ମଇ 15ରୁ ବିଭିନ୍ନ ବିଭାଗର କାର୍ଯ୍ୟ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
ଆଗମୀ ମଇ 15 ରୁ 25 ପର୍ଯ୍ୟନ୍ତ ଏହି ସମୀକ୍ଷା ଚାଲିବ । ଆଜି ମୁଖ୍ୟମନ୍ତ୍ରୀ ତାଙ୍କ ମନ୍ତ୍ରୀ ପରିଷଦର ସଭ୍ୟ ମାନଙ୍କୁ ବ୍ୟକ୍ତିଗତ ଭାବରେ ପତ୍ର ଲେଖି ଏହା ଜଣାଇଛନ୍ତି ।
ଭୁବନେଶ୍ୱର : "ଆମେ କଥା ନୁହେଁ କାମରେ ବିଶ୍ୱାସ କରୁ''ଏହି ଉକ୍ତି କୁ ଅକ୍ଷରେ ଅଷରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିରନ୍ତର କାମ କରିଚାଲିଛନ୍ତି । ଆଗାମୀ ମଇ 29 ତାରିଖରେ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଗଠିତ ସରକାର ତାର ପଞ୍ଚମ ପାଳିର ଦ୍ବିତୀୟ ଵର୍ଷ ପୂରଣ କରୁଛି ।

ଏହି ପରିପ୍ରେକ୍ଷୀରେ ଲୋକଙ୍କୁ ଦିଆଯାଇଥିବା ପ୍ରତିଶୃତି ପାଳନରେ ସରକାରଙ୍କ ବିଭିନ୍ନ ବିଭାଗ କେତେ ସଫଳ ହୋଇଛନ୍ତି ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ । ଆଗମୀ ମଇ 15 ରୁ 25 ପର୍ଯ୍ୟନ୍ତ ଏହି ସମୀକ୍ଷା ଚାଲିବ । ଆଜି ମୁଖ୍ୟମନ୍ତ୍ରୀ ତାଙ୍କ ମନ୍ତ୍ରୀ ପରିଷଦର ସଭ୍ୟ ମାନଙ୍କୁ ବ୍ୟକ୍ତିଗତ ଭାବରେ ପତ୍ର ଲେଖି ଏହା ଜଣାଇଛନ୍ତି । ସଚିବ ମାନଙ୍କ ଉପସ୍ଥିତିରେ ମନ୍ତ୍ରୀ ମାନେ ସେମାନଙ୍କ ବିଭାଗ ଦ୍ବାରା କାର୍ଯ୍ୟ କାରୀ ହେଉଥିବା ପାଞ୍ଚଟି ପ୍ରମୁଖ କାର୍ଯ୍ୟକ୍ରମର ସଫଳତା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବେ । ଏହା ସହିତ 5T ଓ 'ମୋ ସରକାର' କାର୍ଯ୍ୟକ୍ରମ ସେମାନଙ୍କ ବିଭାଗରେ କିଭଳି କାର୍ଯ୍ୟକାରୀ କରାଯାଇଛି ଏବଂ ଏହା ସେମାନଙ୍କ ବିଭାଗର କାର୍ଯ୍ୟ ଧାରାରେ କିଭଳି ଉନ୍ନତି ଆଣିଛି ଓ ବିଭାଗକୁ କେତେ ଲୋକାଭିମୁଖୀ କରିପାରିଛି ସେ ସମ୍ପର୍କରେ ମଧ୍ୟ ମନ୍ତ୍ରୀ ମାନେ ମୁଖ୍ୟମନ୍ତ୍ରୀ ଙ୍କୁ ଅବଗତ କରିବେ ବୋଲି କୁହାଯାଇଛି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗଣତନ୍ତ୍ର ରେ ଜନତା ହେଉଛନ୍ତି ମାଲିକ । ତେଣୁ ଗଣତନ୍ତ୍ରରେ ଉତ୍ତର ଦାୟିତ୍ୱ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ଓଡ଼ିଶାର ସାଢ଼େ ଚାରି କୋଟି ଜନତା ଯେଉଁ ଦାୟିତ୍ୱ ଆମକୁ ଦେଇଛନ୍ତି । ଯେଉଁ ପ୍ରତିଶୃତି ଆମେ ଲୋକଙ୍କୁ ଦେଇଛୁ ତାକୁ ପାଳନ ଦିଗରେ କେତେ ଦୂର ଆମେ ସଫଳ ହୋଇଛୁ ତାର ହିସାବ ଲୋକଙ୍କୁ ଦେବାକୁ ହେଵ ଓ ଏହା ଗଣତନ୍ତ୍ରର ମର୍ଯ୍ୟାଦା ବୃଦ୍ଧି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ସୂଚନାଯୋଗ୍ୟ ଯେ 2019 ମଇ 29 ତାରିଖ ଦିନ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଗଠିତ ସରକାର ତାର ପ୍ରଥମ ବୈଠକରେ ଦଳର ନିର୍ବାଚନ ଇସ୍ତାହାରକୁ କାର୍ଯ୍ୟ କାରୀ କରିବା ପାଇଁ ନୀତଗିତ ନିଷ୍ପତ୍ତି ନେଇଥିଲେ । ଆଗାମୀ ମଇ 29ରେ ମନ୍ତ୍ରୀ ପରିଷଦର ସ୍ବତନ୍ତ୍ର ବୈଠକରେ ବିଭିନ୍ନ ବିଭାଗର ସଫଳତା ଉପସ୍ଥାପନ କରାଯାଇ ଲୋକଙ୍କୁ ଅବଗତ କରାଯିବ । 2014 ନିର୍ବାଚନ ପରେ ମଧ୍ୟ ଦଳର ଇସ୍ତାହାରକୁ କାର୍ଯ୍ୟ କରିବା ପାଇଁ ମନ୍ତ୍ରୀ ପରିଷଦ ନୀତିଗତ ନିଷ୍ପତ୍ତି ନେଇଥିଲେ ।












Click it and Unblock the Notifications