ଉଦଘାଟନ ହେଲା ଆସ୍କାର ସେତୁ, ଚଳିତ ବର୍ଷ ରାଜ୍ୟରେ ନିର୍ମାଣ ହେବ ହଜାରେ କିଲୋମିଟର ରାସ୍ତା, ତିରିଶଟି ସେତୁ : ମୁଖ୍ୟମନ୍ତ୍ରୀ

ଆସ୍କା, ଭଞ୍ଜନଗର, ଛତ୍ରପୁର ଓ ଅନ୍ୟାନ୍ୟ ସହରରୁ ଭୁବନେଶ୍ବରକୁ ଦୂରତା ମଧ୍ୟ କମିବ । ଏହାଦ୍ବାରା ସାଢେ ତିନି ଲକ୍ଷରୁ ଅଧିକ ଲୋକଙ୍କ ଯାତାୟତରେ ସୁବିଧା ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବାନ ପଟ୍ଟନାୟକ ।

ଭୁବନେଶର : ଉଦଘାଟନ ହେଲା ଆସ୍କାର ଏକ ଗୁରୁତ୍ୱପୂର୍ଣ୍ଣ ସେତୁ । ବ୍ରିଟିଶ ସମୟର ଦୁଇଟି ପୁରୁଣା ସେତୁ ବଦଳରେ ଏହାକୁ ନିର୍ମାଣ କରାଯାଇଛି । ଜିଲ୍ଲାର ବିଭିନ୍ନ ଅଞ୍ଚଳର ରାସ୍ତା ପାଇଁ ଏହା ଏକ ଗୁରୁତ୍ବପୂର୍ଣ୍ଣ ସଂଯୋଗ (Link) ଭାବେ କାର୍ଯ୍ୟ କରିବ । ଆସ୍କା, ଭଞ୍ଜନଗର, ଛତ୍ରପୁର ଓ ଅନ୍ୟାନ୍ୟ ସହରରୁ ଭୁବନେଶ୍ବରକୁ ଦୂରତା ମଧ୍ୟ କମିବ । ଏହାଦ୍ବାରା ସାଢେ ତିନି ଲକ୍ଷରୁ ଅଧିକ ଲୋକଙ୍କ ଯାତାୟତରେ ସୁବିଧା ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବାନ ପଟ୍ଟନାୟକ ।

Naveen Patnaik

ଆସ୍କାର ସେତୁ ଉଦଘାଟନ ଏବସରରେ ମୁଖ୍ୟମନ୍ତ୍ରୀ ନବାନ ପଟ୍ଟନାୟକ କହିଛନ୍ତି, ଗଞ୍ଜାମ ଜିଲ୍ଲା ଆମ ରାଜ୍ୟର ଏକ ସମୃଦ୍ଧ ଜିଲ୍ଲା ଓ ବାଣିଜ୍ୟ କେନ୍ଦ୍ର । ଜିଲ୍ଲାର ଜନସାଧାରଣ ସେମାନଙ୍କ ପରିଶ୍ରମ ପାଇଁ ସୁନାମ କରିଛନ୍ତି । ଏହି ସେତୁ ଦ୍ବାରା ଜିଲ୍ଲାର ବାଣିଜ୍ୟ କାରବାର, ପର୍ଯ୍ୟଟନ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଆହୁରି ଉନ୍ନତି ଆସିବ ବୋଲି ଆଶା ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି ଅବସରରେ ସେ ଆହୁରି ମଧ୍ୟ କହିଛନ୍ତି, ବିକାଶ ପାଇଁ ଭିତ୍ତିଭୂମି ନିର୍ମାଣ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ତେଣୁ ମୋ ସରକାର ଭିତ୍ତିଭୂମିର ବିକାଶ ପାଇଁ ନିଷ୍ଠାର ସହ କାମ କରୁଛି । ସଡକ, ସେତୁ ନିର୍ମାଣରେ ଆଖିଦୃଶିଆ ଉନ୍ନତି ଆସିଛି । ପର୍ଯ୍ୟଟନ, କ୍ରୀଡ଼ା ଆଦି କ୍ଷେତ୍ରରେ ବିଶ୍ୱସ୍ତରୀୟ ଭିତ୍ତିଭୂମି ନିର୍ମାଣ କରାଯାଉଛି । ଚଳିତ ଆର୍ଥିକ ବର୍ଷ ପାଇଁ 1000 କିଲୋମିଟର ରାସ୍ତା ଓ 30ଟି ବଡ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ 2300 କୋଟି ଟଙ୍କା ଖର୍ଚ୍ଚ କରାଯିବ । ଏହାସହିତ ବିଜୁ ସେତୁ ଯୋଜନାରେ ପ୍ରାୟ 1000 କୋଟି ଟଙ୍କା ଓ ଗ୍ରାମ ସଡକ ପାଇଁ 2000 କୋଟି ଟଙ୍କା ଖର୍ଚ୍ଚ କରାଯିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି କହିଛନ୍ତି ଶ୍ରୀ ପଟ୍ଟନାୟକ ।

ରାଜ୍ୟର ଭିତ୍ତିଭୂମି ଆପଣମାନଙ୍କ ସମ୍ପତ୍ତି । ଆପଣଙ୍କ ଟଙ୍କାରେ, ଆପଣଙ୍କ ସୁବିଧା ପାଇଁ ଏହା ନିର୍ମାଣ କରାଯାଉଛି । ତେଣୁ ଆପଣମାନେ ଏହି ସମ୍ପତ୍ତିର ସୁରକ୍ଷା ଉପରେ ଧ୍ୟାନ ଦେବେ ବୋଲି ମୁଁ ଆଶା କରୁଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବାନ ପଟ୍ଟନାୟକ ।

କୋଭିଡ ପରିଚାଳନା କ୍ଷେତ୍ର ଉପରେ ଉଲ୍ଲେଖ କରି ସେ କହିଛନ୍ତି, ଗଞ୍ଜାମ ଜିଲ୍ଲା କୋଭିଡ୍ ପରିଚାଳନାରେ ସାରା ଦେଶରେ ସୁନାମ ଅର୍ଜନ କରିଛି । ଏଥିପାଇଁ ଜିଲ୍ଲାର ଜନସାଧାରଣଙ୍କୁ ମୁଁ ଧନ୍ୟବାଦ ଦେଉଛି । କିନ୍ତୁ ବିପଦ ଏବେ ବି ଯାଇନାହିଁ । ଦ୍ୱିତୀୟ ଲହରର ଭୟ ରହିଛି । ତେଣୁ କୋଭିଡର ସବୁ ନିୟମକୁ ପାଳନ କରିବା ସହ ମାସ୍କ ପିନ୍ଧିବା, ହାତ ଧୋଇବା ଏବଂ ଭିଡ ଜାଗାରେ ସାମାଡିକ ଦୂରତା ବଜାୟ ରଖିବାକୁ ପରାମର୍ଶ ଦେଇଛନ୍ତି ଶ୍ରୀ ପଟ୍ଟନାୟକ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+