ମଞ୍ଚେଶ୍ୱରଠାରେ ବିଶ୍ୱ ଦକ୍ଷତା କେନ୍ଦ୍ର ଉଦଘାଟିତ କଲେ ମୁଖ୍ୟମନ୍ତ୍ରୀ

ମଞ୍ଚେଶ୍ୱରରେ ଉଦଘାଟିତ ହୋଇଛି ବିଶ୍ୱ ଦକ୍ଷତା କେନ୍ଦ୍ର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିଛନ୍ତି । ୧ ହଜାର ୩୪୨ କୋଟି ଟଙ୍କା ଅନୁଦାନରେ ଏହି କେନ୍ଦ୍ର ପ୍ରତିଷ୍ଠା କରାଯାଇଛି ।

ଭୁବନେଶ୍ୱର: ମଞ୍ଚେଶ୍ୱରରେ ଉଦଘାଟିତ ହୋଇଛି ବିଶ୍ୱ ଦକ୍ଷତା କେନ୍ଦ୍ର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିଛନ୍ତି । ୧ ହଜାର ୩୪୨ କୋଟି ଟଙ୍କା ଅନୁଦାନରେ ଏହି କେନ୍ଦ୍ର ପ୍ରତିଷ୍ଠା କରାଯାଇଛି । ଇନଷ୍ଟିଚ୍ୟୁଟ ଅଫ ଟେକ୍ନିକାଲ ଏଜୁକେସନ ସିଙ୍ଗାପୁର, ୱାର୍ଲ୍ଡ ସ୍କିଲ ରୁଷିଆ, ଗ୍ଲୋବଲ ଇନଷ୍ଟିଚ୍ୟୁଟ୍ ଫର ଟ୍ରାନ୍ସଫର ସ୍କିଲ୍ସ, ଦକ୍ଷିଣ କୋରିଆ ମଡେଲ ଅନୁଯାୟୀ ପ୍ରତିଷ୍ଠା ହୋଇଛି । ଓଡ଼ିଶା ସ୍କିଲ୍ ଡେଭଲପମେଣ୍ଟ ପ୍ରୋଜେକ୍ଟ ଅଧୀନରେ ଏସୀୟ ବିକାଶ ବ୍ୟାଙ୍କ ସହାୟତାରେ ଏହା ପ୍ରତିଷ୍ଠା ହୋଇଛି।

Naveen Patnaik

ଆଇଟିଇ ଏଜୁକେସନ ସର୍ଭିସେସ ସିଙ୍ଗାପୁର ଏହାର ନଲେଜ ପାର୍ଟନର ରହିଛି। ୱାର୍ଲ୍ଡ ସ୍କିଲ ପ୍ରତିଯୋଗିତା ପାଇଁ ନୋଡାଲ ଏଜେନ୍ସି ଭାବେ କାର୍ଯ୍ୟ କରିବ ଏହି କେନ୍ଦ୍ର। ପୁନଃ ସ୍କିଲିଂ ଏବଂ ଅପ ସ୍କିଲିଂ ବ୍ୟତୀତ ଆଇଟିଆଇ ପଲିଟେକ୍ନିକ ଛାତ୍ରଛାତ୍ରୀ ଙ୍କ ପାଇଁ ମଡୁଲାର ପାଠ୍ୟକ୍ରମ ପ୍ରଦାନ କରାଯିବ। ଓଡ଼ିଶାରେ ଶିଳ୍ପ ସଂସ୍ଥା ଗୁଡିକ ପାଇଁ ଏହି କେନ୍ଦ୍ର ସେଣ୍ଟର ଫର ଇଣ୍ଡଷ୍ଟ୍ରି ପାର୍ଟନରସିପ ଭାବେ କାର୍ଯ୍ୟ କରିବ।

ରାଜ୍ୟରେ ପ୍ରଥମ କରି କେବଳ ଏହି କେନ୍ଦ୍ରରେ ରେଫ୍ରିଜରେସନ ଆଣ୍ଡ ଏୟାରକଣ୍ଡିସନର, ମେକାନିକାଲ ଏବଂ ଇଲେକ୍ଟ୍ରିକାଲ ସର୍ଭିସେସ, ଭର୍ଟିକାଲ ଟ୍ରାନ୍ସପୋର୍ଟ, ପ୍ରେସିସନ ଇଞ୍ଜିନିୟରିଂ, ମେକାଟ୍ରୋନିକ୍ସ୍ ଏବଂ ଇଲେକ୍ଟ୍ରିକାଲ ଟେକ୍ନୋଲୋଜି ସହିତ ଫେସନ ଏବଂ ଡିଜାଇନ, ସୌନ୍ଦର୍ଯ୍ୟ ଓ ସୁସ୍ଥତା ଭଳି ପାଠ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+