ଆଜି ମୁଖ୍ୟମନ୍ତ୍ରୀଙ୍କ ନୂଆପଡା ଗସ୍ତ, ବହୁ ପ୍ରତୀକ୍ଷିତ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର କରିବେ ଉଦଘାଟନ
ଆଜି ନୂଆପଡା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୂଆପଡ଼ା ଓ ବଲାଙ୍ଗୀର ପାଇଁ ୪ ହଜାର କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଏଥି ସହିତ ବହୁ ପ୍ରତୀକ୍ଷିତ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର କରିବେ ଉଦଘାଟନ ।
ଭୁବନେଶ୍ୱର: ଆଜି ନୂଆପଡା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ । ଏହି ଗସ୍ତରେ ମୁଖ୍ୟମନ୍ତ୍ରୀ ୪ ହଜାର କୋଟି ଟଙ୍କା ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।
କଳାହାଣ୍ଡି ସୁନ୍ଦରଗଡ଼ ପରେ ଆଜି ନୂଆପଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନୂଆପଡ଼ା ଓ ବଲାଙ୍ଗୀର ପାଇଁ ୪ ହଜାର କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଏଥି ସହିତ ବହୁ ପ୍ରତୀକ୍ଷିତ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର କରିବେ ଉଦଘାଟନ । ତିଖାଲିଠାରେ ୨୦୨୦ ମେ ୭ ତାରିଖରେ ଲୋୟର ଇନ୍ଦ୍ର ଜଳ ପ୍ରକଳ୍ପ ପାଇଁ ଶିଳାନ୍ୟାସ ହୋଇଥିଲା। ଜିଲ୍ଲାକୁ ଫ୍ଳୋରାଇଡ୍ ମୁକ୍ତ ଓ ଶୁଦ୍ଧ ପାନୀୟଜଳ ଯୋଗାଇବା ଲକ୍ଷ୍ୟରେ ଏହି ପ୍ରକଳ୍ପ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଥିଲେ।

ଏକ ହଜାର ୬୨୬ କୋଟି ଟଙ୍କାର ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିବା ସହ ପାନୀୟ ଜଳ, ରାସ୍ତା, ଦକ୍ଷତା ବିକାଶ କେନ୍ଦ୍ର ଭଳି ୭୫୦ କୋଟି ଟଙ୍କାର ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବେ। ଲୋୟର ଇନ୍ଦ୍ର ଜଳ ପ୍ରକଳ୍ପ ଦ୍ୱାରା ନୂଆପଡ଼ା ଜିଲ୍ଲାର ୧୩ ହଜାର ୧୯୧ ହେକ୍ଟର ଓ ବଲାଙ୍ଗୀର ଜିଲ୍ଲାର ହଜାରେ ୬୭୦ ହେକ୍ଟର ଜମି ଜଳସେଚିତ ହେବ।
ମୁଖ୍ୟମନ୍ତ୍ରୀ ପ୍ରଥମେ ଗୋତମା ଏୟାର ଷ୍ଟ୍ରିପ୍ ରେ ସ୍ବତନ୍ତ୍ର ବିମାନରେ ପହଞ୍ଚିବ । ସେଠାରୁ ହେଲିକାପ୍ଟରରେ ଯାଇ ୨ ହଜାର କୋଟି ଟଙ୍କାରେ ନିର୍ମିତ ତିଖାଲି ସ୍ଥିତ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର ଉଦଘାଟନ କରିବେ । ଏହାପରେ ଖଡ଼ିଆଳ ସହରରେ ପହଞ୍ଚିବେ ।












Click it and Unblock the Notifications