ଓମଫେଡ୍ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍ ସହାୟତା : ଗୋଖାଦ୍ୟ ଖର୍ଚ୍ଚ ବାବଦରେ ମିଳିବ 6000 ଟଙ୍କା
ପ୍ରତି ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ 6000 ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ । ଏଥିରେ 11 କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ରାଜ୍ୟର 1 ଲକ୍ଷ 20 ହଜାର ଦୁଗ୍ଧ ଚାଷୀ ଉପକୃତ ହେବେ ।
ଭୁବନେଶ୍ୱର : କୋଭିଡ ମହାମାରୀ ଓଡିଶା ସମେତ ସାରା ବିଶ୍ବରେ ଅର୍ଥନୀତି ଉପରେ ଗୁରୁତର ପ୍ରଭାବ ପକାଇଛି । ଅର୍ଥନୀତିର ପ୍ରାୟ ଅନ୍ୟ ସମସ୍ତ କ୍ଷେତ୍ର ମାନ୍ଦା ଅବସ୍ଥାରେ ଥିବାବେଳେ, କେବଳ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ସଂଜୀବନୀ ପରି ଆମ ଅର୍ଥନୀତିକୁ ଶକ୍ତି ଯୋଗାଇଛି । ଲକ୍ଡାଉନ ଏବଂ ସଟ୍ଡାଉନ ସମୟରେ ଆମର ଚାଷୀମାନେ ଯେପରି ସାହସର ସହ ସେମାନଙ୍କର ଉତ୍ପାଦନ କାର୍ଯ୍ୟ ଜାରି ରଖିଛନ୍ତି, ତାକୁ ମୁଖ୍ୟମନ୍ତ୍ରୀ ଉଚ୍ଚପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ।

ଓମ୍ଫେଡ ଦୁଗ୍ଧ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋଭିଡ ସହାୟତା ଘୋଷଣା କରିଛନ୍ତି । ଏହି ସହାୟତାରେ ପ୍ରତି ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ 6000 ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ । ଏଥିରେ 11 କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ରାଜ୍ୟର 1 ଲକ୍ଷ 20 ହଜାର ଦୁଗ୍ଧ ଚାଷୀ ଉପକୃତ ହେବେ ।
ଶ୍ରୀ ପଟ୍ଟନାୟକ ଆହୁରି କହିଛନ୍ତି, ଗ୍ରାମ୍ୟ ଅର୍ଥନୀତିରେ ଦୁଗ୍ଧ ଚାଷ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ ଏବଂ ଛୋଟ ଓ ନାମମାତ୍ର ଚାଷୀଙ୍କ ଜୀବନଜୀବିକାରେ ବିଶେଷ ସହାୟକ ହୋଇଥାଏ । କୋଭିଡ ମହାମାରୀ ପରିପ୍ରେକ୍ଷୀରି ଦୁଗ୍ଧ ଓ ଦୁଗ୍ଧ ଜାତ ଦ୍ରବ୍ୟ ଚାହିଦାରେ ବଡ ଧରଣର ହ୍ରାସ ଘଟିଥିବାରୁ, ଏହା ଦୁଗ୍ଧ ଚାଷୀଙ୍କ ଜୀବିକାକୁ ଗୁରୁତର ଭାବରେ ପ୍ରଭାବିତ କରିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁଗ୍ଧ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଏହା ଚାଷୀଙ୍କ ଆର୍ଥିକ ଉନ୍ନତିରେ ସହାୟକ ହେବ ବୋଲି ଆଶାପ୍ରକାଶ କରିଛନ୍ତି ।












Click it and Unblock the Notifications