Get Updates
Get notified of breaking news, exclusive insights, and must-see stories!

ଓଡିଆ ଅଲମ୍ପିୟାନଙ୍କ ପାଇଁ ପୁରଷ୍କାର ରାଶି ଘୋଷଣା: ସ୍ବର୍ଣ୍ଣ ପାଇଁ ୬, ରୌପ୍ୟ ପାଇଁ ୪ ଏବଂ କାଂସ୍ୟ ପଦକ ପାଇଁ ୨.୫ କୋଟି

ଓଡିଆ ଅଲମ୍ପିୟାନଙ୍କ ପାଇଁ ପୁରଷ୍କାର ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଟୋକିଓ ଅଲମ୍ପିକ୍ସରେ ସ୍ଵର୍ଣ୍ଣ ପଦକ ଜିତିଲେ ୬ କୋଟି ଟଙ୍କା , ରୌପ୍ୟ ପଦକ ଜିତିଲେ ୪ କୋଟି ଟଙ୍କା ଏବଂ କାଂସ୍ୟ ପଦକ ଜିତିଲେ ୨.୫ କୋଟି ଟଙ୍କା ରାଜ୍ୟ ସରକାରଙ୍କ

ଭୁବନେଶ୍ୱର: ଓଡିଆ ଅଲମ୍ପିୟାନଙ୍କ ପାଇଁ ପୁରଷ୍କାର ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଟୋକିଓ ଅଲମ୍ପିକ୍ସରେ ସ୍ଵର୍ଣ୍ଣ ପଦକ ଜିତିଲେ ୬ କୋଟି ଟଙ୍କା , ରୌପ୍ୟ ପଦକ ଜିତିଲେ ୪ କୋଟି ଟଙ୍କା ଏବଂ କାଂସ୍ୟ ପଦକ ଜିତିଲେ ୨.୫ କୋଟି ଟଙ୍କା ରାଜ୍ୟ ସରକାରଙ୍କ ପଷରୁ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାସହିତ ଅଲମ୍ପିକସ ପାଇଁ ଯୋଗ୍ୟତା ହାସଲ କରିଥିବାରୁ ପ୍ରତି ଖେଳାଳିଙ୍କ ପାଇଁ ଅଲମ୍ପିକ ପ୍ରସ୍ତୁତି ନିମନ୍ତେ ୧୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଘୋଷଣା କରାଯାଇଛି ।

ତେବେ ଚଳିତ ମାସ ଶେଷ ଭାଗରେ ଅନୁଷ୍ଠିତ ହେବାକୁ ଥିବା ଟୋକିଓ ଅଲମ୍ପିକ୍ସରେ ଭାଗ ନେଉଥିବା ଓଡିଶାର ଅଲମ୍ପିୟାନ ମାନଙ୍କ ସହିତ ଭର୍ଚୁଆଲ ମାଧ୍ୟମରେ ଆଜି ମୁଖ୍ୟମନ୍ତ୍ରୀ କଥା ହୋଇ ସେମାନଙ୍କୁ ଉତ୍ସାହିତ କରିଛନ୍ତି। ଏଥିରେ ସାମିଲ ହୋଇଥିଲେ ଅଲମ୍ପିୟାନ ଦୂତୀ ଚାନ୍ଦ , ପ୍ରମୋଦ ଭଗତ, ଦୀପ ଗ୍ରେସ ଏକ୍କା, ନମିତା ଟପ୍ପୋ, ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସ । ପ୍ରତି ଖେଳାଳିଙ୍କ ପାଇଁ ଅଲମ୍ପିକ୍ସ ହେଉଛି ଜୀବନର ଶ୍ରେଷ୍ଠ ସ୍ଵପ୍ନ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Naveen Patnaik

ମୁଖ୍ୟମନ୍ତ୍ରୀ ଆହୁରୀ କହିଛନ୍ତି, ତୁମମାନେ ଓଡିଶାର ଯୁବ ସମାଜ ପାଇଁ ରୋଲମଡେଲ ପାଲଟିଯାଇଛ । ତୁମ ପରିବାର ପାଇଁ ଓ ଆମ ସମସ୍ତଙ୍କ ପାଇଁ ଗର୍ବ ଆଣିଛ । କଠୋର ପରିଶ୍ରମ, ନିଷ୍ଠା ଓ ଶୃଙ୍ଖଳା ଦ୍ଵାରା ତୁମେମାନେ ନିଶ୍ଚୟ ପଦକ ଜିତିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଅଲମ୍ପିକ ରେ ସେମାନଙ୍କ ସଫଳତା କ୍ରୀଡା କ୍ଷେତ୍ରରେ ଓଡିଶାକୁ ଗୌରବ ମଣ୍ଡିତ କରିବ ବୋଲି ଆଶା ପ୍ରକାଶ କରିଥିଲେ । ଏହି ଅବସରରେ ସମସ୍ତ ଖେଳାଳି ବ୍ୟକ୍ତିଗତ ଭାବରେ ସେମାନଙ୍କର ମତାମତ ଦେଇ ଅଲମ୍ପିକରେ ଭଲ ପ୍ରଦର୍ଶନ କରି ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିବେ ବୋଲି କହିଥିଲେ ଏବଂ ରାଜ୍ୟ ସରକାରଙ୍କ ସହଯୋଗ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇଥିଲେ। ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+