚୁକ୍ତିଭିତ୍ତିକ କର୍ମଚାରୀ ନିୟମିତ ହେବେ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଘୋଷଣା କରିଥିଲେ ।

ଭୁବନେଶ୍ୱର: ଠିକା ନିଯୁକ୍ତି ଉଚ୍ଛେଦ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି । ୫୭ ହଜାରରୁ ଅଧିକ ଚୁକ୍ତିଭିତ୍ତିକ କର୍ମଚାରୀ ନିୟମିତ ହେବେ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଘୋଷଣା କରିଥିଲେ । ଗ୍ରୁପ ବି, ସି, ଡି ନିଯୁକ୍ତି ଉଚ୍ଛେଦ ନେଇ ଆଜି ବିଧିବଦ୍ଧ ଭାବରେ ବିଜ୍ଞପ୍ତି ପ୍ରକାଶ ପାଇଛି । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ । ଫଳରେ ଚୁକ୍ତିଭିତ୍ତିକ ନିଯୁକ୍ତି ଦିନ ଠାରୁ ହିଁ କର୍ମଚାରୀଙ୍କର ଇନକ୍ରିମେଣ୍ଟ ଲାଗୁ ହେବ । ଯେଉଁମାନଙ୍କର ୬ ବର୍ଷ ପୂରଣ ହୋଇସାରିଛି, ତାକୁ ବି ଏଥିରେ ଗଣନା କରାଯିବ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ଦିଆଯାଇଛି ।

Odisha Government

ସୂଚନାଥାଉ କି, ଗତକାଲି ରାଜ୍ୟ କ୍ୟାବିନେଟ୍ ବୈଠକରେ ରାଜ୍ୟର ସମସ୍ତ ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ନିୟମିତ ନିଯୁକ୍ତି ସମ୍ପର୍କିତ ପ୍ରସ୍ତାବ ପାରିତ ହୋଇଥିଲା । ପରେ କ୍ୟାବିନେଟ ନିଷ୍ପତ୍ତି ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡିଶାରେ ଚୁକ୍ତିଭିତ୍ତିକ ନିଯୁକ୍ତିର ଯୁଗ ଶେଷ ହେଲା । ସବୁ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ ହେବ । ବହୁ ଦିନ ଧରି ଏ ସୁଦିନକୁ ମୁଁ ଅପେକ୍ଷା କରିଥିଲି । ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ ପାଇବ । ୫୭ ହଜାରରୁ ଅଧିକ କର୍ମଚାରୀ ନିୟମିତ ହେବେ । ଏଥିପାଇଁ ହାରାହାରି ୧୩୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ । ସେମାନଙ୍କ ପରିବାର ପାଇଁ ଏହା ଆଗୁଆ ଦୀପାବଳି ଆଣିଛି । ଆଜି ଓଡିଶା ଆତ୍ମବିଶ୍ୱାସର ସହ ଆଗକୁ ବଢୁଛି । ସଶକ୍ତ ହେଉଛି । ଓଡିଶା ଇତିହାସର ଏହା ଏକ ସୁବର୍ଣ୍ଣ ମୂହୁର୍ତ୍ତ ।

ତେବେ ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଏହି ବଡ଼ ଘୋଷଣା ପରେ ଏହାକୁ ସ୍ୱାଗତ କରିଛନ୍ତି ରାଜ୍ୟ ଚୁକ୍ତି ଭିତ୍ତିକ କର୍ମଚାରୀ ସଂଘ । ଭୁବନେଶ୍ୱରସ୍ଥିତ ବିଭାଗୀୟ ମୁଖ୍ୟ ଦପ୍ତର ଆଗରେ ବାଣ ଫୁଟାଇ ଉତ୍ସବ ମନାଇଥିଲେ ଶହ ଶହ ଚୁକ୍ତି ଭିତ୍ତିକ କର୍ମଚାରୀ । ସରକାର ଏତେ ଦିନ ପରେ ସେମାନଙ୍କ ଦୁଃଖ ଶୁଣିଥିବାରୁ ସେମାନଙ୍କ ଆନ୍ଦୋଳନ ସଫଳ ହୋଇଥିବା କହିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+