• search
For Quick Alerts
Turn On Notification  
For Daily Alerts

ନିର୍ମାଣ ଶ୍ରମିକ ହେଉଛନ୍ତି ବିଶ୍ଵକର୍ମା' : ମୁଖ୍ୟମନ୍ତ୍ରୀ ଦେଲେ 385 କୋଟିର କୋଭିଡ ସହାୟତା, ଉପକୃତ ହେବେ 26 ଲକ୍ଷ

|

ଭୁବନେଶ୍ୱର : ନିର୍ମାଣ ଶ୍ରମିକଙ୍କ ପାଇଁ 385 କୋଟି ଟଙ୍କାର ସ୍ଵତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନିର୍ମାଣ ଶ୍ରମିକ ମାନଙ୍କୁ ଏହି କୋଭିଡ ସହାୟତା ପ୍ରଦାନ କରିଛନ୍ତି । ଏହି ପ୍ୟାକେଜରେ ପ୍ରତି ପଞ୍ଜୀକୃତ ନିର୍ମାଣ ଶ୍ରମିକଙ୍କୁ 1500 ଟଙ୍କା ଲେଖାଏଁ କୋଭିଡ୍ ସହାୟତା ପ୍ରଦାନ କରାଯାଇଛି ।

Naveen Patnaik

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗରିବ ଲୋକଙ୍କୁ ତାଙ୍କ ଅଧିକାରରୁ କେହି ବି ବଞ୍ଚିତ କରିପାରିବେ ନାହିଁ । ଗରିବ ଲୋକଙ୍କର ସମ୍ମାନର ସହ ବଞ୍ଚିବାର ସମସ୍ତ ଅଧିକାର ରହିଛି । ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, କୋଭିଡ ସମୟରେ ଏହି ସହାୟତା ନିର୍ମାଣ ଶ୍ରମିକଙ୍କ ଅସୁବିଧାକୁ ହ୍ରାସ କରିବାରେ ସହାୟକ ହେବ । ଏହି ଯୋଜନାରେ ମୋଟ 26 ଲକ୍ଷ ଶ୍ରମିକ ଉପକୃତ ହେବେ ।

ଅର୍ଥନୀତିରେ ଶ୍ରମିକ ମାନଙ୍କ ଗୁରୁତ୍ବ ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶ୍ରମିକ ମାନଙ୍କ କଲ୍ୟାଣ ବିନା ଅର୍ଥନୀତି କେବେ ବି ସମୃଦ୍ଧ ହୋଇପାରିବ ନାହିଁ । ନିର୍ମାଣ ଶ୍ରମିକ ମାନଙ୍କୁ ଜଣେ ଜଣେ ବିଶ୍ବକର୍ମା ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅନ୍ୟର ସୁବିଧା ପାଇଁ ସେମାନେ ନିଜ ସୁଖକୁ ଭୁଲିଯାନ୍ତି । ଖରାକୁ ପିଠି ଦେଖାଇ ବଡ ବଡ କୋଠା ତିଆରି କରନ୍ତି । ନିଜେ ଜଳି ଅନ୍ୟକୁ ଆଲୋକ ଦେଖାନ୍ତି । ନିଜେ ଅସୁବିଧାରେ ରହି ଅନ୍ୟ ପାଇଁ ଭଲ ଘର ତିଆରି କରନ୍ତି । ରାସ୍ତା, ସେତୁ ଆଦି କରନ୍ତି । ବିକାଶର ପ୍ରତିଟି ପୃଷ୍ଠାରେ ରହିଛି ଆମର ନିର୍ମାଣ ଶ୍ରମିକ ମାନଙ୍କର ତ୍ୟାଗ ଓ ପରିଶ୍ରମର କାହାଣୀ । ଗରିବ ଲୋକର ତ୍ୟାଗକୁ ସମ୍ମାନ ଦ୍ବାରା ହିଁ ଆମେ ବିକାଶ ସହ ସମସ୍ତଙ୍କ ଯୋଡି ପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସାରା ରାଜ୍ୟର 314ବ୍ଲକ ର ନିର୍ମାଣ ଶ୍ରମିକ ମାନେ ଭିଡ଼ିଓ କନ୍ଫରେନସିଂ ଜରିଆରେ ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିଲେ । ଗତ ବର୍ଷ ମଧ୍ୟ କୋଭିଡର ପ୍ରଥମ ଲହର ସମୟରେ ନିର୍ମାଣ ଶ୍ରମିକ ମାନଙ୍କୁ 1500 ଟଙ୍କା ଲେଖାଏଁ ଦିଆଯାଇଥିଲା ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Chief Minister Naveen Patnaik Announced 385 Crore COVID assistance For Construction Worker
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X