ବାଲୁଗାଁ ବସ ଦୁର୍ଘଟଣା: 3 ମୃତ ଛାତ୍ରଙ୍କ ପରିବାର ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଗଞ୍ଜାମରୁ ପିକନିକ ଯାଉଥିବା ଏକ ଗାଡ଼ି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେଇଥିବା ଏବଂ ଏଥିରେ ରଙ୍ଗେଇଲୁଣ୍ଡା ଅଞ୍ଚଳର ତିନି ଜଣ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ଭୁବନେଶ୍ବର: ଗଞ୍ଜାମରୁ ପିକନିକ ଯାଉଥିବା ଏକ ଗାଡ଼ି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେଇଥିବା ଏବଂ ଏଥିରେ ରଙ୍ଗେଇଲୁଣ୍ଡା ଅଞ୍ଚଳର ତିନି ଜଣ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଶୋକସନ୍ତପ୍ତ ପରିବାର ମାନଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହା ସହିତ ଦୁର୍ଘଟଣାରେ ଆହତ ଛାତ୍ରମାନଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।
ସୂଚନାଯୋଗ୍ୟ ଯେ, ଖୋର୍ଦ୍ଧା ବାଲୁଗାଁ ୧୬ ନମ୍ବର ଜାତୀୟ ରାଜପଥ ବେଲପଡା ଛକ ନିକଟରେ ପିକନିକ୍ ବସକୁ ଧକ୍କା ଦେଇଥିଲା ଟ୍ରକ । ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଗୁରୁତର ହୋଇଥିଲେ। ତେବେ ଗୁରୁତରଙ୍କୁ ବାଲୁଗାଁରୁ ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତର କରାଯାଇଛି । ବିଳମ୍ବିତ ରାତିରେ ୨ଟା ୩୦ ମିନିଟରେ ପ୍ରିନ୍ସ ନାମକ ପିକନିକ୍ ମିନିବସ୍ ରାସ୍ତା କଡରେ ଠିଆ ହୋଇଥିଲା । ଟ୍ରକଟି ପଛପଟୁ ତାକୁ ଧକ୍କା ଦେଇଥିଲା, ଫଳରେ ବସଟି ରାସ୍ତା ତଳକୁ ଖସି ପଡିଥିଲା ।












Click it and Unblock the Notifications