ମୟୁରଭଞ୍ଜ ଚାଷୀଙ୍କୁ ମିଳିଲା ସୁବର୍ଣ୍ଣରେଖା ପାଣି, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଆଜି ମୟୂରଭଞ୍ଜ ଜିଲ୍ଲାର ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର କେନାଲ ସିଷ୍ଟମରୁ ୧୫,୩୫୯ ହେକ୍ଟର ଚାଷ ଜମିକୁ ପାଣି ଛଡାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି ।

ବାରିପଦା: ଆଜି ମୟୂରଭଞ୍ଜ ଜିଲ୍ଲାର ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର କେନାଲ ସିଷ୍ଟମରୁ ୧୫,୩୫୯ ହେକ୍ଟର ଚାଷ ଜମିକୁ ପାଣି ଛଡାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି । ଏହାଦ୍ଵାରା ମୟୂରଭଞ୍ଜ ଜିଲ୍ଲାର ବାରିପଦା, ବେତନଟୀ, ମୋରଡା, ଶୂଳିଆପଦା ଓ ରାସଗୋବିନ୍ଦପୁର ବ୍ଲକର ୯୪ଟି ଗ୍ରାମର ଚାଷ ଜମିକୁ ଜଳସେଚନର ସୁବିଧା ମିଳିଛି।

Subarnarekha

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜି ମୟୂରଭଞ୍ଜ ଜିଲ୍ଲା ଓ ସାରା ଓଡିଶା ପାଇଁ ଏକ ଆନନ୍ଦର ଦିନ । ଏହା ଦ୍ଵାରା ମୟୂରଭଞ୍ଜରେ ଜମିରେ ସୁନାର ଫସଲ ଫଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଦ୍ଵାରା ମୟୂରଭଞ୍ଜ ଓ ବାଲେଶ୍ଵରର ୧.୦୯ ଲକ୍ଷ ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୟୂରଭଞ୍ଜ ତାଙ୍କ ପାଇଁ ସ୍ଵତନ୍ତ୍ର ଗୁରୁତ୍ଵ ବହନ କରେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୟୂରଭଞ୍ଜରେ ସ୍ୱାସ୍ଥ୍ୟସେବାର ବିକାଶ ହେଉ ବା ମିଶନଶକ୍ତି କାର୍ଯ୍ୟର ସଫଳ ରୂପାୟନ ହେଉ ବା ଜନଜାତି ମାନଙ୍କର ବିକାଶ ସବୁ କ୍ଷେତ୍ରରେ ମୟୂରଭଞ୍ଜ ଆଜି ଉନ୍ନତି କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସବୁ ଘରକୁ ସବୁ ପରିବାରକୁ ପାଇପ ପାଣି ଯୋଗାଇବାରେ ଦେଶର ଅଳ୍ପ କେତେକ ଜିଲ୍ଲା ମଧ୍ୟରୁ ମୟୂରଭଞ୍ଜ ଦେଶର ପ୍ରଥମ ଜିଲ୍ଲା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୟୂରଭଞ୍ଜରେ ପାଇପ ପାଣି ପ୍ରକଳ୍ପ ପାଇଁ ୭୬୮ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି ବୋଲି ସେ ସୂଚନା ଦେଇଛନ୍ତି ।

ଜଳସେଚସନ ରାଜ୍ୟ ସରକାରଙ୍କର ଏକ ପ୍ରଥମିକତା କ୍ଷେତ୍ର ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ଖରିଫ ଋତୁ ରୁ ଦେଓ ଜଳସେଚନ ପ୍ରକଳ୍ପରୁ ୧୦ ହଜାର ହେକ୍ଟର ଜମିକୁ ପାଣି ଯୋଗାଇ ଦିଆଯିବ । ଆଗାମୀ ୨-୩ ବର୍ଷ ମଧ୍ୟରେ ପ୍ରାୟ ୧୫ ଟି ଜଳସେଚନ ପ୍ରକଳ୍ପ ସଂପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+