Get Updates
Get notified of breaking news, exclusive insights, and must-see stories!

ତୃତୀୟ ଲହର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଫୋକସ୍‌, ଶିଶୁଙ୍କ ସୁରକ୍ଷା ପାଇଁ ସରକାରଙ୍କ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ

ରାଜ୍ୟରେ କୋଭିଡ୍ ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶିଶୁଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ସେହିପରି ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଉପରେ ଫୋକସ୍‌ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶିଶୁଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ସେହିପରି ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଉପରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ।

Naveen Patnaik

ଯେମିତି ଶୁଶୁମାନେ ଅଧିକ ପ୍ରଭାବିତ ହେବନାହିଁ ସେଥିପାଇଁ ଶିଶୁମାନଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଗୁରୁତ୍ୱ ଦିଆଯାଇଛି। ତୃତୀୟ ଲହର ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତୃତୀୟ ଲହର ମୁକାବିଲା ପାଇଁ ତାଲିମ ନେବେ ୧୧୧୪ ଡାକ୍ତର। ସେହିଭଳି ଦୈନିକ ଟିକାଦାନ ୩ ଲକ୍ଷକୁ ବୃଦ୍ଧି ଲାଗି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଆବଶ୍ୟକ ଉପକରଣ ଏବଂ ଔଷଧ ମହଜୁଦ ରଖିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ତୁରନ୍ତ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀମାନଙ୍କୁ ଶିଶୁ ରୋଗ ସଂପର୍କରେ ତାଲିମ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ତୃତୀୟ ଲହରକୁ ସାମ୍ନା କରିବା ପାଇଁ ଗଠନ ହୋଇଛି ଟେକ୍ନିକାଲ ଟାସ୍କ ଫୋର୍ସ କମିଟି।

ସଂଧ୍ୟାରେ ଭିଡିଓ କନ୍‌ଫରେନ୍ସିଂ ଯୋଗେ ରାଜ୍ୟରେ କୋଭିଡ୍‌ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ କୋଭିଡ୍‌ ସଂକ୍ରମରେ ଉନ୍ନତି ପରିଲକ୍ଷିତ ହେବା ସହିତ ପଜିଟିଭିଟି ରେଟ୍ ହ୍ରାସ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଆଶ୍ୱସ୍ତି ପ୍ରକାଶ କରିଛନ୍ତି। ଆଗାମୀ କିଛି ସପ୍ତାହ ମଧ୍ୟରେ ପରିସ୍ଥିତିରେ ଆହୁରି ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ସଂକ୍ରମଣ ହାର ଥିବା ଜିଲ୍ଲାରେ ଅନ୍‌ ଲକ୍‌ ପ୍ରକ୍ରିୟା ଆରମ୍ଭ ନେଇ ସରକାର ବିଚାର କରୁଛନ୍ତି। ଏହାସହିତ ତୃତୀୟ ଲହରର ମୁକାବିଲା ପାଇଁ ୩୦୦୦ ବେଡ୍, ୨୩୯୦ ଆଇସୋଲେସନ୍‌ ବେଡ୍‌, ୬୧୦ ଆଇସିୟୁ ବେଡ୍‌ ପ୍ରସ୍ତୁତ ରଖାଯାଇଛି ବୋଲି ସ୍ୱାସ୍ଥ୍ୟ ACS ଚିଠି କରିଥିଲେ। ଏହାସହିତ ଜୁନ୍ ମଧ୍ୟ ଭାଗରୁ ଗଞ୍ଜାମ, କୋରାପୁଟ ଓ ରାୟଗଡା ଜିଲ୍ଲାରେ ଚତୁର୍ଥ ସେରୋ ସର୍ଭେ ଆରମ୍ଭ କରାଯିବ। ଏଥିରେ ପିଲାମାନଙ୍କ ବିଷୟରେ ବିଶେଷ ତଥ୍ୟ ସଂଗ୍ରହ କରାଯିବ ବୋଲି ACS ସୂଚନା ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+