ଚନ୍ଦ୍ରଭାଗା ଓ ତଳସାରୀ ବେଳାଭୂମି ହେବ ବିଶ୍ୱସ୍ତରୀୟ ବେଳାଭୂମି

ରାଜ୍ୟରେ ପୁରୀ-କୋଣାର୍କ ମେରାଇନଡ୍ରାଇଭର ଚନ୍ଦ୍ରଭାଗା ଏବଂ ବାଲେଶ୍ୱରର ତଳସାରୀ -ଉଦୟପୁର ବେଳାଭୂମିର ଭିତ୍ତିଭୂମିର ବିକାଶ କରିବା ସହ ଏଗୁଡ଼ିକୁ ଅନ୍ତର୍ଜାତୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ବିକଶିତ କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି ।

ଭୁବନେଶ୍ୱର : ରାଜ୍ୟରେ ପୁରୀ-କୋଣାର୍କ ମେରାଇନଡ୍ରାଇଭର ଚନ୍ଦ୍ରଭାଗା ଏବଂ ବାଲେଶ୍ୱରର ତଳସାରୀ -ଉଦୟପୁର ବେଳାଭୂମିର ଭିତ୍ତିଭୂମିର ବିକାଶ କରିବା ସହ ଏଗୁଡ଼ିକୁ ଅନ୍ତର୍ଜାତୀୟ ପର୍ଯ୍ୟଟନ କ୍ଷେତ୍ରଭାବେ ବିକଶିତ କରି ବେଳାଭୂମିକୁ ପର୍ଯ୍ୟଟନ କ୍ଷେତ୍ରରେ ଏକ ମାଇଲ ଖୁଣ୍ଟ କରିବା ନେଇ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି । ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଦୁଇଟି ଯୋଜନାର ରୂପାୟନ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ବିସ୍ତୃତ ଆଲୋଚନା କରିଛନ୍ତି ।

ରାଜ୍ୟ ସରକାରଙ୍କ ଅଗ୍ରାଧିକାର କ୍ଷେତ୍ର ଭାବରେ ବିକାଶ କରିବାରେ ଆରମ୍ଭ କରିଛି । ତେଣୁ ରାଜ୍ୟରେ ପର୍ଯ୍ୟଟନ କ୍ଷେତ୍ରରେ ଥିବା ବିପୁଳ ସମ୍ଭାବନାକୁ ଉପଯୋଗ କରି ଦେଶବିଦେଶର ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ପାଇଁ ରାଜ୍ୟ ସରକାର ଏହି ଯୋଜନା ପ୍ରସ୍ତୁତ କରିଛନ୍ତି ।

Naveen Patnaik

ଏହି ଯୋଜନାରେ ପୁରୀ-କୋଣାର୍କ ବେଳାଭୂମିର ଚନ୍ଦ୍ରଭାଗା ଠାରେ 1 କିଲୋମିଟର ପର୍ଯ୍ୟନ୍ତ ଅଞ୍ଚଳର ବିକାଶ କରାଯିବ । ଏଥିପାଇଁ ପ୍ରସ୍ତୁତ ମାଷ୍ଟରପ୍ଲାନରେ ଜଳକ୍ରୀଡ଼ା, ଆମୋଦପ୍ରମୋଦ, ସୁଦୃଶ୍ୟ ଚଲାପଥ, ସାଇକେଲ୍ ଟ୍ରାକ୍, ସମୁଦ୍ର କୂଳେ କୂଳେ କାଠ ଚଲାପଥ, ମୁକ୍ତ ରଙ୍ଗମଞ୍ଚ, ଛୋଟପିଲା ଖେଳିବା ପାଇଁ ସ୍ଥାନ, ସୂର୍ଯ୍ୟୋଦୟ ଦେଖିବା ପାଇଁ ମଞ୍ଚ, ଦୁଃସାହସିକ କ୍ରୀଡ଼ା ଆଦି ଅତ୍ୟାଧୁନିକ ସୁବିଧା ଉପଲବ୍ଧ ହେବ । ଏହା ବ୍ୟତୀତ ଆଧୁନିକ ବର୍ଜ୍ୟବସ୍ତୁ ପରିଚାଳନା ବ୍ୟବସ୍ଥା, ବାଲି ସୁରକ୍ଷା ବ୍ୟବସ୍ଥା, ସୌର ଆଲୋକ ସୁବିଧା ସହ ସ୍ଥାନୀୟ ଲୋକଙ୍କ ଅଂଶଗ୍ରହଣକୁ ପ୍ରୋତ୍ସାହିତ କରାଯିବ । ଏହି କାର୍ଯ୍ୟ 1ବର୍ଷ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି ।

