For Quick Alerts
Turn On Notification  
For Daily Alerts
Oneindia App Download

ମିଶନଶକ୍ତିକୁ ହସ୍ତାନ୍ତର ହେବ ଅବ୍ୟବହୃତ ସରକାରୀ ସମ୍ପତ୍ତି, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ରାଜ୍ୟର ବିଭିନ୍ନ ଜିଲ୍ଲା, ବ୍ଲକ ଏବଂ ପଞ୍ଚାୟତରେ ଥିବା ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲା, ବ୍ଳକ ଓ ପଞ୍ଚାୟତ ସ୍ତରରେ ଥିବା ମିଶନ ଶକ୍ତି ମହାସଂଘକୁ ହସ୍ତାନ୍ତର ହେବ । ଏନେଇ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

|

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ଜିଲ୍ଲା, ବ୍ଲକ ଏବଂ ପଞ୍ଚାୟତରେ ଥିବା ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲା, ବ୍ଳକ ଓ ପଞ୍ଚାୟତ ସ୍ତରରେ ଥିବା ମିଶନ ଶକ୍ତି ମହାସଂଘକୁ ହସ୍ତାନ୍ତର ହେବ । ଏନେଇ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଦୁଇମାସ ମଧ୍ୟରେ ହସ୍ତାନ୍ତର କରିବା ନେଇ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

Naveen Patnaik

ପଞ୍ଚାୟତ ଠାରୁ ଆରମ୍ଭ କରି ବ୍ଲକ ଓ ଜିଲ୍ଲା ସ୍ତରରରେ ସରକାରୀ କୋଠା, ଦୋକାନ ଘର, ଗଡ଼ିଆ ଓ ପୋଖରୀ ଇତ୍ୟାଦି ଅନେକ ଅବ୍ୟବହୃତ ସରକାରୀ ସମ୍ପତ୍ତି ରହିଚି । ଏଗୁଡ଼ିକୁ ସମ୍ପୃକ୍ତ ଜିଲ୍ଲା ବ୍ଳକ ଓ ପଞ୍ଚାୟତରେ ଥିବା ମିଶନ ଶକ୍ତି ମହାସଂଘ ମାନଙ୍କୁ ଦିଆଗଲେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ମାନେ ଏହାକୁ ସେ ଅଞ୍ଚଳର ସାମାଜିକ ଓ ଆର୍ଥିକ ବିକାଶରେ ଲଗାଇ ପାରିବେ । ସାଧାରଣ ଲୋକ ଏହା ଦ୍ୱାରା ଉପକୃତ ହେବେ । ମିଶନ ଶକ୍ତିର ମାଆମାନେ ତାକୁ ଆଥିର୍କ କାର୍ଯ୍ୟରେ ଲଗାଇ ପାରିବେ ବୋଲି କହିଛନ୍ତି ଶ୍ରୀ ପଟ୍ଟନାୟକ ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ମହିଳା ମାନଙ୍କ ସଶକ୍ତିକରଣ ସବୁବେଳେ ତାଙ୍କ ସରକାରର ପ୍ରାଥମିକତା ରହିଆସିଛି । ମିଶନ ଶକ୍ତି ଆଜି ପରିବର୍ତ୍ତନ କର୍ଣ୍ଣଧାର ହୋଇଛି । ମା'ମାନଙ୍କର ଏହି ନୀରବ ଆନ୍ଦୋଳନକୁ ଆହୁରି ମଜବୁତ କରିବାରେ ଏହି ପଦକ୍ଷେପ ସହାୟକ ହେବ ବୋଲି ନବୀନ ପଟ୍ଟନାୟକ କହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ମିଶନ ଶକ୍ତିକୁ ଏକ ସ୍ବତନ୍ତ୍ର ବିଭାଗର ମାନ୍ୟତା ଦେଇଛନ୍ତି । ଆମର 70 ଲଷ ମା'ମାନଙ୍କୁ ସଶକ୍ତ କରିବାରେ ଏହା ଆହୁରି ଦଷତାର ସହ ସେବା ଯୋଗାଇବ ବୋଲି ସରକାର ଆଶା କରିଛନ୍ତି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Chief Minister Naveen Patnaik Ordered To All Collectors To Transfer Unused Government Property To Mission Shakti SHGs.
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X