For Quick Alerts
Turn On Notification  
For Daily Alerts
Oneindia App Download

କଳାହାଣ୍ଡି ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ସାଧାରଣ ସଭାକୁ କରିବେ ସମ୍ବୋଧିତ

କଳାହାଣ୍ଡି ଜୟପାଟଣାର କନକପୁରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୫୪ଟି ପ୍ରକଳ୍ପର ଉଦ୍‌ଘାଟନ ଓ ୫୨ଟି ପ୍ରକଳ୍ପର ଶିଳାନ୍ୟାସର ରହିଛି କାର୍ଯ୍ୟକ୍ରମ ।

|

କଳାହାଣ୍ଡି: କଳାହାଣ୍ଡି ଜୟପାଟଣାର କନକପୁରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୫୪ଟି ପ୍ରକଳ୍ପର ଉଦ୍‌ଘାଟନ ଓ ୫୨ଟି ପ୍ରକଳ୍ପର ଶିଳାନ୍ୟାସର ରହିଛି କାର୍ଯ୍ୟକ୍ରମ । କିଛି ସମୟ ପରେ ସାଧାରଣ ସଭାକୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ ।

Naveen Patnaik

ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡିବାସୀଙ୍କୁ ୨ ହଜାର ୮୫ କୋଟିରୁ ଅଧିକ ଟଙ୍କାର ୧୦୬ଟି ପ୍ରକଳ୍ପ ଭେଟି ଦେବେ । ୧ ହଜାର ୬୫ କୋଟି ଟଙ୍କାର ୫୪ଟି ପ୍ରକଳ୍ପର ଉଦ୍ଘାଟନ ହେବ ଏବଂ ୧ ହଜାର ୨୦ କୋଟିର ୫୨ଟି ପ୍ରକଳ୍ପର ଶୁଭାରମ୍ଭ କରାଯିବ । ସେଥିରେ ରହିଛି, ୯୮୬ କୋଟି ୭୧ ଲକ୍ଷ ଟଙ୍କାରେ ନିର୍ମିତ ପର୍ବତଗିରି ଉଠାଜଳସେଚନ ପ୍ରକଳ୍ପ । ଏହି ବୃହତ ଉଠା ଜଳପ୍ରକଳ୍ପ ଯୋଗୁଁ କଳାହାଣ୍ଡିର ଜୟପାଟଣା, କୋକସରା ଓ ଧର୍ମଗଡ଼ ବ୍ଳକ ପ୍ରାୟ ୨୫ ହଜାର ୨୭୫ ହେକ୍ଟର ଚାଷଜମି ଜଳସେଚିତ ହୋଇପାରିବ । ଏଥିରେ ୩ ଲକ୍ଷ ଲୋକ ଉପକୃତ ହେବେ ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Chief Minister Naveen Patnaik arrives at Kalahandi
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X