ରାଜ୍ୟରେ ପ୍ରତିଷ୍ଠା ହେବ ୫ଟି ବୃହତ ଶିଳ୍ପ, ସୃଷ୍ଟି ହେବ ୨୬ ହଜାର ୯୫୯ ନିଯୁକ୍ତି ସୁଯୋଗ
ରାଜ୍ୟରେ ୫ଟି ବୃହତ ଶିଳ୍ପ ସଂସ୍ଥାର ପ୍ରତିଷ୍ଠା ପାଇଁ ମଞ୍ଜୁରୀ ମିଳିଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ କ୍ଲିୟରାନ୍ସ କମିଟି ଏହାକୁ ମଞ୍ଜୁରୀ ପ୍ରଦାନ କରିଛି।
ଭୁବନେଶ୍ୱର: ରାଜ୍ୟରେ ୫ଟି ବୃହତ ଶିଳ୍ପ ସଂସ୍ଥାର ପ୍ରତିଷ୍ଠା ପାଇଁ ମଞ୍ଜୁରୀ ମିଳିଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ କ୍ଲିୟରାନ୍ସ କମିଟି ଏହାକୁ ମଞ୍ଜୁରୀ ପ୍ରଦାନ କରିଛି। ଏଥିପାଇଁ ରାଜ୍ୟରେ ୧ ଲକ୍ଷ ୪୬ ହଜାର କୋଟି ଟଙ୍କାର ପୁଞ୍ଜି ବିନିଯୋଗ ହେବ । ଯେଉଁଥିରେ ପ୍ରତ୍ୟେକ୍ଷ ଓ ପରୋକ୍ଷ ଭାବେ ୨୬ ହଜାର ୯୫୯ ଜଣ ନିଯୁକ୍ତି ପାଇବେ ।

ସମ୍ବଲପୁର ରେଙ୍ଗାଲିରେ ଭୂଷଣ ପାଓ୍ୱାର ଆଣ୍ଡ ଷ୍ଟିଲ୍, ଯାଜପୁର କଳିଙ୍ଗନଗରରେ ଟାଟା ଷ୍ଟିଲ, ଅନୁଗୋଳରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ୱାର୍ ଏବଂ ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରେ ରୁଙ୍ଗଟା ମାଇନ୍ସର ସଂପ୍ରସାରଣକୁ ମଂଜୁରୀ ମିଳିଛି।
ଭୂଷଣ ପାଓ୍ବାର ଓ ଷ୍ଟିଲ ପ୍ଲାଣ୍ଟ ଲିମିଟେଡ୍ ଇସ୍ପାତ ଉତ୍ପାଦନକୁ ୫ ଏମ୍ଟିପିଏରୁ ୧୫ ଏମ୍ଟିପିଏ ସଂପ୍ରାସାରଣ କରିବ । ସେହିପରି ଯାଜପୁର କଳିଙ୍ଗନଗରରେ ଥିବା ଟାଟା ଷ୍ଟିଲ ଲିମିଟେଡ୍ ଇସ୍ପାଦ ଉତ୍ପାଦନ ୮ ଏମ୍ଟିପିଏ, ହଟ୍ ରୋଲ୍ଡ କଏଲ୍ ୭ ଏମ୍ଟିପିଏ ପର୍ଯ୍ୟନ୍ତ ସଂପ୍ରସାରଣ କରାଯିବ । ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର ଲିମିଟେଡ୍, ରୁଙ୍ଗଟା ଷ୍ଟିଲ ପ୍ଲାଣ୍ଟ୍ ଲିମିଟେଡ୍ ସଂପ୍ରସାରଣ ପାଇଁ ସରକାରଙ୍କୁ ଦେଇଥିବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି ।
ଗତ ଆର୍ଥିକ ବର୍ଷରେ କରୋନା ଜାରି ଥିବାବେଳେ ରାଜ୍ୟ ସରକାରଙ୍କ ଉତ୍ତମ ମାନର ଇଜ୍ ଅଫ୍ ଡୁଇଙ୍ଗ ଯୋଗୁ ୨ଲକ୍ଷ ୯୬ ହଜାର କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବ ମିଳିଥିଲା । ଚଳିତ ବର୍ଷ ବି କରୋନା ମହାମାରୀ ଜାରି ଥିବା ସତ୍ତ୍ବେ ବଡ଼ ବଡ଼ କମ୍ପାନୀମାନେ ରାଜ୍ୟ ସରକାରଙ୍କ ଶିଳ୍ପନୀତି ପ୍ରତି ପୁଣି ଆସ୍ଥା ପ୍ରକଟ କରିଛନ୍ତି ।
-
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ... -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଇରାନକୁ କଡ଼ା ଚେତାବନୀ ଦେଲେ ୟୁରୋପୀୟ ଦେଶ -
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରୁ ଦେଇନାହାନ୍ତି ୯୯୩୦ ଛାତ୍ରଛାତ୍ରୀ -
ଯୁଦ୍ଧର ବଡ଼ ପ୍ରଭାବ ; ମିଳୁନି କ୍ରିକେଟ୍ ବଲ୍; ନୂଆ ସିଜିନ୍ ପୂର୍ବରୁ ବଢିଲା ଟେନସନ୍ -
୫ ବିଶ୍ୱନେତାଙ୍କ ସହ କଥା ହେଲେ ମୋଦି -
ପ୍ରେମାନନ୍ଦ ମହାରାଜ ଜୀଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ -
ଗୃହକୁ ୧୧ଟା ୩୦ ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି -
ଆୟର୍ଲାଣ୍ଡ ସହ ଦୁଇଟି ସୀମିତ ଓଭର ମ୍ୟାଚ୍ ଖେଳିବ ଭାରତ












Click it and Unblock the Notifications