ଦୁଗ୍ଧ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ ସହାୟତା, ୧ ଲକ୍ଷ ଚାଷୀ ପାଇଲେ ୧୧ କୋଟି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଦୁଗ୍‌ଧ ଚାଷୀ ମାନଙ୍କୁ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି। ଏହାଦ୍ବାରା ଏକ ଲକ୍ଷ ଦୁଗ୍‌ଧ ଚାଷୀ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇଛନ୍ତି। ସମୁଦାୟ ୧୧ କୋଟି ଟଙ୍କାର ସହାୟତା ଦିଆଯାଇଛି।

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଦୁଗ୍‌ଧ ଚାଷୀ ମାନଙ୍କୁ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି। ଏହାଦ୍ବାରା ଏକ ଲକ୍ଷ ଦୁଗ୍‌ଧ ଚାଷୀ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇଛନ୍ତି। ସମୁଦାୟ ୧୧ କୋଟି ଟଙ୍କାର ସହାୟତା ଦିଆଯାଇଛି।

Naveen Patnaik

ସୂଚନାଯୋଗ୍ୟ ଯେ ଓମ୍‌ଫେଡ ଜରିଆରେ ରାଜ୍ୟର ୩୭୦୦ ଦୁଗ୍ଧ ଉତ୍ପାଦନ ସମବାୟ ସମିତି ଏବଂ ୨.୬୩ ଲକ୍ଷ ଦୁଗ୍ଧ ଚାଷୀ ଏହା ଜରିଆରେ ଦୁଗ୍‌ଧ ଉତ୍ପାଦନ କରୁଛନ୍ତି । ଏଥିରେ ୧୨୯୨ଟି ମହିଳା ସମବାୟ ସମିତି ରହିଛି ଏବଂ ୧ ଲକ୍ଷ ୫ ହଜାର ମହିଳା ଚାଷୀ ମଧ୍ୟ ଦୁଗ୍‌ଧ ଉତ୍ପାଦନରେ ଯୋଗଦାନ ରଖିଛନ୍ତି। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ପ୍ରଥମେ ଅଲମ୍ପିକ୍‌ରେ ଭାରତର ସଫଳତା ପାଇଁ ଭାରତୀୟ ଟିମ୍‌କୁ ଅଭିନନ୍ଦନ ଜଣାଇ ଥିଲେ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାର ସବୁବେଳେ ଗରିବ ଲୋକଙ୍କ ସାଥିରେ ଅଛନ୍ତି ଓ ସେମାନଙ୍କ ସ୍ବାର୍ଥର ସୁରକ୍ଷା ପାଇଁ କାମ କରୁଛନ୍ତି। ଗରିବ ଲୋକଙ୍କ ଉପରେ କୋଭିଡ ମହାମାରୀର ପ୍ରଭାବ କମ୍ କରିବା ପାଇଁ ରାଜ୍ୟ ସରକାର ଛୋଟ ଦୋକାନୀ, ଛୋଟ ଚାଷୀ, ସମସ୍ତଙ୍କ ଆକାଉଣ୍ଟରେ ୨୦୦୦ କୋଟିରୁ ଅଧିକ ଟଙ୍କା ଜମା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଛୋଟ ଚାଷୀଙ୍କ ରୋଜଗାରରେ ଗୋପାଳନର ଅବଦାନ ବିଷୟ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହା ସେମାନଙ୍କ ରୋଜଗାର ବଢାଇବା ସହିତ ଗ୍ରାମ ଅର୍ଥନୀତିକୁ ମଧ୍ୟ ଚଳଚଞ୍ଚଳ କରେ। ମା ମାନଙ୍କ ରୋଜଗାର ବଢାଇବା ସହିତ ସାଧାରଣ ଲୋକଙ୍କ ବିଶେଷକରି ପିଲାମାନଙ୍କ ପୁଷ୍ଟି ସାଧନରେ ଦୁଗ୍‌ଧର ବହୁତ ବଡ ଭୂମିକା ରହିଛି ବୋଲି ସେ କହିଥିଲେ। ତେଣୁ ଦୁଗ୍‌ଧ ଉତ୍ପାଦନରେ ଅଭିବୃଦ୍ଧି ଆଣି ରାଜ୍ୟର ପୁଷ୍ଟି ସ୍ତରକୁ (Nutrition Level) ଆହୁରି ଉନ୍ନତି ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+