ସେହିପରି ବାଲେଶ୍ୱର ତଳସାରୀର ବେଳାଭୂମିରେ ପର୍ଯ୍ୟଟକମାନେ ଏକାଧିକ ଦିନ ରହଣୀ କରି ଯେଭଳି ବେଳାଭୂମିର ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ, ସେଥିପାଇଁ ସେଠାପରେ 2.4 କିଲୋମିଟର ଅଞ୍ଚଳକୁ ବିକଶିତ କରାଯିବ । ଏଥିପାଇଁ ସେଠାରେ ତାରକା ହୋଟେଲ ଏବଂ ବଜେଟ୍ ହୋଟେଲ ନିର୍ମାଣ ପାଇଁ ମଧ୍ୟ ଉତ୍ସାହିତ କରାଯିବ । ଏଥିସହିତ ସେଠାରେ ବର୍ଷା ଆଶ୍ରୟସ୍ଥଳ, Kiosk, sitting Island, Solar Photo Voltaic panels, Amphi-Theatresm, Restaurant ଆଦି ସୁବିଧା ପର୍ଯ୍ୟଟକଙ୍କ ପାଇଁ କରାଯିବ । ଏହା ବାଦ୍ ପର୍ଯ୍ୟଟକମାନଙ୍କୁ ଓଡ଼ିଶାର କଳା ସଂସ୍କୃତି ସହ ପରିଚିତ କରାଇବା ପାଇଁ ଏକ Art & Craft Plaza ମଧ୍ୟ ନିର୍ମାଣ କରାଯିବାର ଯୋଜନା ରହିଛି । ଏହି ଭିତ୍ତିଭୂମି କାର୍ଯ୍ୟ 2021 ଅକ୍ଟୋବର ସୁଦ୍ଧା କରିବାକୁ ଲକ୍ଷ୍ୟ ରଖାଯାଇଛି ।

ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଉଭୟ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ ତଦାରଖ କରାଯିବ ଏବଂ ଲାଇଫ୍ ଗାର୍ଡ ମଧ୍ୟ ମୁତୟନ କରାଯିବ । ଏହି ସମସ୍ତ ପ୍ରକଳ୍ପ କାର୍ଯ୍ୟକୁ ନିର୍ଦ୍ଦାରିତ ସମୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବା ପାଇଁ ରାଜ୍ୟ ସରକାରଙ୍କର ବିଭିନ୍ନ ବିଭାଗ, ଏଜେନ୍ସି ଓ ଜିଲ୍ଲାପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

ପୁରୀ ବେଳାଭୂମିକୁ ବ୍ଲୁ ପ୍ଲାଗ୍ ଷ୍ଟାଣ୍ଡାର୍ଡ ମିଳିଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିବା ସହ ଜିଲ୍ଲା ପ୍ରଶାସନ ଏବଂ ପର୍ଯ୍ୟଟନ ବିଭାଗକୁ ଧନ୍ୟବାଦ ଜଣାଇଛନ୍ତି । ଆଗାମୀ 2 ବର୍ଷ ମଧ୍ୟରେ ପୁରୀ ଜିଲ୍ଲାର ପୀର ଜାହାନିଆ, ନିଳାଦ୍ରୀ, ମୁହାଣ ଆଦି ବେଳାଭୂମି ଏବଂ ଗଞ୍ଜାମ ଜିଲ୍ଲାର ହରିପୁର ଓ ପତିସୋନପୁର ବେଳାଭୂମିକୁ ବ୍ଲୁ ଫ୍ଲାଗ୍ ବେଳାଭୂମିରେ ବିକଶିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଆଜିର ଏହି ବୈଠକରେ ଭୋଗରାଇ ବିଧାୟକ ଶ୍ରୀ ଅନନ୍ତ ଦାସ, ଓଟିଡିସିର ଅଧ୍ୟକ୍ଷା, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଜଙ୍କଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ, ମୁଖ୍ୟମନ୍ତ୍ରୀଙ୍କ ସଚିବ (5-ଟି) ଏବଂ ପୁରୀ ଓ ବାଲେଶ୍ୱରର ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+