ରାୟଗଡାରେ ପ୍ଲାନେଟାରିୟମ ଏବଂ ଜୟପୁରରେ ବିଜ୍ଞାନ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଜରିଆରେ ରାୟଗଡାରେ ଏକ ପ୍ଲାନେଟାରିଅମ ଏବଂ କୋରାପୁଟ ଜିଲ୍ଲାର ଜୟପୁରରେ ଏକ ଜିଲ୍ଲା ବିଜ୍ଞାନ କେନ୍ଦ୍ର ପାଇଁ ଭିତ୍ତି ପ୍ରସ୍ତର ରଖିଛନ୍ତି ।
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଜରିଆରେ ରାୟଗଡାରେ ଏକ ପ୍ଲାନେଟାରିଅମ ଏବଂ କୋରାପୁଟ ଜିଲ୍ଲାର ଜୟପୁରରେ ଏକ ଜିଲ୍ଲା ବିଜ୍ଞାନ କେନ୍ଦ୍ର ପାଇଁ ଭିତ୍ତି ପ୍ରସ୍ତର ରଖିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ମାନଙ୍କୁ ବିଜ୍ଞାନ ଶିକ୍ଷାରେ ମନୋନିବେଶ କରିବା ସହିତ ବୈଜ୍ଞାନିକ ମନୋବୃତି ନେଇ ଜୀବନରେ ଆଗକୁ ବଢିବା ପାଇଁ ପରାମର୍ଶ ଦେଇଛନ୍ତି ।

ରାଜ୍ୟରେ ଆଉ 6 ଟି ପ୍ଲାନେଟାରିୟମ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । 30 ଟି ଜିଲ୍ଲା ରେ ମଧ୍ୟ 30 ଟି ଜିଲ୍ଲା ବିଜ୍ଞାନ କେନ୍ଦ୍ର ମଧ୍ୟ ସ୍ଥାପନ କରାଯିବ । ଏଥିପାଇଁ 100 କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଭୁବନେଶ୍ବରର ପଠାଣୀ ସାମନ୍ତ ପ୍ଲାନେଟାରିଅମ୍କୁ ଏକ 3-D ପ୍ଲାନେଟାରିଅମରେ ପରିଣତ କରାଯିବ ବୋଲି ମୁଖ୍ୟମନତ୍ରୀ କହିଛନ୍ତି ।
ମୁଖ୍ୟମନ୍ତ୍ରୀ ଆହୁରୀ କହିଛନ୍ତି, ଓଡିଶା ଆଜି ବିକାଶ ପଥରେ ଅଗ୍ରଗତି କରି ବିଜ୍ଞାନ ଓ ବୈଷୟିକ ଶକ୍ତିର ପ୍ରୟୋଗରେ ଏକ ଜ୍ଞାନ ଅର୍ଥନୀତି (ନଲେଜ ଇକୋନୋମି) ଦିଗରେ ଅଗ୍ରସର ହେଉଛି । ବିକାଶର ଏହି ପ୍ରକ୍ରିୟାକୁ ଜାରି ରଖିବା ପାଇଁ ଛାତ୍ରଛାତ୍ରୀ ଓ ସାଧାରଣ ଲୋକଙ୍କ ଭିତରେ ବୈଜ୍ଞାନିକ ମନୋବୃତି, ଅନୁସନ୍ଧିତ୍ସୁ ମନୋଭାବ ଏବଂ ଯୁକ୍ତିଯୁକ୍ତ ଚିନ୍ତାଧାରା ରହିବା ଜରୁରୀ ।












Click it and Unblock the Notifications