Get Updates
Get notified of breaking news, exclusive insights, and must-see stories!

ପଶ୍ଚିମ ଓଡିଶା ବିକାଶ ପରିଷଦକୁ ଦୁଇ ଗୁଣ ଅନୁଦାନ, ନିର୍ମାଣ ହେବ ୧୦ ଜିଲ୍ଲା କାର୍ଯ୍ୟାଳୟ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ପରିଷଦକୁ ରାଜ୍ୟ ସରକାରଙ୍କ ଅନୁଦାନ ପରିମାଣ ୨୦୨୧-୨୨ ଆର୍ଥିକ ବର୍ଷରେ ୨୦୦ କୋଟି ହେବ।

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପଶ୍ଚିମ ଓଡିଶା ବିକାଶ ପରିଷଦର କାର୍ଯ୍ୟକ୍ରମ ସମୀକ୍ଷା କରି ପଶ୍ଚିମ ଓଡିଶାର ବିକାଶ ପାଇଁ ପରିଷଦର ବାର୍ଷିକ ଅନୁଦାନକୁ ଦୁଇ ଗୁଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ଯୁବକଯୁବତୀ ମାନଙ୍କ ପାଇଁ ଯେପରି ରୋଜଗାରର ଅଧିକ ସୁଯୋଗ ସୃଷ୍ଟି ହେବ, ସେଥିପ୍ରତି ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ ୧୯୯୯-୨୦୦୦ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ବଜେଟ ପରିମାଣ ବର୍ଷକୁ ୩ କୋଟି ଥିବାବେଳେ ଏବେ ତାହା ୧୦୦ କୋଟିକୁ ବୃଦ୍ଧି ପାଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ପରିଷଦକୁ ରାଜ୍ୟ ସରକାରଙ୍କ ଅନୁଦାନ ପରିମାଣ ୨୦୨୧-୨୨ ଆର୍ଥିକ ବର୍ଷରେ ୨୦୦ କୋଟି ହେବ।

ଏହାସହିତ ପଶ୍ଚିମ ଓଡିଶାରେ ବିକାଶ କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରିବା ଏବଂ ଲୋକଙ୍କ ପାଖରେ ପ୍ରଶାସନକୁ ପହଞ୍ଚାଇବା ପାଇଁ ପରିଷଦ ଅଧୀନରେ ଥିବା ୧୦ଟି ଜିଲ୍ଲା ଏବଂ ଆଠମଲ୍ଲିକରେ ପରିଷଦର କାର୍ଯ୍ୟାଳୟ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ପଶ୍ଚିମ ଓଡିଶାରେ କାର୍ଯ୍ୟକାରୀ ହେଉଥିବା ଅନେକ ଗୁଡିଏ ବୃହତ ପ୍ରକଳ୍ପକୁ ତ୍ବରାନ୍ବିତ କରି ଠିକ୍‌ ସମୟରେ ଶେଷ କରିବା ପାଇଁ WODC ପଦକ୍ଷେପ ନେବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା । ବିଜୁ ଏକ୍‌ସପ୍ରେସ ୱେ, ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଆଦି ବୃହତ ଭିତ୍ତିଭୂମି ପ୍ରକଳ୍ପ ଗୁଡିକ ଦ୍ବାରା ପଶ୍ଚିମ ଓଡିଶାର ବିକାଶରେ କାୟାକଳ୍ପ ହୋଇପାରିବ ବୋଲି ଆଶା କରାଯାଉଛି ।

ବୈଠକରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ଯୋଗ ଦେଇ ପରିଷଦର କାର୍ଯ୍ୟକ୍ରମ ଓ ଭବିଷ୍ୟତ କାର୍ଯ୍ୟପନ୍ଥା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏକ ଉପସ୍ଥାପନା ରଖିଥିଲେ। ଉପସ୍ଥାପନାରୁ ଜଣାଯାଇଛି ଯେ ବିଗତ ଦିନମାନଙ୍କରେ WODC ପକ୍ଷରୁ ସଡକ ନିର୍ମାଣ, ଶିକ୍ଷା ଭିତ୍ତିଭୂମି ଓ ଜଳସେଚନ ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରାଯାଇଛି । ଆଗାମୀ ଦିନରେ ପରିପରିବା, ଡାଲି ଜାତୀୟ ଫସଲ ଓ ତୈଳବିଜ, ଫୁଲଚାଷ ଆଦି ଉଦ୍ୟାନ କୃଷିଭିତ୍ତିକ କାର୍ଯ୍ୟକ୍ରମ ଉପରେ ଗୁରୁତ୍ବ ପ୍ରଦାନ, ବିଭିନ୍ନ କ୍ଷେତ୍ରରେ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଆଦି କ୍ଷେତ୍ରରେ ପଶ୍ଚିମ ଓଡିଶା ଅଞ୍ଚଳରେ ବହୁତ ସମ୍ଭାବନା ରହିଛି ବୋଲି ସୂଚନା ଦିଆଯାଇଥିଲା ।

WODC

ପଶ୍ଚିମ ଓଡିଶା ଜିଲ୍ଲାଗୁଡିକରେ ସର୍ବାଧିକ ଅର୍ଥନୈତିକ ସମ୍ଭାବନା ଥିବା କ୍ଷେତ୍ରରେ ଆବଶ୍ୟକ ଭିତ୍ତିଭୂମି ସୁବିଧା ସୃଷ୍ଟି କରିବା (Fill the Critical Supply Chain Gaps) କରାଯିବ ବୋଲି ବୈଠକରେ ସୂଚନା ଦିଆଯାଇଥିଲା । ସମ୍ବଲପୁର, ବରଗଡ ଓ ସୋନପୁରରେ ଧାନ ଓ ଧାନରୁ ଉତ୍ପାଦିତ ପଦାର୍ଥର ବିନିଯୋଗ ପାଇଁ ଭିତ୍ତିଭୂମି, ବଲାଙ୍ଗୀରେ କୁକୁଡା ଓ ଅଣ୍ଡାଚାଷ ପାଇଁ ଭିତ୍ତିଭୂମି, କଳାହାଣ୍ଡିରେ ମାଛଚାଷ, ବୌଦ ଓ ସୋନପୁରରେ ଗୋପାଳନ ଓ ଦୁଗ୍‌ଧ ଉତ୍ପାଦନ ଏବଂ ହସ୍ତତନ୍ତ କ୍ଲଷ୍ଟରର ବିକାଶ ପାଇଁ ବହୁତ ସୁଯୋଗ ରହିଛି ବୋଲି ବୈଠକରେ ମତପ୍ରକାଶ ପାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+