୮୯ ଗୋଟି ବହୁମୁଖୀ ଇନଡୋର ଷ୍ଟାଡିୟମକୁ କ୍ୟାବିଟେନ ମଞ୍ଜୁରୀ, ଖର୍ଚ୍ଚ ହେବ ୬୯୩.୩୫ କୋଟି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଏଥି ସହ ୮୯ ଗୋଟି ବହୁମୁଖୀ କ୍ରୀଡ଼ା ବିପର୍ଯ୍ୟୟ ଆଶ୍ରୟସ୍ଥଳ ଏବଂ ଚିକିତ୍ସାଳୟ ଉପଯୋଗୀ ଇନଡୋର ଷ୍ଟାଡିୟମ ନିର୍ମାଣକୁ ମଞ୍ଜୁରୀ ମିଳିଛି ।

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଏଥି ସହ ୮୯ ଗୋଟି ବହୁମୁଖୀ କ୍ରୀଡ଼ା ବିପର୍ଯ୍ୟୟ ଆଶ୍ରୟସ୍ଥଳ ଏବଂ ଚିକିତ୍ସାଳୟ ଉପଯୋଗୀ ଇନଡୋର ଷ୍ଟାଡିୟମ ନିର୍ମାଣକୁ ମଞ୍ଜୁରୀ ମିଳିଛି । ଏଥିପାଇଁ ୬୯୩.୩୫ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ଓ ୧୮ମାସ ମଧ୍ୟରେ ଏହା ସମ୍ପୂର୍ଣ୍ଣ କରାଯିବ। ରାଜ୍ୟରେ କ୍ରୀଡ଼ା ବିକାଶ କ୍ଷେତ୍ରରେ ଏହା ଏକ ବଳିଷ୍ଟ ପଦଷକ୍ଷପ ହେବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।

Cabinet Meeting

'ରାଜ୍ୟ କ୍ରୀଡ଼ା ଭିତ୍ତିଭୂମି ବିକାଶ ପ୍ରକଳ୍ପ' ଯୋଜନାରେ ୮୯ ଗୋଟି 'ବହୁମୂଖୀ ଇନଡୋର ଷ୍ଟାଡିୟମ' ନିର୍ମାଣ ନିମନ୍ତେ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଯେଉଁ ଜିଲ୍ଲାରେ ଏଭଳି ଇନଡୋର ଷ୍ଟାଡ଼ିୟମ ନାହିଁ ସେଠାରେ ଏହା ନିର୍ମାଣ କରାଯିବ। ଏହି ଷ୍ଟାଡ଼ିୟମଗୁଡ଼ିକର କୋଠା ନିର୍ମାଣ ଏଭଳି ହେବ , ଯାହାକି ଘଣ୍ଟାପ୍ରତି ୨୦୦କିମି ବେଗରେ ପବନକୁ ସହ୍ୟ କରିପାରୁଥିବ। ଏହାକୁ ମହାବାତ୍ୟା ଓ ବନ୍ୟା ଆଦି ସମୟରେ ଆଶ୍ରୟସ୍ଥଳୀ ଭାବେ ବ୍ୟବହାର କରାଯିବ। ମହାମାରୀ ସମୟରେ ଏନଏସି ଅଂଚଳରେ ଥିବା ଷ୍ଟାଡ଼ିୟମଗୁଡ଼ିକରେ ୫୦ ବେଡ୍ ବିଶିଷ୍ଟ ମେଡିକାଲ ଓ ପୌରାଂଚଳରେ ୧୦୦ଗୋଟି ବେଡ୍ ବିଶିଷ୍ଟ ମେଡିକାଲ ଭାବେ ବିକଶିତ କରିବାର ଭିତ୍ତିଭୂମି ମଧ୍ୟ ରହିବ। ଏସବୁ ବ୍ୟତୀତ ତାଲିମ କାର୍ଯ୍ୟକ୍ରମ, ସଭା, ପରୀକ୍ଷା କେନ୍ଦ୍ର ଆଦି କାର୍ଯ୍ୟ ପାଇଁ ମଧ୍ୟ ଏହି ଷ୍ଟାଡ଼ିୟମ ନିର୍ମାଣ ଅତ୍ୟନ୍ତ ଉପଯୋଗୀ ହୋଇପାରିବ ତଥା ଏହା ଦ୍ୱାରା ଓଡ଼ିଶାରେ କ୍ରୀଡ଼ା ବିକାଶର ଧାରା ଅଧିକ ସୁଦୃଢ଼ ହେବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

5T କାର୍ଯ୍ୟସୂତ୍ରୀ ଅନୁଯାୟୀ ରାଜ୍ୟରେ କ୍ରୀଡ଼ା କ୍ଷେତ୍ରରେ ରୂପାନ୍ତରଣକୁ ସୁନିଶ୍ଚିତ କରିବା ପାଇଁ ଏହି ପ୍ରକଳ୍ପ ପରିକଳ୍ପନା କରାଯାଇଅଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଜନ ପ୍ରତିନିଧି ଓ କ୍ରୀଡ଼ାବିତ ମାନଙ୍କୁ ନେଇ ହୋଇଥିବା ପରାମର୍ଶ ଆଧାରରେ ଏହି କ୍ରୀଡ଼ା ଭିତ୍ତିଭୂମିର ଆବଶ୍ୟକୀୟ ନକ୍ସା ପ୍ରସ୍ତୁତ ହୋଇଛି ।

ଏହି ଇନଡୋର ଷ୍ଟାଡିୟମଗୁଡ଼ିକ ବହୁମୂଖୀ ଉପଯୋଗ ନିମନ୍ତେ ବ୍ୟବହୃତ ହେବ । ବ୍ୟାଡମିଣ୍ଟନ, ଟେବୁଲ ଟେନିସ୍, ଭାରୋତ୍ତଳନ ଆଦି କ୍ରୀଡ଼ା ସହ ଯୋଗ ଓ ବ୍ୟାୟାମଶାଳାର ବ୍ୟବସ୍ଥା ମଧ୍ୟ ଉକ୍ତ ଷ୍ଟାଡିୟମରେ ରହିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+