Get Updates
Get notified of breaking news, exclusive insights, and must-see stories!

ହିଞ୍ଜିଳି ପୌରାଞ୍ଚଳ ପାଇଁ ମୁଖ୍ୟମନ୍ତ୍ରୀଙ୍କ 28 କୋଟିର ପ୍ରକଳ୍ପ ଭେଟି

ମୁଖ୍ୟମନ୍ତ୍ରୀ ଗୁରୁବାର ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ହିଞ୍ଜିଳି ପୌର ପରିଷଦ ଅଞ୍ଚଳର ବିକାଶ ପାଇଁ 28କୋଟି ଟଙ୍କାରୁ ଉର୍ଦ୍ଧ୍ବ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି ।

ଭୁବନେଶ୍ୱର : ପିଲାମାନେ ହେଉଛନ୍ତି ଏ ଜାତିର, ଏ ଦେଶର ଭବିଷ୍ୟତ । ଶିକ୍ଷା ହେଉଛି ପରିବର୍ତ୍ତନର ଚାବିକାଠି । ଶିକ୍ଷା ହେଉଛି ପ୍ରକୃତ ସଶକ୍ତିକରଣ । ତେଣୁ ହିଞ୍ଜିଳିରେ ଶିକ୍ଷାର ବିକାଶ ଉପରେ ସେ ଗୁରୁତ୍ବ ଦେଇଆସିଛନ୍ତି ବୋଲି ପ୍ରକାଶ କରି ହିଞ୍ଜିଳିକୁ ଶିକ୍ଷା କ୍ଷେତ୍ରରେ ଏକ ଆଗୁଆ ଅଞ୍ଚଳ ଭାବେ ବିକଶିତ କରିବା ତାଙ୍କର ଲକ୍ଷ୍ୟ ରହିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ।

Naveen Patnaik

ଏଥିସହିତ ମୁଖ୍ୟମନ୍ତ୍ରୀ ଗୁରୁବାର ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ହିଞ୍ଜିଳି ପୌର ପରିଷଦ ଅଞ୍ଚଳର ବିକାଶ ପାଇଁ 28କୋଟି ଟଙ୍କାରୁ ଉର୍ଦ୍ଧ୍ବ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି । ହିଞ୍ଜିଳି RMC ପରିସରରେ 16 କୋଟି 77 ଲକ୍ଷ 41 ହଜାର ଟଙ୍କାରେ ନିର୍ମିତ ଉପଖଣ୍ଡ ଚିକିତ୍ସାଳୟ, 3କୋଟି 21ଲକ୍ଷ 76 ହଜାର ଟଙ୍କାରେ ନିର୍ମିତ ବସ୍‌ ଟର୍ମିନାଲ, 85ଲକ୍ଷ 56ହଜାର ଟଙ୍କାରେ ନିର୍ମିତ RMC ମାର୍କେଟ କମ୍ପ୍ଲେକ୍ସ, 1 କୋଟି 62 ଲକ୍ଷ 69 ହଜାର ଟଙ୍କାରେ ନିର୍ମିତ ନେତାଜୀ ପାର୍କ, 1 କୋଟି 13 ଲକ୍ଷ ୧୧ହଜାର 7849 ଟଙ୍କାରେ ଅତ୍ୟାଧୁନିକ ଆମିଷ ବଜାର ଓ 40ଲକ୍ଷ ଟଙ୍କାରେ ବ୍ୟୟରେ ନିର୍ମିତ ବରିଷ୍ଠ ନାଗରିକଙ୍କ ପାଇଁ ଚିତ୍ତବିନୋଦନ କେନ୍ଦ୍ରର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କୋଭିଡ ମହାମାରୀ ଯୋଗୁ ସେ ବହୁତ ଦିନ ହେଲା ହିଞ୍ଜିଳି ଯାଇପାରି ନାହାନ୍ତି । ଏବେ ପରିସ୍ଥିତିରେ ଉନ୍ନତି ଆସିଥିବାରୁ ସେ ଖୁବ ଶୀଘ୍ର ହିଞ୍ଜିଳି ଗସ୍ତ କରି ଜନସାଧାରଣଙ୍କୁ ଭେଟିବେ । ଏହା ସହିତ କୋଭିଡ ଯୁଦ୍ଧରେ ଗଞ୍ଜାମବାସୀଙ୍କ ଭୂମିକାକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ "କରୋନା ମହାମାରୀ ସହ ଆପଣମାନେ ଯେପରି ଲଢିଲେ, ଗଞ୍ଜାମ ଯେପରି ଲଢିଲା, ତାହା ସାରା ବିଶ୍ବ ଦେଖିଛି । ଆପଣମାନଙ୍କ ସହଯୋଗରେ ଆଜି କରୋନାକୁ ନିୟନ୍ତ୍ରଣ କରିବାରେ ଆମେ ସଫଳ ହୋଇଛୁ । ଏ ଦିଗରେ ଗଞ୍ଜାମର ସଫଳତା ସାରା ବିଶ୍ବରେ ପ୍ରଶଂସା ପାଇଥିଲା । ସେଥିପାଇଁ ମୁଁ ଆପଣମାନଙ୍କୁ ସମସ୍ତଙ୍କୁ, ଆମର ପଞ୍ଚାୟତ ପ୍ରତିନିଧି ମାନଙ୍କୁ, ମିଶନ ଶକ୍ତିର ମା ମାନଙ୍କୁ ଓ କୋଭିଡ ଯୋଦ୍ଧା ମାନଙ୍କୁ ଧନ୍ୟବାଦ ଜଣାଉଛି । ଟୀକାକରଣ ଆରମ୍ଭ ହୋଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ବିପଦ ପୁରା ଦୂର ହୋଇନାହିଁ । ତେଣୁ ଆମକୁ ସାବଧାନ ରହିବାକୁ ହେବ ।"

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ହିଞ୍ଜିଳିର ଜନସାଧାରଣଙ୍କ ସୁଖଦୁଃଖ, ସବୁଥିରେ ସେ ସେମାନଙ୍କ ସହିତ ରହିଛନ୍ତି ଓ ରହିଥିବେ । ସାରା ଓଡିଶା ସହିତ ହିଞ୍ଜିଳି ନିର୍ବାଚନମଣ୍ଡଳୀ ଅଞ୍ଚଳର ବିକାଶ ଉପରେ ସେ ନଜର ରଖିଛନ୍ତି ବୋଲି କହିଥିଲେ । ହିଞ୍ଜିଳି ସହରର ବିକାଶ ପାଇଁ 28କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଆରମ୍ଭ କରାଗଲା ବୋଲି ପ୍ରକାଶ କରି ସେ କହିଛନ୍ତି, ଆଧୁନିକ ସହର ମାନଙ୍କରେ ମିଳୁଥିବା ବିଭିନ୍ନ ସୁବିଧା ହିଞ୍ଜିଳିବାସୀ ଯେପରି ପାଇପାରିବେ, ସେଥିପାଇଁ ସେ ଉଦ୍ୟମ ଜାରି ରଖିଛନ୍ତି । ରାଜ୍ୟର ଛୋଟ ଛୋଟ ସହରର ବିକାଶ ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି ବୋଲି ସେ ପ୍ରକାଶ କରିଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+